ଶ୍ରୀକ୍ଷେତ୍ର ବିକାଶର ମାଷ୍ଟର ପ୍ଲାନ: ରାଜ୍ୟବାସୀଙ୍କୁ ଉତ୍ସର୍ଗ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ମହାପ୍ରଭୁ ଶ୍ରୀ ଜଗନ୍ନାଥ ମନ୍ଦିରକୁ ବିଶ୍ୱ ଐତିହ୍ୟରେ ପରିଣତ କରିବାକୁ ରାଜ୍ୟ ସରକାର ଆଉ ଦୁଇ ପାଦ ଆଗକୁ ବଢିଛନ୍ତି। ଶ୍ରୀ ଜଗନ୍ନାଥ ଐତିହ୍ୟ କରିଡର ଚିଠା (ଡ୍ରାଫ୍ଟ) ସ୍ଥାପତ୍ୟ ଯୋଜନାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ରାଜ୍ୟବାସୀଙ୍କୁ ଉତ୍ସର୍ଗ କରିଛନ୍ତି। ଚୂଡ଼ାନ୍ତ ଯୋଜନା ପୂର୍ବରୁ ୨୦୨୦ ଜାନୁୟାରୀ ୧୫ ସୁଦ୍ଧା ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କ ଠାରୁ ପରାମର୍ଶ ଓ ମତାମତ ଲୋଡିଛନ୍ତି। ମତାମତ ମିଳିବା ପରେ ୨୦୨୦ ଫେବୃୟାରୀ ସୁଦ୍ଧା ଚୂଡ଼ାନ୍ତ ଯୋଜନା ପ୍ରସ୍ତୁତ କରାଯିବ। ଇ-ମେଲ୍‌ ଆଇଡି jagannath.or@nic.in, ଫ୍ୟାକ୍ସ ନମ୍ବର ୦୬୭୫୨-୨୫୨୧୦୦, ଏବଂ ଲ୍ୟାଣ୍ଡଲାଇନ ନମ୍ବର -୦୬୭୫୨-୨୫୨୯୦୦ ଜରିଆରେ ଜନସାଧାରଣ ସେମାନଙ୍କର ମତାମତ ପଠାଇବାକୁ ଅନୁରୋଧ କରାଯାଇଛି। ଏଥିସହ ମୁଖ୍ୟମନ୍ତ୍ରୀ ଲୋକସେବା ଭବନଠାରେ ଉକ୍ତ ଡ୍ରାଫ୍ଟ ପ୍ଲାନର ଏକ ଭିଡିଓ ଜାରି କରିଛନ୍ତି। ଶ୍ରୀଜଗନ୍ନାଥ ଐତିହ୍ୟ କରିଡର ପାଇଁ ଯେଉଁ ବ୍ୟକ୍ତି ବିଶେଷମାନେ ଜମି ପ୍ରଦାନ କରିଛନ୍ତି ସେମାନଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଛନ୍ତି। ଏହି ବ୍ୟକ୍ତିବିଶେଷଙ୍କ ନାମ ଉକ୍ତ ଐତିହ୍ୟ କରିଡରରେ ସବୁଦିନ ପାଇଁ ସ୍ଥାନିତ ହୋଇରହିବ। ଏହି ବିଶ୍ୱ ପ୍ରସିଦ୍ଧ ଐତିହ୍ୟର ବିକାଶ ପାଇଁ ରାଜ୍ୟ ସରକାରଙ୍କ ଦ୍ୱାରା କରାଯାଇଥିବା ଜମିର ରେକର୍ଡ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନାମରେ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।  ଏହା କେବଳ ଚିଠା ଯୋଜନା। ଶ୍ରୀ ଜଗନ୍ନାଥ ମନ୍ଦିରର ସୁରକ୍ଷାକୁ ଦୃଷ୍ଟିରେ ରଖି ଏହାର ୭୫ ମିଟର ବ୍ୟାସାର୍ଦ୍ଧ ମଧ୍ୟରେ ଥିବା ମଠ ଓ ବିଭିନ୍ନ ନିର୍ମାଣକୁ ହଟାଇ ଦିଆଯାଇଛି। ଶ୍ରୀମନ୍ଦିର ସୁରକ୍ଷାକୁ ସମ୍ବଳିତ ବିଷୟକୁ ଉଚ୍ଚସ୍ତରୀୟ ବିଶେଷଜ୍ଞମାନଙ୍କ ପରାମର୍ଶରେ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଏହି ବିଶ୍ୱ ପ୍ରସିଦ୍ଧ ଦ୍ୱାଦଶ ଶତାଦ୍ଦୀ ଏତିହ୍ୟକୁ ବିଶ୍ୱ ଐତିହ୍ୟରେ ପରିଣତ କରିବାକୁ ଏହାର ଚତୁଃପାର୍ଶ୍ୱର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ରାଜ୍ୟ ସରକାର ନିଜ ହାତକୁ ନେଇଛନ୍ତି। ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫୦୦ କୋଟି ଟଙ୍କାର ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କରିଛନ୍ତି। ମନ୍ଦିରର ସୁରକ୍ଷାକୁ ଦୃଷ୍ଟିରେ ରଖି ଏହାର ଚତୁଃପାର୍ଶ୍ୱରେ ଥିବା ନିର୍ମାଣଗୁଡିକୁ ହଟାଇ ଦିଆଯାଇଛି। ଏଥିପାଇଁ ବିସ୍ଥାପିତ ହୋଇଥିବା ଲୋକମାନଙ୍କୁ ରାଜ୍ୟ ସରକାର ଥଇଥାନ କରିଛନ୍ତି। ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ମନ୍ଦିରର ବିକାଶ ପାଇ ୨୬୫ କୋଟି ଟଙ୍କାର ଅଗ୍‌ମେଣ୍ଟେଶନ ବେସିକ ଆମେନିଟିଜ୍‌ ଆଣ୍ଡ ଡେଭେଲପମେଣ୍ଟେ ଅଫ ହେରିଟେଜ ଆଣ୍ଡ ଆର୍କିଟେକ୍ଚର (ଅବଡା) ନାମରେ ଏକ ଯୋଜନା ଘୋଷଣା କରିଥିଲେ।
ପୁରୀକୁ ଦେଶ, ବିଦେଶରୁ ଲକ୍ଷାଧିକ ତୀର୍ଥ ଯାତ୍ରୀ ଆସୁଛନ୍ତି। ସେମାନଙ୍କୁ ଆବଶ୍ୟକ ସୁବିଧା ସୁଯୋଗ ଯୋଗାଇବା ସହିତ ସେମାନେ ଯେପରି ପବିତ୍ର ଅନୁଭୂତି ନେଇ ଫେରିବେ, ସେଥିପାଇଁ ପାରିପାର୍ଶ୍ୱିକ ବିକାଶ ଉପରେ ଗୁରୁତ୍ୱ ଦିଆଯାଇଛି। ଏଥିରେ ଯାତ୍ରୀମାନଙ୍କ ସୁବିଧା ପାଇଁ ଅତ୍ୟାଧୁନିକ ଶୃଙ୍ଖଳିତ ଧାଡି ବ୍ୟବସ୍ଥା କରାଯିବ। ଏହାସହ ସେମାନଙ୍କ ଲାଗି ମଝିରେ ମଝିରେ ବିଶ୍ରାମ ନେବାର ସୁବିଧା ମଧ୍ୟ କରାଯିବ। ଯାତ୍ରୀମାନେ ପାଦ, ହାତ ଧୋଇବା ଲାଗି ଅତ୍ୟାଧୁନିକ ବ୍ୟବସ୍ଥା, ଉପଯୁକ୍ତ ଆଲୋକ, ସିସିଟିଭି ବ୍ୟବସ୍ଥା ସହ ପିଇବା ପାଣି ଏବଂ ଶୌଚାଳୟର ବିକାଶ କରାଯିବ। ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ନିରାପତ୍ତା ବ୍ୟବସ୍ଥାକୁ ସୁଦୃଢ଼ କରାଯିବ। ଜଗନ୍ନାଥଙ୍କ ବିଭିନ୍ନ ବେଶ, ଦଶାବତାର ଏବଂ ଜଗନ୍ନାଥ ସଂସ୍କୃତିର ଅନନ୍ୟ ବୈଭବ ସମ୍ପର୍କରେ ଯାତ୍ରୀମାନଙ୍କୁ ଅବଗତ କରାଇବା ପାଇଁ ବ୍ୟବସ୍ଥା ରହିବ। ମୁକ୍ତାକାଶ ମଞ୍ଚରେ ଓଡ଼ିଶାର କଳା ଓ ସଂସ୍କୃତିର ପ୍ରଦର୍ଶନର ଆୟୋଜନ ମଧ୍ୟ କରାଯିବ।
ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସମସ୍ତ ବିଭାଗର ମନ୍ତ୍ରୀ, ମୁଖ୍ୟ ଶାସନ ସଚିବ ଏବଂ ବରିଷ୍ଠ ପଦାଧିକାରୀମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଅଂଶୁଘାତରେ ଆଉ ଜଣଙ୍କର ମୃତ୍ୟୁ

ଭୁବନେଶ୍ୱର,୨୯।୪: ରାଜ୍ୟରେ ଅଂଶୁଘାତରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ଢେଙ୍କନାଳ ଜିଲାର ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।...

ରାହୁଲଙ୍କ ଭାଷଣକୁ ନେଇ ଜୋର୍‌ ଧରିଲା ରାଜନୀତି

ଭୁବନେଶ୍ୱର, ୨୯।୪(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନ ପାଇଁ ମେ’ ୧୩ରେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ୍‌ ଅନୁଷ୍ଠିତ ହେବ। ଏଥିଲାଗି ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନଙ୍କ...

ଅପରାଜିତାଙ୍କ ବିରୋଧରେ ତେଜିଲା ବିଦ୍ରୋହର ସ୍ବର: ସ୍ବାଧୀନ ଭାବେ ଲଢିବାକୁ ଧମକ ଦେଲେ କାଳୁ

ଖୋର୍ଦ୍ଧା,୨୯।୪(ପ୍ରଭାତ ପାଣିଗ୍ରାହୀ):ଭାଜପା ଖୋର୍ଦ୍ଧାରୁ ପ୍ରଶାନ୍ତ ଜଗଦ୍ଦେବଙ୍କୁ ପ୍ରାର୍ଥୀ କରିବା ପରେ ଦଳରେ ବିଦ୍ରୋହର ସ୍ବର ଉଠିଛି। ରବିବାର ଖୋର୍ଦ୍ଧା ମଳିପଡ଼ାରେ କାଳୁଚରଣ ଖଣ୍ଡାୟତରାୟ ସ୍ବାଭିମାନ ସମାବେଶ...

କଂଗ୍ରେସ ଛାଡ଼ିଲେ ଦୁଲାଲ

ଭୁବନେଶ୍ୱର,୨୯ା୪: କଂଗ୍ରେସରୁ ସୋମବାର ଇସ୍ତଫା ଦେଇଛନ୍ତି ଦୁଲାଲ ପ୍ରଧାନ। ରବିବାର ଦୁଲାଲଙ୍କଠାରୁ ତାଙ୍କ ଟିକେଟ୍‌ ଫେରାଇ ନେବା ପରେ ସେ ଦଳ ଛାଡ଼ିଛନ୍ତି। ଦୁଲାଲ ତାଙ୍କର...

ଘାଟିରୁ ଖସିଲା ପେପର ରୋଲ୍‌ ବୋଝେଇ ଟ୍ରକ୍‌: ଡ୍ରାଇଭର, ହେଲପର ଆହତ

ଖଲ୍ଲିକୋଟ,୨୯ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ବଡ଼ଘାଟିରେ ସୋମବାର ଭାରସାମ୍ୟ ହରାଇ ୫୦ଫୁଟ ତଳକୁ ଏକ...

ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଆହତ

କାମାକ୍ଷାନଗର,୨୯ା୪(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ପୋଲିସ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆଙ୍କୁ ଏନ୍‌କାଉଣ୍ଟର କରିଛି। ଫଳରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ...

ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ବର୍ଷା, ବାପାଙ୍କ ସମାଧିପୀଠରେ ପୂଜାର୍ଚ୍ଚନା କରି ହେଲେ ଭାବବିହ୍ବଳ

ପଦ୍ମପୁର,୨୯ା୪(ପ୍ରଦୀପ୍ତ ଦାଶ): ସୋମବାର ପଦ୍ମପୁର ନିର୍ବାଚନ ମଣ୍ଡଳୀର ବିଧାୟିକା ବର୍ଷା ସିଂ ବରିହା ତାଙ୍କ ନାମାଙ୍କନପତ୍ର ଦାଖଲ କରିବା କାର୍ଯ୍ୟକ୍ରମ ରହିଥିବାବେଳେ ସକାଳୁ ସକାଳୁ ପଦ୍ମପୁରସ୍ଥିତ...

ଉପକୂଳ ଓଡ଼ିଶାରେ ବହିବ ସାମୁଦ୍ରିକ ଝଡ଼

ଭୁବନେଶ୍ୱର,୨୯ା୪: ସୋମବାର ସକାଳ ସାଢ଼େ ୮ଟା ସୁଦ୍ଧା ବିଭିନ୍ନ ସ୍ଥାନର ତାପମାତ୍ରା ରେକର୍ଡ କରାଯାଇଛି। ବାରିପଦାରେ ତାପମାତ୍ରା ୩୬ ଡିଗ୍ରୀ ଥିବା ବେଳେ ବାଲେଶ୍ୱରରେ ୩୬,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri