Posted inଖେଳ

ରାଜ୍ୟଗୋଷ୍ଠୀ ଜୁଡୋ ଚାମ୍ପିୟନଶିପ୍‌: ଭାରତୀୟ ଦଳରେ ଓଡ଼ିଶାର ନିତ୍ୟା

ଭୁବନେଶ୍ୱର, ୧୦।୭(କ୍ରୀଡ଼ା ପ୍ରତିନିଧି)-ସେପ୍ଟେମ୍ବର ୨୨ରୁ ୩୦ ପର୍ଯ୍ୟନ୍ତ ଇଂଲଣ୍ଡର ବର୍ମିଂହାମଠାରେ ରାଜ୍ୟଗୋଷ୍ଠୀ ଜୁଡ଼ୋ ଚାମ୍ପିୟନଶିପ ଅନୁଷ୍ଠିତ ହେବ। ଏଥିପାଇଁ ଘୋଷିତ ଭାରତୀୟ ଦଳରେ ଓଡ଼ିଶାର ନିତ୍ୟା ମାଝୀ ମନୋନୀତ ହୋଇଛନ୍ତି। କିସ ଛାତ୍ର ନିତ୍ୟା ୪୬କେଜି ବର୍ଗର ପ୍ରି-କ୍ୟାଡେଟ ବାଳକ ବିଭାଗରେ ଅଂଶଗ୍ରହର କରିବେ। ଜୁଲାଇ ୭ ତାରିଖରେ ନୂଆଦିଲ୍ଲୀ କୋଟଲାସ୍ଥିତ ନ୍ୟାଶନାଲ ବାଲ୍‌ ଭବନଠାରେ ଭାରତୀୟ ଜୁଡୋ ଫେଡେରେଶନ ପକ୍ଷରୁ ଅନୁଷ୍ଠିତ ପ୍ରଶିକ୍ଷଣ ଓ ଚୟନ ଶିବିରରେ ହରିଆଣା, ମହାରାଷ୍ଟ୍ର ଓ ଦିଲ୍ଲୀର ଜୁଡ଼ୋକାମାନଙ୍କୁ ହରାଇ ନିତ୍ୟା ଭାରତୀୟ ଦଳ ପାଇଁ ମନୋନୀତ ହୋଇଛନ୍ତି। ନିତ୍ୟା ଏବେ କିସ୍‌ର ୧୦ମ ଶ୍ରେଣୀରେ ଅଧ୍ୟୟନରତ। ଏହା ପୂର୍ବରୁ ସେ ରାଜ୍ୟସ୍ତରୀୟ ଜୁଡ଼ୋ ପ୍ରତିଯୋଗିତାରେ ସ୍ବର୍ଣ୍ଣ, ରୌପ୍ୟ ଓ ବ୍ରୋଞ୍ଜ ପଦକ ହାସଲ କରିଥିବା ବେଳେ ଜାତୀୟସ୍ତରର ଜୁଡ଼ୋ ପ୍ରତିଯୋଗିତାରେ ମଧ୍ୟ ଅଂଶଗ୍ରହଣ କରିଛନ୍ତି। ୨୦୧୩ ମସିହାରୁ ସେ କିସ୍‌ର ଜୁଡ଼ୋ କୋଚ୍‌ କନ୍ଦନ ମୁର୍ମୁଙ୍କଠାରୁ ନିୟମିତ ପ୍ରଶିକ୍ଷଣ ନେଇ ଆସୁଛନ୍ତି। ଚଳିତବର୍ଷ ଇଂଲଣ୍ଡ ରାଜ୍ୟଗୋଷ୍ଠୀ ଜୁଡ଼ୋ ଚାମ୍ପିୟନଶିପ ଆୟୋଜନ କରୁଛି। ଏଥିରେ ପ୍ରି-କ୍ୟାଡେଟ, କ୍ୟାଡେଟ, ସିନିୟର, ଜୁନିୟର, ଭେଟେରାନ ଓ ଦିବ୍ୟାଙ୍ଗ ଜୁଡ଼ୋକା ଭାଗନେବେ। କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ବ୍ଲକ ଅନ୍ତର୍ଗତ ମୁରୁଡ଼ିମାହା ଗ୍ରାମର ଏକ ଗରିବ ଜନଜାତି ପରିବାରରୁ ଆସିଥିବା ନିତ୍ୟାଙ୍କ ବାପା ଆବ୍ରାହମ ମାଝୀ କୃଷି ଶ୍ରମିକ ଭାବେ ଗୁଜୁରାଣ ମେଣ୍ଟାଇଥାନ୍ତି। ଆଗାମୀ ପ୍ରତିଯୋଗିତାରେ ସଫଳତା କାମନା କରି ନିତ୍ୟାଙ୍କୁ କିଟ୍‌ ଓ କିସ୍‌ର ପ୍ରତିଷ୍ଠାତା ତଥା ଏମ୍‌ପି ଅଚ୍ୟୁତ ସାମନ୍ତ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

ହାର୍ଦ୍ଦିକଙ୍କ ପରେ ଜାଡେଜା ହାସଲ କଲେ ଏହି ମାଇଲଖୁଣ୍ଟ

ଗୁଆହାଟୀ,୧୧ା୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ବିପକ୍ଷ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଏକ ମାଇଲଖୁଣ୍ଟ ହାସଲ କରିଛନ୍ତି। ସେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ…

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ହାଇଦ୍ରାବାଦ୍‌କୁ ହରାଇ ପଞ୍ଜାବର ତୃତୀୟ ବିଜୟ

ଚଣ୍ଡିଗଡ଼,୧୧ା୪: ଅଧିନାୟକ ଶ୍ରେୟସ ଆୟାରଙ୍କ ଅପରାଜିତ ୬୯ ରନର ଇନିଂସ ବଳରେ ପଞ୍ଜାବ କିଙ୍ଗ୍ସ ଏକ ହାଇସ୍କୋରିଂ ଆଇପିଏଲ୍‌ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ୍‌କୁ ପରାସ୍ତ କରିଛି। ପଞ୍ଜାବର…

ଭାରତକୁ ମିଳିଲା ୧୩ ସ୍ବର୍ଣ୍ଣ ପଦକ

ଶିମ୍‌ଲା, ୧୧ା୪: ଭାରତୀୟ ଟେବୁଲ ଟେନିସ ଖେଳାଳି ସାଉଥ ଏସିଆନ ୟୁଥ୍‌ ଟେବୁଲ ଟେନିସ ଚାମ୍ପିୟନଶିପ୍‌ରେ ଆଧିପତ୍ୟ ବିସ୍ତାର କରି ସମସ୍ତ କାଟେଗୋରିରେ ମୋଟ ୧୩ ସ୍ବର୍ଣ୍ଣ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri