ରାଜ୍ୟ ସାରା କୋହଲା ପାଗ

ଭୁବନେଶ୍ୱର,୪ା୧(ବ୍ୟୁରୋ): ଝିପି ଝିପି ବର୍ଷା, କୋହଲା ପାଗ ଯୋଗୁ ରାଜ୍ୟରେ ସୃଷ୍ଟି ହୋଇଛି ଏକ ଶୀତୁଆ ପରିବେଶ। ଆଗକୁ ବର୍ଷା ଅଧିକ ନ ଥିଲେ ମଧ୍ୟ ପ୍ରବଳ ଥଣ୍ଡା ଦେହ ମୁଣ୍ଡକୁ ଥରାଇ ଦେବ। ଶୁକ୍ରବାର ସକାଳୁ ମେଘ ଢାଙ୍କି ଦେବା ସାଙ୍ଗକୁ ଝିପି ଝିପି ବର୍ଷା ଆରମ୍ଭ ହୋଇଯାଇଥିଲା। ଦିନ ବଢ଼ିବା ସାଙ୍ଗକୁ ବର୍ଷା ପରିମାଣ ମଧ୍ୟ ବଢ଼ିଯାଇଥିଲା। ବର୍ଷା ଓ କୋହଲା ପାଗ ଯୋଗୁ ଜନଜୀବନ ଅସ୍ତବ୍ୟସ୍ଥ ହୋଇପଡିଛି। ଦିନତମାମ ବର୍ଷା ଲାଗିରହିଥିଲା। ଉପକୂଳଠାରୁ ଆରମ୍ଭ କରି ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାର କେତେକ ସ୍ଥାନରେ ତୁହାକୁ ତୁହା ବର୍ଷା ଲାଗିରହିଥିଲା। ଆଉ କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ହୋଇଥିଲା।
ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ସୋନପୁରରେ ୩୧.୨ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବାବେଳେ ତାଳଚେରରେ ୧୫, ସମ୍ବଲପୁରରେ ୧୪, କେନ୍ଦୁଝରରେ ୧୪, ସୁନ୍ଦରଗଡ଼ରେ ୪, ଅନୁଗୋଳରେ ୧୧, ପୁରୀରେ ୨, ଚାନ୍ଦବାଲିରେ ୭, କଟକରେ ୪, ଭୁବନେଶ୍ୱର ୮, ବଲାଙ୍ଗୀର ୧୫.୬ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ବର୍ଷା ଯୋଗୁ ରାଜ୍ୟର କେତେକ ସ୍ଥାନରେ ଧାନ ଫସଲ ପ୍ରଭାବିତ ହୋଇଛି। ପାଚିଲା ଧାନ ବିଲରେ ପଡ଼ିରହିଛି। ବର୍ଷା ଯୋଗୁ ସେଗୁଡିକ ନଷ୍ଟ ହେବାର ଆଶଙ୍କା ରହିଛି। ବର୍ଷା ଛାଡ଼ି ଯିବା ପରେ ରାଜ୍ୟରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପ୍ରବଳ ଥଣ୍ଡା ହେବାର ସମ୍ଭାବନା ରହିଛି। ବର୍ଷା ଓ ଥଣ୍ଡାକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ପ୍ରଦୀପ୍ତ କୁମାର ଜେନା ଆବଶ୍ୟକ ପ୍ରତିକାର ମୂଳକ ପଦକ୍ଷେପ ନେବାକୁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବିଲରେ କଟା ହୋଇପଡିଥିବା ଧାନକୁ ତୁରନ୍ତ ଖଳାକୁ ଆଣିବା ଓ ସୁରକ୍ଷିତ ସ୍ଥାନରେ ଏହାକୁ ଘୋଡାଇ ରଖିବାକୁ ଚାଷୀମାନଙ୍କୁ ପରାମର୍ଶ ଦିଆଯାଇଛି। ରାଜ୍ୟରେ ଖରିଫ ଧାନ ସଂଗ୍ରହ ଚାଲିଛି। ଚାଷୀମାନେ ବିକିବା ପାଇଁ ମଣ୍ଡିକୁ ଧାନ ଆଣୁଛନ୍ତି। ମଣ୍ଡିଗୁଡ଼ିକରେ ଧାନର ସୁରକ୍ଷା ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ଏସ୍‌ଆର୍‌ସି ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରବଳ ଥଣ୍ଡା ସମ୍ଭାବନା ଥିବାରୁ ଅସହାୟ ବାସହୀନ ଲୋକଙ୍କ ପାଇଁ ଗ୍ରାମାଞ୍ଚଳରେ ସ୍କୁଲ ଗୃହକୁ ରାତ୍ର ଆଶ୍ରୟସ୍ଥଳ ଭାବେ ବ୍ୟବହାର କରିବାକୁ କୁହାଯାଇଛି।
ରାଜସ୍ଥାନରୁ ଝାଡଖଣ୍ଡ ଉପର ଦେଇ ଏକ ଟ୍ରପ ଲାଇନ ରହିଛି। ଏଥିଯୋଗୁ ରାଜ୍ୟରେ ଦୁଇଦିନ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଶନିବାର ମଧ୍ୟାହ୍ନ ସୁଦ୍ଧା ବର୍ଷା ଛାଡିଯିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୋଳ, ଭଦ୍ରକ, ବାଲେଶ୍ୱର, ଯାଜପୁର, କୋରାପୁଟ, କଟକ, ଖୋର୍ଦ୍ଧା, ସୁବର୍ଣ୍ଣପୁର, ବୌଦ୍ଧ ଏବଂ ସୁନ୍ଦରଗଡ଼ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୫ ଓ ୬ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ କୁହୁଡ଼ି ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହି ଦୁଇଦିନ ରାଜ୍ୟରେ ଥଣ୍ଡା ପରିମାଣ ବଢ଼ିଯିବ। ସର୍ବନିମ୍ନ ତାପାମାତ୍ରା ୬ ରୁ ୭ ଡିଗ୍ରୀ ସେଲ୍‌ସିୟସ ତଳକୁ ଖସିଯିବ। ୮ ତାରିଖରୁ ପୁଣି ପାରଦ ଉପରମୁହାଁ ହେବ। ୯ ତାରିଖରେ ଉତ୍ତର ଏବଂ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ପୁଣି ୧୦ ତାରିଖରୁ ଉତ୍ତର ପୂର୍ବ ଦିଗରୁ ଥଣ୍ଡା ବାୟୁ ପ୍ରବାହ ହେବ। ରାଜ୍ୟରେ ଶୀତ ପରିମାଣ ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ସ୍ତ୍ରୀର ଅନ୍ୟ ପୁରୁଷ ସହିତ ଅବୈଧ ସମ୍ପର୍କ ଥିଲେ ମିଳିବ ନାହିଁ ଭରଣପୋଷଣ’: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ବିଳାସପୁର,୧୬।୭: ଯଦି ଜଣେ ବିବାହିତ ମହିଳା ବିବାହ ପରେ ଅନ୍ୟ ପୁରୁଷ ସହିତ ଅବୈଧ ସମ୍ପର୍କରେ ଲିପ୍ତ ହୁଅନ୍ତି, ତେବେ ସେ ତାଙ୍କ ସ୍ବାମୀଙ୍କଠାରୁ ଭରଣପୋଷଣ ଦାବି…

ତିନି ରଥରେ ଦର୍ଶନ ଦଲେ ଶ୍ରୀଜୀଉ

କର୍ଲାମୁଣ୍ଡା,୧୬ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ର ବିଭିନ୍ନ ସ୍ଥାନରେ ଗୁରୁବାର ରଥଯାତ୍ରା ଶାନ୍ତିପୂର୍ଣ୍ଣ ଭାବେ ଅନୁଷ୍ଠିତ ହୋଇଯାଇଛି। କର୍ଲାମୁଣ୍ଡା ବସ୍ତିଠାରେ ଭକ୍ତଙ୍କ ସମାଗମରେ ମହାପ୍ରଭୁ…

ଠାକୁର ଅଜା ଶ୍ରୀ ସିଦ୍ଧ ବଳରାମଙ୍କ ରଥଯାତ୍ରା: ପାଚିଲା ପଣସ ଭୋଗରେ ମହକିଲା ପୀଠ

ସାକ୍ଷୀଗୋପାଳ, ୧୬।୭ (କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସ୍ଥାନୀୟ ପ୍ରସିଦ୍ଧ ବକୁଳ ବନର ଅଧିଶ୍ୱର ଠାକୁର ଅଜା ଶ୍ରୀସିଦ୍ଧ ବଳରାମଦେବଙ୍କ ପବିତ୍ର ରଥଯାତ୍ରା ଗୁରୁବାର ଭକ୍ତିପୂତ ପରିବେଶରେ…

‘ତେଲରେ ଲାଗିବ ନିଆଁ’ ! ଆମେରିକାର ବିନାଶକାରୀ ବୋମାମାଡ଼ ମଧ୍ୟରେ, ଇରାନ କରୁଛି ମାଷ୍ଟର ପ୍ଲାନ…

ତେହରାନ,୧୬।୭: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ନୂତନ ସଂଘର୍ଷର ପରିସର ଏବେ ହର୍ମୁଜ ପ୍ରଣାଳୀ ବାହାରକୁ ଲାଲ ସାଗର ପର୍ଯ୍ୟନ୍ତ ବିସ୍ତାରିତ ହୋଇଛି। ଯଦି ଆମେରିକା…

ରଥଟଣା ବେଳେ ଅଘଟଣ: ଶଳାକୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଭିଣୋଇ, ଦଳାଚକଟାରେ ଜଣେ ଆହତ

ପୁରୁଷୋତ୍ତମପୁର, ୧୬।୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଅରଖପୁର ଗ୍ରାମରେ ରଥଯାତ୍ରା ସମୟରେ ଏକ ଅଭାବନୀୟ ଘଟଣା ଘଟିଛି। ରଥଟଣା ଚାଲିଥିବା ବେଳେ ପାରିବାରିକ…

କୁଲାଡ ବଡ଼ଦାଣ୍ଡ ଭକ୍ତମୟ: ମାଉସୀମା ମନ୍ଦିରରେ ଲାଗିଲା ରଥ, ମଝି ରାସ୍ତାକୁ ଆଣିବା ପାଇଁ ନିଆଯାଇଥିଲା ହାଇୱାର ସହାୟତା

ଭଞ୍ଜନଗର, ୧୬।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ ଜଗନ୍ନାଥ ମନ୍ଦିର ପକ୍ଷରୁ ପବିତ୍ର ଗୁଣ୍ଡିଚା ଯାତ୍ରା ଗୁରୁବାର ଅତି ଆଡ଼ମ୍ବର ସହକାରେ ପାଳିତ…

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ବଡ଼ ସୂଚନା, ସକାଳ ସାଢେ ୯ଟାରେ ପୁଣି ଟଣା ହେବ ରଥ

ପୁରୀ,୬।୭: ଭକ୍ତି, ହର୍ଷଉଲ୍ଲାସରେ ଆରମ୍ଭ ହୋଇଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଘଣ୍ଟ, ଘଣ୍ଟା ଏବଂ ହରିବୋଲ ହୁଳହୁଳିରେ ଭକ୍ତ ଶ୍ରଦ୍ଧାର ସହିତ ଟାଣିଥିଲେ ୩ ରଥ। ସନ୍ଧ୍ୟା ପ୍ରାୟ…

ଦିଗପହଣ୍ଡିରେ ନିଆରା ପରମ୍ପରା: ଆଜି ଶେଷ ହେଲା ଶ୍ରୀଜୀଉଙ୍କ ପହଣ୍ଡି, କାଲି ଟଣା ହେବ ରଥ

ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଗଡ଼ଜାତ ଅଞ୍ଚଳ ଦିଗପହଣ୍ଡିରେ ପବିତ୍ର ଘୋଷଯାତ୍ରା ଅବସରରେ ଏକ ନିଆରା ପରମ୍ପରା ଦେଖିବାକୁ ମିଳିଛି। ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri