Posted inଖେଳ

‘ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଶୁଟିଂ ସାମିଲ ହେବ ନାହିଁ’

ଲଣ୍ଡନ,୧୪।୮(ପି.ଟି.)- ଭାରତ ଓହରିଯିବାର ଧମକ ଦେବା ସତ୍ତ୍ୱେ ମଧ୍ୟ ଶୁଟିଂ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସାମିଲ ହେବ ନାହିଁ ବୋଲି କ୍ରୀଡ଼ା ଫେଡେରେଶନ (ସିଜିଏଫ୍‌) ମୁଖ୍ୟ ଲୋଇସ୍‌ ମାର୍ଟିନ ସ୍ପଷ୍ଟ କରିଛନ୍ତି। ୨୦୨୨ରେ ବର୍ମିଂହାମ୍‌ରେ ଆୟୋଜନ ହେବାକୁ ଥିବା ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଶୁଟିଂକୁ ବାଦ୍‌ ଦିଆଯାଇଛି। ୧୯୭୪ ପରେ ପ୍ରଥମଥର ପାଇଁ ଶୁଟିଂକୁ ଏହି ମେଗା ଇଭେଣ୍ଟରୁ ବାଦ୍‌ ଦିଆଯାଇଛି। ଶୁଟିଂ ଏହି କ୍ରୀଡ଼ାରେ ଏକ ବାଧ୍ୟତାମୂଳକ ଇଭେଣ୍ଟ ନୁହଁ ଓ ଶୁଟିଂ ପାଇଁ ଆମ ପାଖରେ ସ୍ଥାନ ନାହିଁ ବୋଲି ସେ କହିଛନ୍ତି। ଉଲ୍ଲେଖଥାଉ କି, ଭାରତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଶୁଟିଂରେ ସବୁବେଳେ ଭଲ ପ୍ରଦର୍ଶନ କରିଥାଏ। ଗୋଲ୍ଡକୋଷ୍ଟରେ ଅନୁଷ୍ଠିତ ଗତ ସଂସ୍କରଣରେ ଭାରତ ଶୁଟିଂରେର ୧୬ଟି ପଦକ ହାସଲ କରିଥିଲା। ଶୁଟିଂକୁ ବାଦ୍‌ ଦିଆଯାଇଥିବାରୁ ଭାରତ ୨୦୨୨ ଗେମ୍ସରୁ ଓହରିଯିବାକୁ ଧମକ ଦେଇଛି। ଏ ସଂକ୍ରାନ୍ତରେ ଭାରତୀୟ ଅଲିମ୍ପିକ୍‌ ଆସୋସିଏଶନ (ଆଇଓଏ) ମୁଖ୍ୟ ନରିନ୍ଦର ବାତ୍ରା କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁଙ୍କ ଅନୁମତି ଲୋଡିଛନ୍ତି।
ଶୁଟିଂକୁ ବାଦ୍‌ ଦିଆଯିବା ନିଷ୍ପତ୍ତି କ୍ରୀଡ଼ା ସମ୍ବିଧାନର ଉଲ୍ଲଂଘନ ନୁହଁ। ଶୁଟିଂ ସବୁବେଳେ ଏକ ଇଚ୍ଛାଧୀନ ଇଭେଣ୍ଟ ହିସାବରେ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସାମିଲ ହୋଇଥାଏ। ଭାରତ ଏହା ହୃଦୟଙ୍ଗମ କରିବା ଉଚିତ ବୋଲି ବର୍ମିଂହାମ ୨୦୨୨ ରାଜ୍ୟଗୋଷ୍ଠୀ କ୍ରୀଡ଼ା ମୁଖ୍ୟ କାର୍ଯ୍ୟନିର୍ବାହୀ ଇଆନ ରେଡ୍‌ ସ୍ପଷ୍ଟ କରିଛନ୍ତି। ଅନ୍ୟପଟେ ଗନ୍‌ ଇଣ୍ଡଷ୍ଟ୍ରୀ ୟୁନିୟନ ମଧ୍ୟ ଏହି ନିଷ୍ପତ୍ତି ବିରୋଧରେ ଅସନ୍ତୋଷ ଜାହିର କରିଛି। ଶୁଟିଂକୁ ବାଦ୍‌ ଦିଆଯାଇଥିବାରୁ ଭାରତ ଭଳି ଅଷ୍ଟ୍ରେଲିଆ ମଧ୍ୟ ରାଜ୍ୟଗୋଷ୍ଠୀ କ୍ରୀଡ଼ା ବର୍ଜନ କରୁ ବୋଲି ଏହି ୟୁନିୟନ ଅନୁରୋଧ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ମା’ରାମଚଣ୍ଡୀଙ୍କ ସାମ୍ନାରେ ରଡ଼ ନିଆଁରେ ଚାଲିଲେ ସେବକ: ୭ଥର ପରେ ଘଟିଲା…

ମହାକାଳପଡ଼ା,୧୫ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ପୀଠରେ ଝାମୁଯାତ୍ରା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୋର ସାଢ଼େ ଚାରିଟାରୁ ମନ୍ଦିର…

ଡବେରୀ ଜଳ ସମସ୍ୟାର ହେବ ସମାଧାନ: ପଦକ୍ଷେପ ନେଲା ପ୍ରଶାସନ

ଦାରିଙ୍ଗବାଡି,୧୪।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଡବେରୀରେ ଜଳ ସମସ୍ୟାର ସମାଧାନ ପାଇଁ ବ୍ଲକ ପ୍ରଶାସନ ପଦକ୍ଷେପ ନେଇଛି। ପ୍ରଥମ ପର୍ଯ୍ୟାୟରେ ଜଳ ଅଭାବ ସ୍ଥାନରେ…

ଶିଶୁପୁତ୍ର ଜନ୍ମଦେଲେ ୧୪ ବର୍ଷୀୟ ବାଳିକା: ବାପା-ମା’ଙ୍କୁ ନେଇ ପୀଡ଼ିତା ଯାହା କହିଲେ, ଗୋଡ଼ ତଳୁ ଖସିଯିବ ମାଟି

ଡେରାଡୁନ,୧୫।୪: ଉତ୍ତରାଖଣ୍ଡର ପିଥୋରାଗଡ଼ର ଜିଲା ହସ୍ପିଟାଲରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ୧୪ ବର୍ଷୀୟା ଝିଅ ଶିଶୁକୁ ଜନ୍ମ ଦେଇଛନ୍ତି। ଏହାପରେ ନବଜାତ ଶିଶୁର…

ଗଛକୁ ପିଟିଲା ବରଯାତ୍ରୀ ବସ୍‌: ବର-କନ୍ୟା ସମେତ…

ସିମୁଳିଆ, ୧୫।୪(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନାଠାରୁ ୧ କିମି. ଦୂର ୧୬ନଂ ଜାତୀୟ ରାଜପଥର କଣିଆରି ଛକ ନିକଟରେ ବରଯାତ୍ରୀ ମିନି ବସ…

ଅନୁ ଗର୍ଗଙ୍କ ବଡ଼ ଘୋଷଣା: ଓଡ଼ିଶା ହେବ ‘ଏସିଆ’ର….

ଭୁବନେଶ୍ୱର,୧୫ା୪(ରବିନାରାୟଣ ଜେନା):ଓଡ଼ିଶାରେ ସମୃଦ୍ଧ ଐତିହ୍ୟ, ବିବିଧ ସଂସ୍କୃତି ଓ ପ୍ରାକୃତିକ ମନୋରମ୍ୟ ରହିଛି। ଏହାକୁ ନେଇ ବିଶ୍ୱସ୍ତରୀୟ ପର୍ଯ୍ୟଟକମାନଙ୍କୁ କିଭଳି ଆକର୍ଷିତ କରାଯାଇ ପାରିବ ସେନେଇ ପର୍ଯ୍ୟଟନ…

୪ବର୍ଷ ବିତିଲା, ମିଳିଲାନି ନିଖୋଜ ଶ୍ରମିକଙ୍କ ପତ୍ତା

ନୂଆପଡ଼ା,୧୫ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ଦର୍ଲିପଡା ଗଁ।ର ଜଣେ ଦାଦନ ଶ୍ରମିକ ନିଖୋଜ ହେବାର ପ୍ରାୟ ୪ବର୍ଷ ବିତିଯାଇଥିଲେ ମଧ୍ୟ ତାଙ୍କର ପତ୍ତା ମିଳିନାହିଁ।…

ବିଜେଡି-କଂଗ୍ରେସ ମେଣ୍ଟକୁ ନେଇ ବଢୁଛି ଚର୍ଚ୍ଚା: ମନମୋହନ ଦେଲେ ଏମିତି ପରାମର୍ଶ

ଭୁବନେଶ୍ୱର,୧୫।୪(ସୁନିତ୍‌ ମିଶ୍ର):୨୦୨୭ରେ ରାଜ୍ୟରେ ପଞ୍ଚାୟତ ନିର୍ବାଚନ ହେବ। ଏଥିଲାଗି ପ୍ରସ୍ତୁତି ଏକ ପ୍ରକାର ଆରମ୍ଭ ହୋଇସାରିଛି। ଆସନ ସଂରକ୍ଷଣ ଆସନ୍ତା ୩୦ ତାରିଖ ସୁଦ୍ଧା ଶେଷ କରିବାକୁ…

ଆହୁରି ବଢ଼ିବ ତାତି: ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୫।୪ (ବନ୍ଦନା ସେଠୀ): ରାଜ୍ୟରେ ଆହୁରି ବଢିବ ତାତି। ଗରମ ତାୱାରେ ଜଳିବ ଓଡ଼ିଶା। ସେହିପରି ଆସନ୍ତା ୬ଦିନ ପର୍ଯ୍ୟନ୍ତ ଗ୍ରୀଷ୍ମର ପ୍ରକୋପ ଲାଗିରହିବ। ଦିନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri