ରାଜ୍ୟଗୋଷ୍ଠୀ ସଂସଦୀୟ ସମ୍ମିଳନୀରେ ଯୋଗଦେବେ ବାଚସ୍ପତି

ଭୁବନେଶ୍ୱର,୧୪-୧(ବ୍ୟୁରୋ):ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌ ବିଧାନ ଭବନରେ ଆସନ୍ତା ୧୮ରେ ସପ୍ତମ ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘ(ଭାରତ ଅଞ୍ଚଳ) ସମ୍ମିଳନୀ ଆୟୋଜିତ ହେବ। ଏହି ସମ୍ମିଳନୀରେ ଓଡ଼ିଶା ବିଧାନସଭାର ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଯୋଗଦେବେ। ଏଥିରେ ଲୋକସେବା ଓ ରାଜ୍ୟ ବିଧାନସଭାକୁ କିପରି ଉପଯୁକ୍ତ ଢଙ୍ଗରେ ପରିଚାଳନା କରାଯାଇପାରିବ ସେ ସମ୍ପର୍କରେ ବିସ୍ତୃତ ଆଲୋଚନା ହେବ। ଦେଶର ସମ୍ବିଧାନ ଓ ବିଧାନସଭା ପରିଚାଳନା ନିୟମାବଳୀ ଅନୁଯାୟୀ ଗୃହ ପରିଚାଳନା ଠିକ୍‌ ଭାବେ କରିବା ସକାଶେ ଆବଶ୍ୟକ ପଦକ୍ଷେପ ସମ୍ପର୍କରେ ଆଲୋଚନା ହେବା ସହିତ ସଂସଦୀୟ ନିୟମାବଳୀ ପ୍ରଣୟନ କରାଯିବ। ଏମ୍‌ପି, ବିଧାୟକ ଓ ଗୃହର କର୍ମଚାରୀମାନଙ୍କୁ ଗୃହ ପରିଚାଳନାରେ ସହାୟତା ପ୍ରଦାନ କରିବା, ଉତ୍ତମ ପ୍ରଶାସନ ତଥା ରାଜ୍ୟଗୋଷ୍ଠୀର ମୂଲ୍ୟବୋଧକୁ କାର୍ଯ୍ୟକାରୀ କରିବା ଏହି ସମ୍ମିଳନୀର ମୁଖ୍ୟ ଉଦ୍ଦେଶ୍ୟ।
ଏଥିସହିତ ବିଧାନସଭା ଓ ଲୋକ ସଭାରେ ସୂଚନା ଓ ପ୍ରଯୁକ୍ତିବିଦ୍ୟାର ବହୁଳ ବ୍ୟବହାର ଏବଂ କମ୍ପ୍ୟୁଟରୀକରଣ ସମ୍ପର୍କରେ ମଧ୍ୟ ବିଚାରବିମର୍ଶ କରାଯିବ। ଏଠାରେ ଉଲ୍ଲେଖଯୋଗ୍ୟ ଯେ, ବାଚସ୍ପତି ଏହା ପୂର୍ବରୁ ଲୋକ ସଭା ବାଚସ୍ପତିଙ୍କ ଦ୍ୱାରା ଗଠିତ ଅନ୍ୟ ଏକ କମିଟିର ସଦସ୍ୟ ଭାବେ ମନୋନୀତ ହୋଇଛନ୍ତି। ଏହି ସମ୍ମିଳନୀକୁ ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘ, ଉତ୍ତରପ୍ରଦେଶ ଶାଖା ଦ୍ୱାରା ଆୟୋଜନ କରାଯାଉଛି। ୧୯ରେ ପାତ୍ର ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିବେ। ବାଚସ୍ପତିଙ୍କ ନେତୃତ୍ୱରେ ଗଠିତ ପ୍ରତିନିଧି ମଣ୍ଡଳୀରେ ଉପବାଚସ୍ପତି ରଜନୀକାନ୍ତ ସିଂ ଓ ବିଧାନସଭା ସଚିବ ଦାଶରଥି ଶତପଥୀ ମଧ୍ୟ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri