Posted inଖେଳ

ରାଜ୍ୟ ସ୍କୁଲ ଓପନ ଚେସ୍‌: ଅବିନାଶ ଚାମ୍ପିୟନ

ଭୁବନେଶ୍ୱର, ୪।୯(କ୍ରୀଡ଼ା ପ୍ରତିନିଧି)-ପୁରୁଣା ଭୁବନେଶ୍ୱରସ୍ଥିତ ଲିଙ୍ଗରାଜ କ୍ଲବ ଆନୁକୂଲ୍ୟରେ କୈଳାସ ସଦନରେ ମଙ୍ଗଳବାର ରାଜ୍ୟ ସ୍କୁଲ ଓପନ ଚେସ୍‌ ଅନୁଷ୍ଠିତ ହୋଇ ଯାଇଛି। ଏଥିରେ ମଦର୍ସ ପବ୍ଲିକ୍‌ ସ୍କୁଲର ଅବିନାଶ ଆଚାର୍ଯ୍ୟ ୬.୫ ପଏଣ୍ଟ ସହ ଚାମ୍ପିୟନ ହୋଇଛନ୍ତି। କୀର୍ତ୍ତି ଅନୁରାଗ ପ୍ରତିହାରୀ ଓ ଶାଶ୍ୱତ ସୌମ୍ୟବ୍ରତ ୬ ପଏଣ୍ଟ ଲେଖାଏ ପାଇ ଯଥାକ୍ରମେ ରନର୍ସଅପ୍‌ ଓ ୩ୟ ସ୍ଥାନ ଅଧିକାର କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ବୈଷ୍ଣବି ଘୋଷ, ପ୍ରଭାଂଶୁ ଦାଶ, ଅଭିଜିତ ବିଶ୍ୱାଳ, ସୁଜିତ କୁମାର ଦାଶ, ବୈଭବ ଘୋଷ, ଆର୍ଯ୍ୟନ ଆଦେଶ ଚାଟୋଇ, ରୋହିତ ମଲିକ, ଅଭିଷେକ ନାୟକ, ଶିବାଙ୍ଗି ମହାନ୍ତି, ରାଜ ରଣବୀର ଗିରି, ଅମୃତ ଶତପଥୀ ଓ ସାର୍ଥକ ମହାନ୍ତି ଯଥାକ୍ରମେ ୨ୟରୁ ୧୫ତମ ସ୍ଥାନ ହାସଲ କରିଥିଲେ। ମୁଖ୍ୟ ପୁରସ୍କାର ବ୍ୟତୀତ ୭, ୯, ୧୧, ୧୩ ବର୍ଷରୁ କମ୍‌ ଏବଂ ବାଳିକା ବିଭାଗରେ ଶ୍ରେଷ୍ଠ ୪ ଜଣ ଲେଖାଏ ଖେଳାଳିଙ୍କୁ ପୁରସ୍କୃତ କରାଯାଇଥିଲା। ବରିଷ୍ଠ କ୍ରୀଡ଼ା ଖବରଦାତା ସୁରେଶ ସ୍ବାଇଁ ପ୍ରତିଯୋଗିତାକୁ ଉଦ୍‌ଘାଟନ କରିଥିବାବେଳେ ବିଧାୟକ ଅନନ୍ତ ନାରାୟଣ ଜେନା ମୁଖ୍ୟ ଅତିଥି ଏବଂ ଲିଙ୍ଗରାଜ କ୍ଲବ ସମ୍ପାଦକ ଅଜୟ କୁମାର ଦାସ, ଭୁବନେଶ୍ୱର ଆଥଲେଟିକ୍‌ ଆସୋସିଏଶନ କାର୍ଯ୍ୟକାରିଣୀ ସଦସ୍ୟ ଗଣେଶ ପାଲ, ପୂର୍ବତନ କର୍ପୋରେଟର ପ୍ରମୋଦ ମହାପାତ୍ର ସମ୍ମାନିତ ଅତିଥିଭାବେ ଯୋଗଦେଇ ପୁରସ୍କାର ବିତରଣ କରିଥିଲେ। ଦେବାଶିଷ ପାଣିଗ୍ରାହୀ ମୁଖ୍ୟ ଆର୍ବିଟର ଦାୟିତ୍ୱ ନିର୍ବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ରାସ୍ତାରେ ଯାଉଯାଉ ବାଇକ୍‌ ସହ କଚାଡ଼ି ହୋଇପଡ଼ିଗଲେ ଯୁବକ, ୮ ଘଣ୍ଟା ପରେ ଘଟିଲା…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା -ଛଣମେରି ଗ୍ରାମ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତା ୟରେ ଶନିବାର ମଧ୍ୟାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ…

ଗ୍ରାମ ସଭାପତିଙ୍କୁ ହତ୍ୟା ମାମଲା: ଆଜୀବନ କାରାଦଣ୍ଡ ଭୋଗିବେ ଦ୍ୱିତୀୟ ଅଭିଯୁକ୍ତ

ଭଞ୍ଜନଗର,୧୨ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଦଣ୍ଡିପଦର ଗ୍ରାମରେ ୨୦୧୬ରେ ଗ୍ରାମ ସଭାପତି ପରୀକ୍ଷିତ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ଉକ୍ତ ମାମଲାର ରାୟ ଶୁକ୍ରବାର ପ୍ରକାଶ…

ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି ଚାଖିବେ ବିଶ୍ୱ ପ୍ରତିନିଧି, ବଢ଼ିଲା ଓଡ଼ିଶାର ଗୌରବ

କୋରାପୁଟ,୧୨ା୯(ଅମିତାଭ ବେହେରା): କୋରାପୁଟର ପାହାଡ଼ିଆ ଅଞ୍ଚଳରେ ଆଦିବାସୀ ଚାଷୀଙ୍କ ଦ୍ୱାରା ଉତ୍ପାଦିତ ସୁଗନ୍ଧିତ କଫି ଏବେ ବିଶ୍ୱ ମଞ୍ଚରେ ପହଞ୍ଚିଛି। ନୂଆଦିଲ୍ଲୀରେ ଚାଲିଥିବା ୧୮ତମ ବ୍ରିକ୍ସ ଶିଖର…

ଅଷ୍ଟ୍ରେଲିଆରେ ଇତିହାସ ରଚିଲା ପ୍ରବାସୀ ଓଡ଼ିଆଙ୍କ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’, ସବ୍ୟସାଚୀ-ଅର୍ଚ୍ଚିତା ଯୋଗ ଦେଇ…

ସିଡ୍‌ନୀ: ପ୍ରଥମଥର ପାଇଁ ଓଡ଼ିଆ ସିନେ କଳାକାରମାନଙ୍କୁ ନେଇ ସିଡ୍‌ନୀ-ମେଲବୋର୍ନ ସହରରେ ଏକ ମେଗା ସାଂସ୍କୃତିକ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’ ସଫଳତାର ସହ ଆୟୋଜିତ ହୋଇଯାଇଛି। ଏହି…

ମହିଳା ଏସିଆ କପ୍‌: ଫାଇନାଲରେ ଭାରତ-ଶ୍ରୀଲଙ୍କା ମହାମୁକାବିଲା, ଟାଇଟଲ ପାଇଁ କିଏ ଫେଭରାଇଟ୍‌ ଜାଣନ୍ତୁ…

ଦୁବାଇ,୧୨ା୯: ମହିଳା ଟି୨୦ ଏସିଆ କପ୍‌ କ୍ରିକେଟ ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ୍‌ ରବିବାର ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯିବ। ୭ ଥରର ବିଜେତା ଭାରତ ଟୁର୍ନାମେଣ୍ଟ…

ଲୁଟେରାଙ୍କଠାରୁ ନଗଦ ଟଙ୍କା-ବାଇକ୍‌ ସହ ଛୁରି ଜବତ, ପୁଣି ଜଣେ ଯୁବକ ଧରାପଡ଼ି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ଜାରି ରହିଛି ବର୍ଷା: ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ବଢୁଛି ଜନ ଅସନ୍ତୋଷ

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ ୪ ଦିନ ହେଲା ଲଘୁଚାପ ଜନିତ ବର୍ଷା ଜାରିରହିଛି। ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବା ବେଳେ…

ଅନୁଦାନ ବଣ୍ଟନରେ ପାତରଅନ୍ତର ଅଭିଯୋଗ, ନିର୍ଦ୍ଦିଷ୍ଟ ପଞ୍ଚାୟତ ପାଇଁ ଏତେ ଅନୁକମ୍ପା କାହିଁକି

କର୍ଲାମୁଣ୍ଡା,୧୨ା୯(ପ୍ରଦୀପ କୁମାର ସାହୁ): କର୍ଲାମୁଣ୍ଡା ବ୍ଲକରେ ‘ବିକଶିତ ଓଡ଼ିଶା ବିକଶିତ ଗାଁ’ ଯୋଜନାରେ ଅନୁଦାନ ବଣ୍ଟନକୁ ନେଇ ପାତରଅନ୍ତର କରାଯାଇଥିବା ଅଭିଯୋଗ ଉଠିଛି। ବ୍ଲକର ୧୨ଟି ପଞ୍ଚାୟତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?