Posted inଜାତୀୟ

ରାଜ୍ୟପାଳ ପୁରସ୍କାରପ୍ରାପ୍ତ ପ୍ରଧାନ ଶିକ୍ଷକ କଶ୍ମୀରକୁ କହିଲେ ନାଗାଲାଣ୍ଡର ରାଜଧାନୀ !

ଲକ୍ଷ୍ନୌ,୨୮।୧୧: ଉତ୍ତରପ୍ରଦେଶରେ ରାଜ୍ୟପାଳ ପୁରସ୍କାରପ୍ରାପ୍ତ ଜଣେ ପ୍ରଧାନ ଶିକ୍ଷକ କଶ୍ମୀରକୁ ନାଗାଲାଣ୍ଡ ରାଜଧାନୀ କହି ହଟହଟା ହୋଇଛନ୍ତି। ପ୍ରତାପଗଡ଼ର ଡିଏମ୍‌ ମାର୍କେଣ୍ଡେୟ ଶାହି ସ୍ଥାନୀୟ କୁଣ୍ଡା ତହସିଲ୍‌ର ଲକ୍ଷ୍ମଣ ବ୍ଲକ୍‌ରେ ଥିବା ଲକ୍ଷ୍ମଣପୁର ମାଧ୍ୟମିକ ବିଦ୍ୟାଳୟରେ ପହଞ୍ଚି ଛାତ୍ରୀଛାତ୍ରଙ୍କ ଜ୍ଞାନ ପରୀକ୍ଷା କରିଥିଲେ। ୬୯, ୭୭, ୭୮ ସଂଖ୍ୟା ମଧ୍ୟରେ କେଉଁଟି ବଡ଼ ବୋଲି ସେ ଛାତ୍ରୀଛାତ୍ରଙ୍କୁ ପ୍ରଶ୍ନ କରିଥିଲେ। ଛାତ୍ରୀଛାତ୍ର ଉତ୍ତର ନ ଦେଇ ପାରିବାରୁ ଉପସ୍ଥିତ ଥିବା ପ୍ରଧାନ ଶିକ୍ଷକ ଜୟ ପ୍ରକାଶଙ୍କୁ ଡିଏମ୍‌ ଏହା ପଚାରି ଥିଲେ। ପ୍ରଧାନ ଶିକ୍ଷକ କହିଥିଲେ ଯେ, ଗଣିତ ପଢ଼ାନ୍ତି ନାହିଁ। ଏହାପରେ ଡିଏମ୍‌ ପ୍ରଧାନ ଶିକ୍ଷକଙ୍କୁ ପଞ୍ଜାବର ରାଜଧାନୀ ପଚାରିଥିଲେ। ସେ କହିଥିଲେ ଚନ୍ଦୋଲି ପଞ୍ଜାବର ରାଜଧାନୀ। ସେହିପରି ପ୍ରଧାନ ଶିକ୍ଷକ ପଞ୍ଜାବକୁ ତାମିଲନାଡୁ ରାଜଧାନୀ ବୋଲି ଉତ୍ତର ଦେଇଥିଲେ। ଏହାପରେ ୧୭କ ପଣିକିଆ ମଧ୍ୟ ପ୍ରଧାନ ଶିକ୍ଷକ କହିପାରି ନ ଥିଲେ। ଜୟପ୍ରକାଶ ୨୦୧୦ରେ ଉତ୍ତରପ୍ରଦେଶ ରାଜ୍ୟପାଳଙ୍କଠାରୁ ଶ୍ରେଷ୍ଠ ଶିକ୍ଷକ ଭାବେ ପୁରସ୍କାର ଗ୍ରହଣ କରିଛନ୍ତି। ଡିଏମ୍‌ଙ୍କ ଗସ୍ତ ସମୟରେ ବିଦ୍ୟାଳୟର ୧୦୬ ଜଣ ଛାତ୍ରୀଛାତ୍ରଙ୍କ ମଧ୍ୟରୁ କେବଳ ୨୦ ଜଣ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରମେଶ-ଦେବାଶିଷଙ୍କୁ ଭାଜପା ଦେଲା ନୂଆ ଦାୟିତ୍ୱ: ଚାରିଆଡ଼ୁ ଛୁଟୁଛି ଶୁଭେଚ୍ଛା

ପୁରୁଷୋତ୍ତମପୁର,୧୩।୬(ସବିତା ମିଶ୍ର): ଭାରତୀୟ ଜନତାପାର୍ଟି ଗଞ୍ଜାମ ଜିଲାରେ ଦଳକୁ ଶକ୍ତିଶାଳୀ କରିବା ସହ ସଂଗଠନକୁ ଆଗେଇନେବା ଲାଗି ପୁରୁଷୋତ୍ତମପୁର ଦୁଇ ଯୁବନେତାଙ୍କୁ ଗୁରୁଦାଇତ୍ବ ଦେଇଛି। ବଡଖରିଡା ପଞ୍ଚାୟତ…

ପ୍ରକଳ୍ପ ସମୀକ୍ଷା କଲେ ଆଇନ ମନ୍ତ୍ରୀ: ତୁରନ୍ତ ସାରିବାକୁ ନିର୍ଦ୍ଦେଶ

ଛତ୍ରପୁର,୧୩।୬(ଦିଲ୍ଲୀପ ସାମଲ): ଓଡିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ତଥା ଗଞ୍ଜାମ ଜିଲା ପ୍ରଭାରୀ ପୃଥୀରାଜ ହରିଚନ୍ଦନ ଦିନିକିଆ ଗଞ୍ଜାମ ଜିଲା ଗସ୍ତରେ…

ମମତାଙ୍କ ପାଇଁ ଆସିଲା ଖୁସି ଖବର! ଦଳରେ ବିଦ୍ରୋହ ଭିତରେ ଏକାଠି ହେଲେ…

କୋଲକାତା,୧୩।୬: ପଶ୍ଚିମବଙ୍ଗ ରାଜନୀତି ଉପରେ ଏବେ ସାରା ଦେଶର ନଜର ରହିଛି। ଏହି ସମୟରେ ତୃଣମୂଳ କଂଗ୍ରେସ (TMC) ଭିତରେ ଗତ କିଛି ଦିନ ହେବ କଳହ…

ମାସକ ଭିତରେ ରାଜ୍ୟର ପ୍ରତିଷ୍ଠାନଗୁଡ଼ିକର ନାମ ସଂଶୋଧନ ହେବ: ରାଜସ୍ୱ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୩।୬: ରାଜ୍ୟର ବିଭିନ୍ନ ପ୍ରତିଷ୍ଠାନ, ସରକାରୀ କାର୍ଯ୍ୟାଳୟ ଓ ସଂସ୍ଥାଗୁଡ଼ିକର ନାମରେ ଥିବା ତ୍ରୁଟିକୁ ସଂଶୋଧନ କରିବା ପାଇଁ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଆସନ୍ତା…

ରାଜ୍ୟବାସୀଙ୍କୁ ବଡ଼ ଝଟ୍‌କା, ଜୁନ ମାସ ଶେଷକୁ ବଢ଼ିକି ଆସିବ ବିଜୁଳି ବିଲ୍‌!

ନୂଆଦିଲ୍‌ଲୀ,୧୩।୬: ଗ୍ରାହକମାନଙ୍କୁ ଖୁବଶୀଘ୍ର ମହଙ୍ଗା ବିଜୁଳିର ଝଟକା ଲାଗିପାରେ। କାରଣ ପଶ୍ଚିମ ଏସିଆରେ ଜାରି ରହିଥିବା ଭୂ-ରାଜନୈତିକ ସଙ୍କଟ ଏବଂ ଯୁଦ୍ଧର ସିଧାସଳଖ ପ୍ରଭାବ ବିଦ୍ୟୁତ ଉତ୍ପାଦନ…

ଭିଜିଲାନ୍ସ ଜାଲରେ ମହିଳା ASI, ଲାଞ୍ଚ ନେଉଥିବା ବେଳେ ପଡ଼ିଲେ ଧରା

ଅନୁଗୋଳ, ୧୩।୬: ଅନୁଗୋଳ ଜିଲାର ଜରପଡ଼ା ଥାନାରେ କାର୍ଯ୍ୟରତ ମହିଳା ASI ସୀତା ନାୟକ ୮,୦୦୦ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୂଚନା…

ନେତାନ୍ୟାହୁଙ୍କୁ ଫୋନ କରି ବଡ଼ କଥା କହିଲେ ଟ୍ରମ୍ପ, ଇରାନ ସହିତ ଚୁକ୍ତି ଉପରେ କହିଲେ…

ଓ୍ବାଶିଂଟନ,୧୩।୬: ଏକ ଆକ୍ସିଓସ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇସ୍ରାଏଲୀ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କୁ ଏକ କଥାବାର୍ତ୍ତା ସମୟରେ କହିଥିଲେ ଯେ…

ଟ୍ରମ୍ପ କହୁଛନ୍ତି ଇରାନ ଯୁଦ୍ଧ ଶେଷ , ଶୀଘ୍ର ହେବ ଚୁକ୍ତିନାମା; ତେହରାନ କହୁଛି ଏପର୍ଯ୍ୟନ୍ତ କୌଣସି ଚୂଡ଼ାନ୍ତ ନିଷ୍ପତ୍ତି ନାହିଁ

ତେହରାନ,୧୩।୬: ଗତ ତିନି ମାସ ଧରି ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର ଦାବି କରିଛନ୍ତି ଯେ ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri