Posted inଜାତୀୟ

ରାଜ୍ୟପାଳଙ୍କୁ ଇସ୍ତଫା ପତ୍ର ପ୍ରଦାନ କଲେ ଫଡ୍‌ନବିସ

ମୁମ୍ବାଇ,୨୬।୧୧: ଏକ ଖବରଦାତା ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିବା ମଙ୍ଗଳବାର ଘୋଷଣା କରିଥିଲେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସ। ଏହାପରେ ସେ ସନ୍ଧ୍ୟାରେ ରାଜ୍ୟପାଳ ଭଗତ ସିଂ କୋଶୟାରୀଙ୍କୁ ତାଙ୍କ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି। ରାଜ୍ୟପାଳ ମଧ୍ୟ ଏହାକୁ ଗ୍ରହଣ କରିଛନ୍ତି। ସୂଚନାଯୋଗ୍ୟ, ମାତ୍ର ୮୦ ଘଣ୍ଟା ବି ମୁଖ୍ୟମନ୍ତ୍ରୀ ଆସନରେ ଦ୍ୱିତୀୟ ଥର ଲାଗି ବସି ପାରିଲେନି ଫଡ୍‌ନବିସ। ନାଟକୀୟ ଢଙ୍ଗରେ ଗତ ଶନିବାର ସକାଳ ପ୍ରାୟ ୮ଟା ୧୫ରେ ତରବରିଆ ଭାବେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ ଫଡ୍‌ନବିସ। ହେଲେ ଯେଉଁ ଏନ୍‌ସିପି ସହ ମେଣ୍ଟ କରି ସେ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ନେଇଥିଲେ ଶେଷରେ ସେ ଦଳ ତାଙ୍କ ହାତ ଛାଡିଦେଇଥିଲା। ଅର୍ଥାତ୍‌ ସୁପ୍ରିମକୋର୍ଟଙ୍କ ସଂଖ୍ୟା ଗରିଷ୍ଠତା ପ୍ରମାଣ ସମ୍ପର୍କିତ ରାୟ ପରେ ଉପମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ ଏନ୍‌ସିପି ନେତା ଅଜିତ ପାଓ୍ବାର। ଆଉ ଏହାପରେ ନିରୁପାୟ ହୋଇ ଫଡ୍‌ନବିସ ମଧ୍ୟ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପୂର୍ବରୁ ‘ଫ୍ରିବିଜ୍, ରାଜ୍ୟଗୁଡ଼ିକୁ ଭତ୍ସନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୯।୨: ଦେଶରେ ବଢୁଥିବା ‘ମାଗଣା ରାଜନୀତି’ ବା ଫ୍ରିବିଜ୍ ସଂସ୍କୃତିକୁ ନେଇ ସୁପ୍ରିମକୋର୍ଟ କଡା ଟିପ୍ପଣୀ କରିଛନ୍ତି। ନିର୍ବାଚନ ଜିତିବା ପାଇଁ ରାଜ୍ୟ ସରକାରମାନେ ଘୋଷଣା କରୁଥିବା…

ଭାରତର ପଡୋଶୀ ଦେଶରେ ବଡ଼ ଧରଣର ବିସ୍ଫୋରଣ, ଅତିକମରେ ୧୬ ମୃତ

ଇସଲାମାବାଦ,୧୯।୨: ପାକିସ୍ତାନର ସବୁଠାରୁ ବଡ଼ ସହର କରାଚୀରୁ ଏକ ଦୁଃଖଦ ଖବର ଆସିଛି। ଏକ ଆବାସିକ ଅଞ୍ଚଳରେ ଏକ ଶକ୍ତିଶାଳୀ ବିସ୍ଫୋରଣ ସମଗ୍ର ଅଞ୍ଚଳକୁ ଥରାଇ ଦେଇଛି।…

ଆଜିର ମାଟ୍ରିକ ପରୀକ୍ଷାରେ ଅନୁପସ୍ଥିତ ରହିଲେ ୩୯ ପରୀକ୍ଷାର୍ଥୀ

ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ୮ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାର ମାଟ୍ରିକ ପରୀକ୍ଷା ଦେଇଛନ୍ତି ୧୩୬୪ ଜଣ ଛାତ୍ରୀଛାତ୍ର। ଏହି ପରୀକ୍ଷା ଫେବୃଆରୀ…

‘ଗଞ୍ଜାମ ବ୍ଲକରେ ବର୍ତ୍ତମାନ ସୁଦ୍ଧା ୮୯ ପ୍ରତିଶତ ଧାନ କିଣା ସରିଛି’

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ୧୫ଟି ପଞ୍ଚାୟତରେ ସରକାରଙ୍କ ପକ୍ଷରୁ ହୋଇଥିବା ଚାଷୀ ଧାନ ବିକ୍ରି ପାଇଁ ମଣ୍ଡିର କେତେକ ସ୍ଥାନରେ ଅବ୍ୟବସ୍ଥା ଦେଖାଦେଇଛି। ଏଥିପାଇଁ ଚାଷୀଙ୍କୁ…

ପଡ଼ିଆରେ ଅଘଟଣରେ: କ୍ରିକେଟ୍‌ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣ, ଅମ୍ପାୟାର ମୃତ

ଲକ୍ଷ୍ନୌ,୧୯।୨: ଭାରତରେ ଏକ କ୍ରିକେଟ ମ୍ୟାଚ ଚାଲିଥିବା ସମୟରେ ଏକ ଅଘଟଣ ଘଟିଛି। ଏଠାରେ ଏକ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣରେ ଜଣେ ଅମ୍ପାୟାରଙ୍କ ମୃତ୍ୟୁ ଘଟିଛି।…

ଭାରତୀୟ ବିମାନ କମ୍ପାନୀ ବିରୋଧରେ ବାଂଲାଦେଶ ନେଲା ବଡ଼ ନିଷ୍ପତ୍ତି: ଏୟାରସ୍ପେସ ବନ୍ଦ

ଢାକା,୧୯।୨: ବାଂଲାଦେଶର ତାରିକ ରହମାନ ସରକାର ବକେୟା ଦେୟ ପରିଶୋଧ ନ କରିବା କାରଣରୁ ଭାରତୀୟ ବଜେଟ ବିମାନ କମ୍ପାନୀ ସ୍ପାଇସଜେଟକୁ ଏହାର ଏୟାରସ୍ପେସ ବ୍ୟବହାର କରିବାରୁ…

ରାଜ୍ୟରେ ବଢ଼ିବ ସବ୍‌ଡିଭିଜନ, ଏହି ଜିଲାରୁ ଆସିଛି ସର୍ବାଧିକ ପ୍ରସ୍ତାବ

ଭୁବନେଶ୍ୱର,୧୯ା୨: ରାଜ୍ୟରେ ବଢ଼ିପାରେ ସବ୍‌ଡିଭିଜନ ସଂଖ୍ୟା, ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଗୃହରେ ସୂଚନା ଦେଇଛନ୍ତି। ୬୬ ନୂଆ ସବ୍‌ଡିଭିଜନ ଗଠନ ପାଇଁ ସରକାରଙ୍କୁ…

ସେବାଶ୍ରମ ବିଦ୍ୟାଳୟ ଅଫିସ ରୁମ୍‌ରେ ପିଅନଙ୍କ ଝୁଲନ୍ତା ମୃତଦେହ

ନନ୍ଦପୁର,୧୯ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତର ଜବାଗଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଫିସ ରୁମ୍‌ରୁ ଗୁରୁବାର ସକାଳେ କାର୍ଯ୍ୟରତ ପିଅନ (ସିସିଏ)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri