ଶ୍ରୀକ୍ଷେତ୍ର ବିକାଶର ମାଷ୍ଟର ପ୍ଲାନ: ରାଜ୍ୟବାସୀଙ୍କୁ ଉତ୍ସର୍ଗ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ମହାପ୍ରଭୁ ଶ୍ରୀ ଜଗନ୍ନାଥ ମନ୍ଦିରକୁ ବିଶ୍ୱ ଐତିହ୍ୟରେ ପରିଣତ କରିବାକୁ ରାଜ୍ୟ ସରକାର ଆଉ ଦୁଇ ପାଦ ଆଗକୁ ବଢିଛନ୍ତି। ଶ୍ରୀ ଜଗନ୍ନାଥ ଐତିହ୍ୟ କରିଡର ଚିଠା (ଡ୍ରାଫ୍ଟ) ସ୍ଥାପତ୍ୟ ଯୋଜନାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ରାଜ୍ୟବାସୀଙ୍କୁ ଉତ୍ସର୍ଗ କରିଛନ୍ତି। ଚୂଡ଼ାନ୍ତ ଯୋଜନା ପୂର୍ବରୁ ୨୦୨୦ ଜାନୁୟାରୀ ୧୫ ସୁଦ୍ଧା ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କ ଠାରୁ ପରାମର୍ଶ ଓ ମତାମତ ଲୋଡିଛନ୍ତି। ମତାମତ ମିଳିବା ପରେ ୨୦୨୦ ଫେବୃୟାରୀ ସୁଦ୍ଧା ଚୂଡ଼ାନ୍ତ ଯୋଜନା ପ୍ରସ୍ତୁତ କରାଯିବ। ଇ-ମେଲ୍‌ ଆଇଡି jagannath.or@nic.in, ଫ୍ୟାକ୍ସ ନମ୍ବର ୦୬୭୫୨-୨୫୨୧୦୦, ଏବଂ ଲ୍ୟାଣ୍ଡଲାଇନ ନମ୍ବର -୦୬୭୫୨-୨୫୨୯୦୦ ଜରିଆରେ ଜନସାଧାରଣ ସେମାନଙ୍କର ମତାମତ ପଠାଇବାକୁ ଅନୁରୋଧ କରାଯାଇଛି। ଏଥିସହ ମୁଖ୍ୟମନ୍ତ୍ରୀ ଲୋକସେବା ଭବନଠାରେ ଉକ୍ତ ଡ୍ରାଫ୍ଟ ପ୍ଲାନର ଏକ ଭିଡିଓ ଜାରି କରିଛନ୍ତି। ଶ୍ରୀଜଗନ୍ନାଥ ଐତିହ୍ୟ କରିଡର ପାଇଁ ଯେଉଁ ବ୍ୟକ୍ତି ବିଶେଷମାନେ ଜମି ପ୍ରଦାନ କରିଛନ୍ତି ସେମାନଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଛନ୍ତି। ଏହି ବ୍ୟକ୍ତିବିଶେଷଙ୍କ ନାମ ଉକ୍ତ ଐତିହ୍ୟ କରିଡରରେ ସବୁଦିନ ପାଇଁ ସ୍ଥାନିତ ହୋଇରହିବ। ଏହି ବିଶ୍ୱ ପ୍ରସିଦ୍ଧ ଐତିହ୍ୟର ବିକାଶ ପାଇଁ ରାଜ୍ୟ ସରକାରଙ୍କ ଦ୍ୱାରା କରାଯାଇଥିବା ଜମିର ରେକର୍ଡ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନାମରେ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।  ଏହା କେବଳ ଚିଠା ଯୋଜନା। ଶ୍ରୀ ଜଗନ୍ନାଥ ମନ୍ଦିରର ସୁରକ୍ଷାକୁ ଦୃଷ୍ଟିରେ ରଖି ଏହାର ୭୫ ମିଟର ବ୍ୟାସାର୍ଦ୍ଧ ମଧ୍ୟରେ ଥିବା ମଠ ଓ ବିଭିନ୍ନ ନିର୍ମାଣକୁ ହଟାଇ ଦିଆଯାଇଛି। ଶ୍ରୀମନ୍ଦିର ସୁରକ୍ଷାକୁ ସମ୍ବଳିତ ବିଷୟକୁ ଉଚ୍ଚସ୍ତରୀୟ ବିଶେଷଜ୍ଞମାନଙ୍କ ପରାମର୍ଶରେ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଏହି ବିଶ୍ୱ ପ୍ରସିଦ୍ଧ ଦ୍ୱାଦଶ ଶତାଦ୍ଦୀ ଏତିହ୍ୟକୁ ବିଶ୍ୱ ଐତିହ୍ୟରେ ପରିଣତ କରିବାକୁ ଏହାର ଚତୁଃପାର୍ଶ୍ୱର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ରାଜ୍ୟ ସରକାର ନିଜ ହାତକୁ ନେଇଛନ୍ତି। ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫୦୦ କୋଟି ଟଙ୍କାର ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କରିଛନ୍ତି। ମନ୍ଦିରର ସୁରକ୍ଷାକୁ ଦୃଷ୍ଟିରେ ରଖି ଏହାର ଚତୁଃପାର୍ଶ୍ୱରେ ଥିବା ନିର୍ମାଣଗୁଡିକୁ ହଟାଇ ଦିଆଯାଇଛି। ଏଥିପାଇଁ ବିସ୍ଥାପିତ ହୋଇଥିବା ଲୋକମାନଙ୍କୁ ରାଜ୍ୟ ସରକାର ଥଇଥାନ କରିଛନ୍ତି। ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ମନ୍ଦିରର ବିକାଶ ପାଇ ୨୬୫ କୋଟି ଟଙ୍କାର ଅଗ୍‌ମେଣ୍ଟେଶନ ବେସିକ ଆମେନିଟିଜ୍‌ ଆଣ୍ଡ ଡେଭେଲପମେଣ୍ଟେ ଅଫ ହେରିଟେଜ ଆଣ୍ଡ ଆର୍କିଟେକ୍ଚର (ଅବଡା) ନାମରେ ଏକ ଯୋଜନା ଘୋଷଣା କରିଥିଲେ।
ପୁରୀକୁ ଦେଶ, ବିଦେଶରୁ ଲକ୍ଷାଧିକ ତୀର୍ଥ ଯାତ୍ରୀ ଆସୁଛନ୍ତି। ସେମାନଙ୍କୁ ଆବଶ୍ୟକ ସୁବିଧା ସୁଯୋଗ ଯୋଗାଇବା ସହିତ ସେମାନେ ଯେପରି ପବିତ୍ର ଅନୁଭୂତି ନେଇ ଫେରିବେ, ସେଥିପାଇଁ ପାରିପାର୍ଶ୍ୱିକ ବିକାଶ ଉପରେ ଗୁରୁତ୍ୱ ଦିଆଯାଇଛି। ଏଥିରେ ଯାତ୍ରୀମାନଙ୍କ ସୁବିଧା ପାଇଁ ଅତ୍ୟାଧୁନିକ ଶୃଙ୍ଖଳିତ ଧାଡି ବ୍ୟବସ୍ଥା କରାଯିବ। ଏହାସହ ସେମାନଙ୍କ ଲାଗି ମଝିରେ ମଝିରେ ବିଶ୍ରାମ ନେବାର ସୁବିଧା ମଧ୍ୟ କରାଯିବ। ଯାତ୍ରୀମାନେ ପାଦ, ହାତ ଧୋଇବା ଲାଗି ଅତ୍ୟାଧୁନିକ ବ୍ୟବସ୍ଥା, ଉପଯୁକ୍ତ ଆଲୋକ, ସିସିଟିଭି ବ୍ୟବସ୍ଥା ସହ ପିଇବା ପାଣି ଏବଂ ଶୌଚାଳୟର ବିକାଶ କରାଯିବ। ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ନିରାପତ୍ତା ବ୍ୟବସ୍ଥାକୁ ସୁଦୃଢ଼ କରାଯିବ। ଜଗନ୍ନାଥଙ୍କ ବିଭିନ୍ନ ବେଶ, ଦଶାବତାର ଏବଂ ଜଗନ୍ନାଥ ସଂସ୍କୃତିର ଅନନ୍ୟ ବୈଭବ ସମ୍ପର୍କରେ ଯାତ୍ରୀମାନଙ୍କୁ ଅବଗତ କରାଇବା ପାଇଁ ବ୍ୟବସ୍ଥା ରହିବ। ମୁକ୍ତାକାଶ ମଞ୍ଚରେ ଓଡ଼ିଶାର କଳା ଓ ସଂସ୍କୃତିର ପ୍ରଦର୍ଶନର ଆୟୋଜନ ମଧ୍ୟ କରାଯିବ।
ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସମସ୍ତ ବିଭାଗର ମନ୍ତ୍ରୀ, ମୁଖ୍ୟ ଶାସନ ସଚିବ ଏବଂ ବରିଷ୍ଠ ପଦାଧିକାରୀମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri