ରାଜ୍ୟବାସୀଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୯ା୪(ବ୍ୟୁରୋ): ଓଡ଼ିଶା ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ରାଜ୍ୟର ସାଢେ ୪ କୋଟି ଲୋକ ଧର୍ଯ୍ୟର ସହିତ କରୋନା ବିପତ୍ତିର ମୁକାବିଲା କରୁଥିବାରୁ ସମସ୍ତଙ୍କୁ ଧନ୍ୟବାଦ ଜଣାଇବା ସହ କୃତଜ୍ଞତା ଜ୍ଞାପନ କରିଛନ୍ତି। ଏଭଳି ଏକ ସଙ୍କଟାପନ୍ନ ସମୟରେ ବିଜେଡିର ସମସ୍ତ କର୍ମୀ ଏବଂ ଶୁଭେଚ୍ଛୁମାନଙ୍କୁ ନିଜ ଅଞ୍ଚଳର କୌଣସି ବ୍ୟକ୍ତିଙ୍କୁ ଭୋକିଲା ରହିବାକୁ ନ ଦେବାକୁ ସେ ଅନୁରୋଧ ମଧ୍ୟ କରିଛନ୍ତି। ସେ କହିଛନ୍ତି ଯେ, ପ୍ରତ୍ୟେକ ବ୍ୟକ୍ତିକୁ ନିଜ ପରିବାରର ସଦସ୍ୟଭାବେ ବିବେଚନାକରି ଏଭଳି ସମୟରେ ଭୋକିଲା ଲୋକଙ୍କ ପାଖରେ ଛିଡ଼ାହୋଇ ସମାଜ ପାଇଁ ଉଦାହରଣ ସୃଷ୍ଟି କରନ୍ତୁ। ଏପରି କାର୍ଯ୍ୟକୁ ଏକ ସାମାଜିକ ଦାୟିତ୍ୱଭାବେ ଗ୍ରହଣ କରନ୍ତୁ। ଏହି ସମୟରେ ରାଜ୍ୟ ସରକାର ଏବଂ ସ୍ବାସ୍ଥ୍ୟ ବିଭାଗର ନିର୍ଦ୍ଦେଶକୁ ଠିକ୍‌ ଭାବେ ଅନୁପାଳନ କରିବା ସହ ଗାଇଡ୍‌ଲାଇନର ସମସ୍ତ ନିୟମକୁ ମାନନ୍ତୁ। କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ଘରୁ ବାହାରୁଥିଲେ ମାସ୍କ ବ୍ୟବହାର କରନ୍ତୁ। ମୁଖ୍ୟମନ୍ତ୍ରୀଙ୍କ ଏହି ଆହ୍ବାନକୁ ଏକ ସାମାଜିକ ଆନ୍ଦୋଳନରେ ପାଳନ କରନ୍ତୁ ବୋଲି ଦଳର ସମସ୍ତ କର୍ମୀ ଏବଂ ଶୁଭେଚ୍ଛୁଙ୍କୁ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସବର୍ମା ଅନୁରୋଧ କରିଛନ୍ତି। ଏହାସହ ସେ ଆହୁରି କହିଛନ୍ତି ଯେ, ସମସ୍ତ ନିର୍ବାଚିତ ପ୍ରତିନିଧି, ପୌର ପରିଷଦ, ମହାନଗର ନିଗମର ସମସ୍ତ ପ୍ରତିନିଧି, ବ୍ଲକ ଅଧ୍ୟକ୍ଷ ତଥା ସମସ୍ତ ନିର୍ବାଚିତ ପ୍ରତିନିଧି ଏବଂ ବିଜେଡିର ସବୁ କର୍ମୀ ଜୀବନବିନ୍ଦୁ କାର୍ଯ୍ୟକ୍ରମ ଜରିଆରେ ରକ୍ତ ଅଭାବର ମୁକାବିଲା କରିବା ଏବଂ ସାମାଜିକ ଦାୟିତ୍ୱ ନିର୍ବାହ ଉପରେ ଦଳର ସଭାପତି ଯାହା ନିର୍ଦ୍ଦେଶ ଦେଇଛନ୍ତି ତାକୁ ଆହ୍ବାନ ସହକାରେ ଗ୍ରହଣ କରିବାକୁ ସଞ୍ଜୟ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

‘ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବାକୁ ସରକାରୀସ୍ତରରେ ଯୋଜନା ଚାଲିଛି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ଛାତ୍ର ସଂସଦ ନିର୍ବାଚନରେ ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ସରକାରୀ ସ୍ତରରେ ଯୋଜନା ଚାଲିଛି। ଭାଜପା ବିଧାୟକ, ମନ୍ତ୍ରୀ କଲେଜ ଅଧ୍ୟକ୍ଷ, ଅଧ୍ୟାପକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?