ରାଜ୍ୟ ସରକାରଙ୍କୁ ବିଜୟଙ୍କ କଟାକ୍ଷ: ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ଏକ ଦିଗହରା ନିଷ୍ପତ୍ତି, ରଣକ୍ଷେତ୍ର ପାଲଟିଲାଣି ଶ୍ରୀକ୍ଷେତ୍ର

ଭୁବନେଶ୍ୱର, ୪।୯(ବ୍ୟୁରୋ): ଶ୍ରୀମନ୍ଦିର ମେଘନାଦ ପାଚେରି କଡ଼ରୁ ୭୫ ମିଟର ପରିଧି ମଧ୍ୟରେ କରାଯାଉଥିବା ଉଚ୍ଛେଦକୁ ନେଇ ବିଷଦ୍‌ଗାର କରିଛନ୍ତି ବରିଷ୍ଠ ଭାଜପା ନେତା ବିଜୟ ମହାପାତ୍ର। ବୁଧବାର ଏନେଇ ପ୍ରତିକ୍ରିୟା ଦେଇ ସେ କହିଛନ୍ତି, ରାଜ୍ୟ ସରକାର କିଛି ବାଟ ପାଉନାହାନ୍ତି। ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ରାଜ୍ୟ ସରକାରଙ୍କ ଏକ ଦିଗହରା ନିଷ୍ପତ୍ତି। ଗତ ୭ ଦିନ ମଧ୍ୟରେ ଶ୍ରୀକ୍ଷେତ୍ର କୁରୁକ୍ଷେତ୍ର ପାଲଟିଲାଣି। ଏଭଳି କରିବାର ସରକାରଙ୍କ ସାମ୍ବିଧାନିକ ଏବଂ ମୌଳିକ ଅଧିକାର ନାହିଁ। ଯଦି ସରକାର ବିପି ଦାସ କମିଶନଙ୍କ ସୁପାରିଶରେ ଏହା କରୁଥିବେ ତେବେ ତାହା ବେଆଇନ। କାରଣ ବିପି ଦାସ କମିଶନ ଆନ୍ତରିଣ ରିପୋର୍ଟ ଦେଇଛନ୍ତି। ଏହା ଚୂଡ଼ାନ୍ତ ନୁହେଁ। କାରଣ ଏହା ପୂର୍ବରୁ ତାଙ୍କ କାର୍ଯ୍ୟକାଳ ଶେଷ ହୋଇଗଲା। କମିଶନଙ୍କ ରିପୋର୍ଟ ମଧ୍ୟ ବିଧାନସଭାରେ ଉପସ୍ଥାପନ ହୋଇନାହିଁ। ଏହାସତ୍ତ୍ୱେ ଉଚ୍ଛେଦ କରାଯିବା ସମ୍ପୂର୍ଣ୍ଣ ବେଆଇନ ବୋଲି ବୋଲି ବିଜୟ କହିଛନ୍ତି।
ସେହିଭଳି ବର୍ଷାଦିନେ ବଡ଼ଦାଣ୍ଡ ପାଣିରେ ଭାସୁଥିବା ଦେଇ ସେ କହିଛନ୍ତି, ନବକଳେବର ବେଳେ ସରକାର ୫ଶହ କୋଟି ଟଙ୍କା ଖର୍ଚ୍ଚ କରିଥିଲେ। ଏହାର ଫଳ କ’ଣ ହେଲା। ଯଦି ବାସ୍ତବରେ ଏତିକି ଟଙ୍କା ଖର୍ଚ୍ଚ ହୋଇଥାନ୍ତା ତେବେ ବଡ଼ଦାଣ୍ଡ ଭାସୁ ନ ଥାନ୍ତା। ଯେଉଁଠି ମୋଟା ଅନୁଦାନ ଥାଏ, ସେଠାରେ ଲୁଟ ପାଇଁ ବାଟ ଖୋଲିଯାଏ। ଲୋକଙ୍କୁ ତ୍ୟାଗ କରିବାକୁ କହି ସବୁ ଲୁଟିବେ, ତାହା ଚଳିବ ନାହିଁ ବୋଲି ବିଜୟ କଟାକ୍ଷ କରି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri