ରାଜ୍ୟ ବାହାରର ବସ୍‌କୁ ଦେଖି ଲୋକେ ଆତଙ୍କିତ

ସମ୍ବଲପୁର,୨ା୫(ବ୍ୟୁରୋ)-ରାଜ୍ୟ ବାହାରର ୩ଟି ବସ୍‌ ଶନିବାର ସମ୍ବଲପୁର ସହର ଭିତରକୁ ପ୍ରବେଶ କରିବାରୁ ସହରବାସୀ ଆତଙ୍କିତ ହୋଇ ପଡ଼ିଛନ୍ତି। ଧନୁପାଲି ଥାନା ଅଧୀନ ଜେଲ୍‌ ଛକରେ ଥିବା ଫଳ ଦୋକାନରୁ ଏମାନେ କିଛି ଫଳ କିଣିଥିଲେ। ଏହି ସମୟରେ କିନ୍ତୁ ସାମାଜିକ ଦୂରତା ପାଳନ କରି ନ ଥିଲେ। ସ୍ଥାନୀୟ ଲୋକେ ଖବର ଦେବାରୁ ପୋଲିସ ପହଞ୍ଚି ପରିସ୍ଥିତି ଆୟତ୍ତ କରିଥିଲା। ପ୍ରଥମ ବସ୍‌ଟି ଯାତ୍ରୀମାନଙ୍କୁ ନେଇ ଚାଲି ଯାଇଥିଲା । ତେବେ ଘଟଣା ସମ୍ପର୍କରେ ଖବର ପାଇ ଏସ୍‌ପି କନୱର ବିଶାଳ ସିଂ, ସଦର ଏସ୍‌ଡିପିଓ ତପନ କୁମାର ମହାନ୍ତି, ଧନୁପାଲି ଥାନା ଅଧିକାରୀ କମଳଳୋଚନ ପଣ୍ଡା ପହଞ୍ଚି ଥିଲେ । ଏସ୍‌ପି ସିଂଙ୍କ ନିର୍ଦ୍ଦେଶ କ୍ରମେ ବସ୍‌ଟିକୁ ସଦର ଥାନା ପୋଲିସ ସିନ୍ଦୂରପଙ୍କ ନିକଟରେ ଅଟକ ରଖି କାଗଜପତ୍ର ଯାଞ୍ଚ କରିଥିଲା। ପରେ ଆଉ ୨ଟି ବସ୍‌ ଆସୁଥିବା ନେଇ ପୋଲିସ ଜାଣିବାକୁ ପାଇଥିଲା । ଜେଲ୍‌ ଛକ ନିକଟରେ ଏସ୍‌ପି ସିଂ ଓ ପୋଲିସ ଫୋର୍ସ ଜଗି ରହିଥିଲେ। କିଛି ସମୟ ପରେ ଆଉ ୨ଟି ବସ୍‌ ଜେଲ୍‌ ଛକରେ ପହଞ୍ଚିଥିଲା। ସେଠାରେ ବସ୍‌ର କାଗଜପତ୍ର ଯାଞ୍ଚ କରାଯାଇଥିଲା। ଗୁଜୁରାଟ ସୁରଟରୁ ୩ଟି ବସ୍‌ରେ ଗଞ୍ଜାମ ଜିଲାକୁ ଶ୍ରମିକମାନେ ଫେରୁଥିବା ଜଣାପଡିଥିଲା। ବସଗୁଡିକୁ ସାନିଟାଇଜ କରି ଛାଡି ଦିଆଯାଇଥିଲା । ସହର ଭିତରେ ନ ଯାଇ ବାହାରେ ନେବାକୁ ଚାଳକଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା । ପୋଲିସ ସୁରକ୍ଷା ବଳୟରେ ବସକୁ ସହର ବାହାରକୁ ଛଡା ଯାଇଥିଲା । ଫଳ ଦୋକାନ ସହ ଜେଲ ଛକରେ ଥିବା ସମସ୍ତ ଦୋକାନକୁ ଅଗ୍ନିଶମ ବିଭାଗ ପକ୍ଷରୁ ସାନିଟାଇଜ କରାଯାଇଥିଲା। ଫଳ ଦୋକାନୀ ଓ କାମ କରୁଥିବା କର୍ମଚାରୀଙ୍କୁ ୧୪ ଦିନ ପାଇଁ ହୋମ୍‌ କ୍ୱାରାଣ୍ଟାଇନରେ ରହିବାକୁ ପୋଲିସ ନିର୍ଦ୍ଦେଶ ଦେଇଛି। ଏହି ଘଟଣା ପ୍ରଚାର ହେବା ପରେ ପୋଲିସର ସୁରକ୍ଷା ବ୍ୟବସ୍ଥା ଉପରେ ପ୍ରଶ୍ନ ଉଠିଛି। ଲକ୍‌ ଡାଉନ କଟକଣା ଥିବା ସମୟରେ ବସ୍‌ ସହର ଭିତରକୁ କିଭଳି ପ୍ରବେଶ କରିଥିଲା ବୋଲି ଅଭିଯୋଗ ଉଠିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ଷଣ୍ଢ, ପଦାରେ ଛେଳି

ବିଶ୍ୱ ମାନଚିତ୍ରରେ ମହାଦେଶଗୁଡ଼ିକର ଆପେକ୍ଷିକ ଆକାରରେ ଥିବା ବିଭିନ୍ନ ତ୍ରୁଟିକୁ ସୁଧାରିବା ଉଦ୍ଦେଶ୍ୟରେ ମିଳିତ ଜାତିସଂଘ ସାଧାରଣ ସଭା(ୟୁଏନ୍‌ଜିଏ) ପକ୍ଷରୁ ୪ ସେପ୍ଟେମ୍ବରରେ ଏକ ସଂକଳ୍ପ ଅଣାଯାଇଥିଲା।…

ଆରାବଳୀ ମାମଲାରେ ସୁପ୍ରିମକୋର୍ଟଙ୍କ ଚେତାବନୀ, ନଭେମ୍ବର ୩୦ ସୁଦ୍ଧା ରିପୋର୍ଟ ନଦେଲେ…

ନୂଆଦିଲ୍ଲୀ,୮ା୯(ପି.ଟି.): ଆରାବଳୀ ପର୍ବତମାଳାର ସଂଜ୍ଞା ଏବଂ ସୁରକ୍ଷା ଉପରେ ଚୂଡ଼ାନ୍ତ ରିପୋର୍ଟ ଦାଖଲ କରିବା ପାଇଁ ଉଚ୍ଚସ୍ତରୀୟ କମିଟି ଏହାର ସମୟସୀମାକୁ ୬ ମାସ ବଢ଼ାଇବା ନିମନ୍ତେ…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..

ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ…

୯/୧୧ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ନୂଆ ଖୁଲାସା, ଅଲକାଏଦା ନେତାଙ୍କ ସହ ପେଣ୍ଟବଲ୍ ଖେଳୁଥିଲେ…

ୱାଶିଂଟନ୍,୮।୯: ଆମେରିକାରେ ୨୦୦୧ ମସିହାରେ ହୋଇଥିବା ୯/୧୧ ଆତଙ୍କୀ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ଏକ ବଡ଼ ଖୁଲାସା ହୋଇଛି । ତଦନ୍ତରେ ଓମର ଅଲ-ବାୟୁମୀଙ୍କ…

ଜିଲାପାଳଙ୍କୁ ଫେରାଦ ହେଲେ ନିରାଶ ଆଶାୟୀ: ରାତିଅଧରେ ସ୍ପଷ୍ଟୀକରଣ ଦେଲା ବିଭାଗ

ବରଗଡ଼/ଅତାବିରା,୮।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର):ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡିଂ ଲାଇଭହୁଡସ୍‌ ଥ୍ରୁ…

ଅସଜଡ଼ା ଭିତ୍ତିଭୂମିରୁ ମୁହଁ ମୋଡ଼ୁଛନ୍ତି ପିଲା: ୫ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ୨ ଶ୍ରେଣୀ କକ୍ଷ, ୨ ଶିକ୍ଷକ

ସମ୍ବଲପୁର,୮ା୯(ପ୍ରମୋଦ ବହିଦାର):ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ୧୧୨ ବର୍ଷର ପୁରୁଣା ଖଣ୍ଡୁଆଳ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସମ୍ପ୍ରତି ଦୁର୍ବଳ ଭିତ୍ତିଭୂମି ଏବଂ ଶିକ୍ଷକ ଅଭାବରେ ଚାଲିଛି।…

ଦିଲ୍ଲୀରେ ମଣିପୁରୀ ମ୍ୟୁଜିକ୍ ଶିକ୍ଷକଙ୍କୁ ହତ୍ୟା, ନ୍ୟାୟ ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ

ନୂଆଦିଲ୍ଲୀ,୮।୯: ଦିଲ୍ଲୀର କିଲୋକରୀ ଗାଁରେ ମଣିପୁରର ଅବସରପ୍ରାପ୍ତ ମ୍ୟୁଜିକ୍ ଶିକ୍ଷକ ତଥା ସଙ୍ଗୀତଜ୍ଞ ଚୋଙ୍ଗଥମ ବିକ୍ରମ ସିଂଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ବଢ଼ିବାରେ ଲାଗିଛି । ତାଙ୍କ…

୯ରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮ା୯(ବନ୍ଦନା ସେଠୀ):ରାଜ୍ୟରେ ଆସନ୍ତା ୯ ତାରିଖରୁ ବଢ଼ିପାରେ ବର୍ଷାର ପରିମାଣ। ଏହି ସମୟ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri