ରାଜ୍ୟକୁ କମିଲା କିରୋସିନ କୋଟା: ଅଗଷ୍ଟରୁ ମିଳିବ ୨ ଲିଟର

ଭୁବନେଶ୍ୱର,୩୧।୭(ବ୍ୟୁରୋ): ରାଜ୍ୟର ୪ଟି ଜିଲା କଟକ, ଖୋର୍ଦ୍ଧା, ସମ୍ବଲପୁର ଓ ସୁନ୍ଦରଗଡ଼କୁ ଅଣ-ସବ୍‌ସିଡି କିରୋସିନ ଯୋଗାଇ ଦିଆଯାଉଛି। ଅନ୍ୟ ଜିଲାଗୁଡ଼ିକରେ କେତେ ଅଣ-ସବ୍‌ସିଡି କିରୋସିନ ଦରକାର ସେନେଇ ଏକ ତାଲିକା ଦେବା ଲାଗି ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। କେନ୍ଦ୍ର ସରକାର ରାଜ୍ୟ ପାଇଁ ଥିବା କିରୋସିନ କୋଟାକୁ ହ୍ରାସ କରିଚାଲିଛନ୍ତି। ବୁଧବାର ପ୍ରଶ୍ନୋତ୍ତର ବେଳେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଏହି ସୂଚନା ଦେଇଛନ୍ତି।

ମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟକୁ ୨୦୧୧-୧୨ରେ ବର୍ଷକୁ ୪ଲକ୍ଷ ୯୪୪ କିଲୋଲିଟର କିରୋସିନ ଦେଉଥିବା ବେଳେ ୨୦୧୨-୧୩ରେ ୩ଲକ୍ଷ ୯୯ହଜାର, ୨୦୧୩-୧୪ରେ ୩ଲକ୍ଷ ୯୮ହଜାର ୯୮୮, ୨୦୧୪-୧୫ରେ ୩ଲକ୍ଷ ୮୯ହଜାର, ୨୦୧୫-୧୬ରେ ୨ଲକ୍ଷ ୯୨ହଜାର, ୨୦୧୬-୧୭ରେ ୨ଲକ୍ଷ ୪୮ହଜାର, ୨୦୧୭-୧୮ରେ ୨ଲକ୍ଷ ୪୮ହଜାର ଏବଂ ୨୦୧୯-୨୦ରେ ୨ଲକ୍ଷ ୯ହଜାର କିଲୋଲିଟର କିରୋସିନ ରାଜ୍ୟକୁ ମିଳିଛି। ତେବେ ଜୁଲାଇ ମାସ ସୁଦ୍ଧା ପ୍ରତ୍ୟେକ ମାସରେ କେନ୍ଦ୍ର ସରକାର ରାଜ୍ୟକୁ ୨୦ହଜାର ୭୦୦ କିଲୋଲିଟର କିରୋସିନ ଯୋଗାଇ ଦେଇଥିବା ବେଳେ ଅଗଷ୍ଟ ମାସରେ ଏହାକୁ ୧୬ ହଜାର ୩୮୪ କିଲୋଲିଟରକୁ ଖସାଇ ଦେଇଛନ୍ତି। ଏଣିକି ଅଗଷ୍ଟ ମାସରୁ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଅନୁଯାୟୀ କାର୍ଡ ପାଇଥିବା ହିତାଧିକାରୀମାନଙ୍କୁ ୧.୮୯ ଲିଟର କିରୋସିନ ଯୋଗାଇ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମୁହାଁମୁହିଁ ଧକ୍କା ହୋଇ ଜଳିଗଲା ଟ୍ରକ୍‌, ୨ ଚାଳକ ଜୀବନ୍ତ ଦଗ୍ଧ

ସୁନ୍ଦରଗଡ,୧୬।୬(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ଭଷ୍ମା ଥାନା ଅନ୍ତର୍ଗତ କଇତରା ନିକଟରେ ବିଜୁ ଏକ୍ସପ୍ରେସ ଓ୍ବେରେ ମଙ୍ଗଳବାର ସକାଳେ ଦୁଇ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା…

ପୁଣି ରାଜଧାନୀରେ ଦୁର୍ଘଟଣା: ଦମ୍ପତିଙ୍କୁ ଚାପି ଦେଲା ଟ୍ରକ

ଭୁବନେଶ୍ୱର,୧୬।୬: ରାଜଧାନୀ ଭୁବନେଶ୍ୱର ପୁଣି ଏକ ଦୁର୍ଘଟଣା ଘଟିଛି। ମଙ୍ଗଳବାର ପୂର୍ବାହ୍ନରେ ସୈନିକ ସ୍କୁଲ ଦଶରଜା ମନ୍ଦିର ନିକଟରେ ଏକ ସ୍କୁଟରରେ ଯାଉଥିବା ଦମ୍ପତିଙ୍କୁ ଏକ ଟ୍ରକ…

ନିୟମ ବଦଳାଇଲେ କେନ୍ଦ୍ର ସରକାର, ଏଥର ବିନା ପ୍ରେସକ୍ରିପସନରେ ମିଳିବନି କଫ ସିରପ୍‌

ନୂଆଦିଲ୍ଲୀ,୧୬।୬: କାଶ ସିରପ ସମେତ ବିଭିନ୍ନ ଔଷଧୀୟ ସିରପ କିଣିବା ପାଇଁ ଏବେ ସାରା ଦେଶରେ ଡାକ୍ତରଙ୍କ ପ୍ରେସକ୍ରିପସନ ବାଧ୍ୟତାମୂଳକ ହେବ। ଔଷଧ ନିୟମ, ୧୯୪୫ ସଂଶୋଧନ…

Vaibhav Sooryavanshi: ବୈଭବଙ୍କ ଜେଜେ ଲେଖନ୍ତି ସିଂହ, ହେଲେ କାହିଁକି ନିଜର ସରନେମ ‘ସୂର୍ଯ୍ୟବଂଶୀ’ ବାଛିଲେ କ୍ରିକେଟର? ଜେଜେ କହିଲେ…

ନୂଆଦିଲ୍ଲୀ,୧୬।୬: ସମସ୍ତିପୁରର ତାଜପୁର ନଗର ପରିଷଦ ଅଞ୍ଚଳର ମୋତିପୁର ନିବାସୀ ବୈଭବ ସୂର୍ଯ୍ୟବଂଶୀଙ୍କ ଲୋକପ୍ରିୟତା ବଢ଼ିବା ସହିତ, ଲୋକଙ୍କ ମଧ୍ୟରେ ପ୍ରାୟତଃ ଏକ ପ୍ରଶ୍ନ ଉଠୁଥିଲା: ତାଙ୍କ…

ମେସି-ରୋନାଲ୍ଡୋ ଯଦି ଏକାଠି ହୁଅନ୍ତି ତେବେ ଫିକା ପଡିଯିବ BCCI! ଏମାନଙ୍କ ନେଟ ଓ୍ବର୍ଥ ଶୁଣିଲେ ହୋସ ଉଡିଯିବ

ନୂଆଦିଲ୍ଲୀ,୧୬।୬: ଫୁଟବଲ ବିଶ୍ୱର ସବୁଠାରୁ ଲୋକପ୍ରିୟ ଖେଳ, ପ୍ରାୟ ପ୍ରତ୍ୟେକ ଦେଶରେ ଖେଳାଯାଏ। କ୍ରିକେଟ ଦ୍ୱିତୀୟ ସ୍ଥାନରେ ଅଛି ଏବଂ ବିଶ୍ୱ ଦର୍ଶକଙ୍କ ଉପରେ ଏହାର କବଜାକୁ…

କେନାଲରୁ ମିଳିଲା ୬ ପିତ୍ତଳ ନାଗ, ଦିଗପହଣ୍ଡିରେ ଚର୍ଚ୍ଚା

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ପଞ୍ଚାୟତ ଚକ୍ରପୁର ଗାଁ ନିକଟ କେନାଲରୁ ୬ ଟି ପିତ୍ତଳ ନିର୍ମିତ ନାଗ ମିଳିଛି। ଗ୍ରାମର…

NEET ପୁନଃପରୀକ୍ଷା ପୂର୍ବରୁ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଟେଲିଗ୍ରାମ ଉପରେ ଲାଗିଲା ଅସ୍ଥାୟୀ ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୬।୬: କେନ୍ଦ୍ର ସରକାର NEET-UG ପୁନଃପରୀକ୍ଷା ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଜୁନ ୨୨ ପର୍ଯ୍ୟନ୍ତ ଟେଲିଗ୍ରାମ ବ୍ୟବହାର ଉପରେ ଏକ ଅସ୍ଥାୟୀ କଟକଣା ଜାରି…

କେନ୍ଦୁଝରରେ ଚାଞ୍ଚଲ୍ୟ, ପାରିବାରିକ କଳହରୁ ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

କେନ୍ଦୁଝର,୧୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଟାଉନ୍‌ ଥାନା ଅନ୍ତର୍ଗତ ଜାମୁଡ଼ିହା ଗ୍ରାମରେ ବିଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ୱାମୀଙ୍କ ଆକ୍ରମଣରେ ସ୍ତ୍ରୀଙ୍କ ମୃତ୍ୟୁ ଘଟଣା ଚାଞ୍ଚଲ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri