ରାଜ୍ୟ ସରକାରଙ୍କୁ କଟାକ୍ଷ ପ୍ରସଙ୍ଗରେ ଅମରଙ୍କ ଜବାବ: ବିଜୟଙ୍କ କଥା ଅଦାଲତ ଅବମାନନା ଭଳି, ଏହାର କୌଣସି ଆଧାର ନାହିଁ

ଭୁବନେଶ୍ୱର, ୪।୯(ବ୍ୟୁରୋ): ଶ୍ରୀମନ୍ଦିର ମେଘନାଦ ପାଚେରୀ ଚତୁଃପାର୍ଶ୍ୱ ଉଚ୍ଛେଦ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ବରିଷ୍ଠ ଭାଜପା ନେତା ବିଜୟ ମହାପାତ୍ର କଟାକ୍ଷ କରିଥିଲେ। ଏହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଏମ୍‌ପି ଅମର ପଟ୍ଟନାୟକ।

ସେ କହିଛନ୍ତି, ସୁଚିନ୍ତିତ ଯୋଜନାନୁଯାୟୀ ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ଉଚ୍ଛେଦ କରାଯାଉଛି। ସୁପ୍ରିମକୋର୍ଟଙ୍କ ପରାମର୍ଶ ଅନୁଯାୟୀ ସୌନ୍ଦର୍ଯ୍ୟକରଣ ହେଉଛି। ଏପରିସ୍ଥଳେ ବିଜୟଙ୍କ ମନ୍ତବ୍ୟ ଅଦାଲତ ଅବମାନନା ଭଳି ହେଉଛି। ସେ ଯାହା କହୁଛନ୍ତି ତାହାର କିଛି ଆଧାର ନାହିଁ ବୋଲି ଅମର କହିଛନ୍ତି।

ସେହିଭଳି ବିଜୟଙ୍କ ମନ୍ତବ୍ୟକୁ ନେଇ ଆଇନ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି, ପୁରୀ ସୌନ୍ଦର୍ଯ୍ୟକରଣକୁ ସମସ୍ତେ ସ୍ବାଗତ କରିବା ଆବଶ୍ୟକ। ଏହାକୁ ନେଇ ରାଜନୀତି କରିବା ଅନୁଚିତ। ଏଥିପାଇଁ ରାଜ୍ୟ ସରକାର ଉଦ୍ୟମ କରୁଛନ୍ତି। ଏପରିକି ପୁରୀବାସୀ ସହଯୋଗ କରୁଛନ୍ତି। ଏଣୁ ଯେଉଁମାନେ ରାଜନୀତି କରୁଛନ୍ତି, ସେଥିରୁ କ୍ଷାନ୍ତ ହୁଅନ୍ତୁ ବୋଲି ମନ୍ତ୍ରୀ କହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟ ସରକାର କିଛି ବାଟ ପାଉନାହାନ୍ତି। ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ରାଜ୍ୟ ସରକାରଙ୍କ ଏକ ଦିଗହରା ନିଷ୍ପତ୍ତି। ଗତ ୭ ଦିନ ମଧ୍ୟରେ ଶ୍ରୀକ୍ଷେତ୍ର କୁରୁକ୍ଷେତ୍ର ପାଲଟିଲାଣି। ଏଭଳି କରିବାର ସରକାରଙ୍କ ସାମ୍ବିଧାନିକ ଏବଂ ମୌଳିକ ଅଧିକାର ନାହିଁ। ଯଦି ସରକାର ବିପି ଦାସ କମିଶନଙ୍କ ସୁପାରିଶରେ ଏହା କରୁଥିବେ ତେବେ ତାହା ବେଆଇନ। କାରଣ ବିପି ଦାସ କମିଶନ ଆନ୍ତରିଣ ରିପୋର୍ଟ ଦେଇଛନ୍ତି। ଏହା ଚୂଡ଼ାନ୍ତ ନୁହେଁ। କାରଣ ଏହା ପୂର୍ବରୁ ତାଙ୍କ କାର୍ଯ୍ୟକାଳ ଶେଷ ହୋଇଗଲା। କମିଶନଙ୍କ ରିପୋର୍ଟ ମଧ୍ୟ ବିଧାନସଭାରେ ଉପସ୍ଥାପନ ହୋଇନାହିଁ। ଏହାସତ୍ତ୍ୱେ ଉଚ୍ଛେଦ କରାଯିବା ସମ୍ପୂର୍ଣ୍ଣ ବେଆଇନ ବୋଲି ବୋଲି ବିଜୟ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଦିଲ୍ଲୀ ଗସ୍ତରେ ନବୀନ; ଭେଟିପାରନ୍ତି କିଛି…

ଭୁବନେଶ୍ୱର,୧୩।୭(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମଙ୍ଗଳବାର ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ତେବେ ସେ କେତେଦିନ ଲାଗି ଗସ୍ତ କରିଛନ୍ତି…

ମା’ ସୁଭଦ୍ରାଙ୍କୁ ‘ଶ୍ରୀମତୀ’ ବୋଲି ସମ୍ବୋଧନ କଲା ଇସ୍କନ, ବାଲୁକାଶିଳ୍ପୀ ସୁଦର୍ଶନ କହିଲେ…

ପୁରୀ, ୧୪।୭: ଇସ୍କନ (ISKCON) ପକ୍ଷରୁ ପ୍ରକାଶିତ ରଥଯାତ୍ରା ବାର୍ତ୍ତାକୁ ନେଇ ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଏକ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦେଇଛନ୍ତି। ଇସ୍କନ…

ଜଣେ ସାଙ୍ଗ ସିନା ବଞ୍ଚିଗଲେ, ହେଲେ ଆଉ ଜଣେ ଫେରିଲେନି: ଭୀମକୁଣ୍ଡରେ ବୁଡ଼ି କେନ୍ଦ୍ରାପଡ଼ା ଯୁବକଙ୍କ ମୃତ୍ୟୁ

ପାଟଣା, ୧୪।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ଭୀମକୁଣ୍ଡରେ ଆଜି ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଧୋଉଥିବା…

କାଲି ଭଦ୍ରକର ସମସ୍ତ ସ୍କୁଲ ଛୁଟି, ଜାଣନ୍ତୁ କାହିଁକି ହେଲା ଏଭଳି…

ଭଦ୍ରକ, ୧୪।୭: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ବର୍ଷା ଯୋଗୁ ଛାତ୍ରଛାତ୍ରୀଙ୍କ…

ନବଯୌବନ ବେଶରେ ଦର୍ଶନ ଦେଲେ ଶ୍ରୀ ଦଧିବାମନ, ଦର୍ଶନ କରିବା ପାଇଁ…

ବରଗଡ଼, ୧୪।୭ (ପ୍ରେମାନନ୍ଦ ଖମାରୀ): ଦିନକ ପରେ ପବିତ୍ର ରଥଯାତ୍ରା ଥିବାରୁ ବରଗଡ଼ ଜିଲା ଭଟଲି ଅଞ୍ଚଳ ଚଳଚଞ୍ଚଳ ହୋଇପଡ଼ିଛି। ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା…

ଦିନ ଦ୍ବିପହରରେ ସଶସ୍ତ୍ର ଡକାୟତି ଉଦ୍ୟମ: ବନ୍ଧୁକ ମୁନରେ ଭୟଭୀତ କଲେ; ହେଲେ ଗ୍ରାମବାସୀଙ୍କ ସାହସିକତା ଯୋଗୁ…

କୋକସରା,୧୪।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବାଙ୍କିମୁଣ୍ଡା ଗ୍ରାମରେ ମଙ୍ଗଳବାର ଦିନ ଦ୍ବିପ୍ରହରରେ ଏକ ସାଂଘାତିକ ସଶସ୍ତ୍ର ଡକାୟତି ଉଦ୍ୟମ ବିଫଳ ହୋଇଛି।…

ଗ୍ୟାସ ସିଲିଣ୍ତରକୁ ନେଇ ବଡ଼ ଖବର! ମାତ୍ର ୬୭୩ ଟଙ୍କାରେ ମିଳିବ ସିଲିଣ୍ତର? ଜାଣନ୍ତୁ କିପରି କରିବେ ବୁକିଂ..

ନୂଆଦିଲ୍ଲୀ,୧୪ା୭: LPG ଗ୍ରାହକଙ୍କ ପାଇଁ ଆସିଲା ଖୁସି ଖବର । ଗ୍ୟାସକୁ ନେଇ ଆସିଛି ବଡ଼ ଅପଡେଟ୍ । କିଣିବାକୁ ଚାହୁଁଥିଲେ ଜାଣନ୍ତୁ ପୂରା ଖବର ।…

Budh Uday: ୨୫ ଜୁଲାଇ ପରେ ୫ ରାଶିଙ୍କ ବିଜନେସ୍-କ୍ୟାରିୟରରେ ହେବ ବଡ଼ ଉନ୍ନତି; ଭାଗ୍ୟବାନ ରାଶି…

୨୫ ଜୁଲାଇ, ୨୦୨୬ରେ ବୁଧ ନିଜ ରାଶି ମିଥୁନ ରାଶିରେ ଉଦୟ ହେବ, ଯାହା ଅନେକ ରାଶି ପାଇଁ ସେମାନଙ୍କ କ୍ୟାରିଅର ଏବଂ ବ୍ୟବସାୟରେ ଲାଭ ଆଣିପାରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri