ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭିଡିଓ ବାର୍ତ୍ତା: କରୋନା ସହ ଲଢ଼େଇ ଲମ୍ବା ଲଢ଼େଇ, ଆହୁରି ସାବଧାନ ହେବାକୁ ପଡ଼ିବ

ଭୁବନେଶ୍ୱର,୧୯ା୪(ବ୍ୟୁରୋ) : ରାଜ୍ୟବାସୀଙ୍କୁ ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ ବାର୍ତ୍ତା ଜରିଆରେ ସମ୍ବୋଧନ କରିଛନ୍ତି। ସେ କହିଛନ୍ତି, ଗତ ୯ ତାରିଖରୁ ୧୯ ତାରିଖ ଅର୍ଥାତ୍‌ ୧୦ ଦିନ ଭିତରେ ବିଶ୍ୱରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୫ ଲକ୍ଷରୁ ବଢ଼ି ୨୩ ଲକ୍ଷରେ ପହଞ୍ଚିଛି। ଭାରତରେ ପଜିଟିଭ୍‌ ସଂଖ୍ୟା ୩ ଗୁଣ ହୋଇ ୧୫ ହଜାରରେ ପହଞ୍ଚିଲାଣି। ଏପରିକି ମୃତ୍ୟୁ ସଂଖ୍ୟା ୫୦୦ ଛୁଇଁଛି। ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୬୧ରେ ପହଞ୍ଚିଛି। ରାଜ୍ୟ ସରକାରଙ୍କ ପକ୍ଷରୁ ତିନି ଗୁଣା ପରୀକ୍ଷଣ କରାଯାଉଥିବା ବେଳେ ଆକ୍ଟିଭ୍‌ କେସ୍‌ ମଧ୍ୟ କମିଛି। ଓଡ଼ିଶାବାସୀଙ୍କ ସମ୍ପୂର୍ଣ୍ଣ ସହଯୋଗ ଓ ତ୍ୟାଗ ପାଇଁ ଏହା ସମ୍ଭବ ହୋଇପାରିଛି। କରୋନା ସହ ଲଢ଼େଇ ଲମ୍ବା ଲଢ଼େଇ। ଏଥିପାଇଁ ଆମକୁ ଆହୁରି ସାବଧାନ ହେବାକୁ ପଡ଼ିବ। ଓଡ଼ିଶାରେ କରୋନା ନିୟନ୍ତ୍ରଣ କରିବାକୁ ବାଧ୍ୟତାମୂଳକ ଭାବେ ରେଜିଷ୍ଟ୍ରେଶନର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ବିଦେଶାଗତଙ୍କୁ ରେଜିଷ୍ଟ୍ରେଶନ ବାଧ୍ୟତାମୂଳକ ଭାବେ କ୍ୱାରାଣ୍ଟାଇନ୍‌ରେ ରଖିବା ମଧ୍ୟ କରୋନା ସଂକ୍ରମିତଙ୍କ ସଂଖ୍ୟା ନିୟନ୍ତ୍ରଣରେ ରଖିବାରେ ସହାୟକ ହୋଇଛି।
ସେହିଭଳି ଓଡ଼ିଶାରେ ଅନ୍ୟ ରାଜ୍ୟର ୧ ଲକ୍ଷରୁ ଅଧିକ ଲୋକ ରହିଯାଇଛନ୍ତି। ସେମାନଙ୍କର ଯତ୍ନ ନିଆଯାଉଛି। ସେହିପରି ଅନ୍ୟ ରାଜ୍ୟରେ ଆମ ରାଜ୍ୟରୁ ତୀର୍ଥ କରିବାକୁ ଯାଇଥିବା ଲୋକ, ଛାତ୍ରୀଛାତ୍ର, ଚାକିରିଆ, ଶ୍ରମିକ ଏବଂ ରୋଗୀମାନେ ଫସି ରହିଛନ୍ତି। ସେମାନଙ୍କ ଅବସ୍ଥା ବିଷୟରେ ଜାଣି ବହୁତ ଦୁଃଖ ଲାଗୁଛି। ସମସ୍ତଙ୍କର ଉଦ୍ୟମ ସତ୍ତ୍ୱେ ସେମାନଙ୍କର ଜୀବନ ସ୍ବାଭାବିକ ହୋଇପାରିନାହିଁ। କଟକଣା ଉଠାଯିବା ପରେ କେନ୍ଦ୍ର ସରକାର ତଥା ଅନ୍ୟ ରାଜ୍ୟଗୁଡ଼ିକ ସହିତ ଆଲୋଚନା କରାଯିବ। ଆମ ଲୋକମାନେ ଯେପରି ସୁବିଧାରେ ଓଡ଼ିଶା ଫେରିବେ ସେନେଇ ବ୍ୟବସ୍ଥା କରାଯିବ। ଏଥିପାଇଁ ବୈଷୟିକ ଜ୍ଞାନକୌଶଳର ସୁବିଧା ନିଆଯିବ। କିନ୍ତୁ ସମସ୍ୟା ବହୁତ ବଡ଼। ତେଣୁ ଆମକୁ ଡିସେଣ୍ଟ୍ରାଲାଇଜ୍‌ଡ ଆପ୍ରୋଚ୍‌ (ବିକେନ୍ଦ୍ରୀକରଣ ଆଭିମୁଖ୍ୟ) ଗ୍ରହଣ କରିବାକୁ ପଡ଼ିବ। ଏଥିପାଇଁ ମାନବିକତା ଦୃଷ୍ଟିରୁ ନିଷ୍ପତ୍ତି ନେବାକୁ ହେବ। ପଞ୍ଚାୟତ ଏବଂ ପୌରାଞ୍ଚଳକୁ ସାଥୀରେ ନେଇ କାମ କରିବାକୁ ପଡ଼ିବ ବୋଲି ମୁଖ୍ୟମନ୍ତ୍ରୀ ନିଜ ବାର୍ତ୍ତାରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନର ତାଲା ଭାଙ୍ଗି ଟଙ୍କା, ସାମଗ୍ରୀ ଲୁଟିନେଲେ ଦୁର୍ବୃତ୍ତ: ପୋଲିସ ପାଇଁ ବଡ଼ ଚ୍ୟାଲେଞ୍ଜ୍‌

ଛତ୍ରପୁର,୧।୬(ଦିଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ଲୋୟର ବସ ଷ୍ଟାଣ୍ଡଠାରେ ସୋମବାର ଭୋରରୁ ଏକ ଦୋକାନରୁ କିଛି ଦୁର୍ବୃତ୍ତ ଚୋରି କରିବା ଖବର…

ଟେଲିଫୋନ ଏକ୍ସଚେଞ୍ଜରୁ ବ୍ୟାଟେରୀ ଚୋରି: ବିଜୁଳି ଚାଲିଗଲେ ଉପଭୋକ୍ତା ସେବାରୁ ବଞ୍ଚିତ

ଭଞ୍ଜନଗର, ୧।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଟେଲିଫୋନ ଏକ୍ସଚେଞ୍ଜରୁ ଗତ ଶୁକ୍ରବାର ମୂଲ୍ୟବାନ ସବୁ ବ୍ୟାଟେରୀ ଚୋରି ହୋଇଯାଇଛି । ଏହାପୂର୍ବରୁ…

ପାଣି ପାଇଁ ବ୍ଲକ ସମ୍ମୁଖରେ ଅନଶନ କଲେ ସମିତି ସଭ୍ୟ, ବାଲଟି ଧରି ମହିଳାମାନେ

ବଲାଙ୍ଗୀର,୧।୬(ସୁନିଲ କୁମାର ମହାନ୍ତି): ପାଣି ପାଇଁ ସମିତି ସଭ୍ୟ ବ୍ଲକ ସମ୍ମୁଖରେ ଅନଶନ କରିଥିବା ବେଳେ ମହିଳାମାନେ ରାସ୍ତା ଅବରୋଧ କରିଛନ୍ତି । ଏଭଳି ଦୃଶ୍ୟ ଦେଖିବାକୁ…

Featured Video Play Icon

ପୋଲିସ ଟିମ୍‌ ନେଇ ଶାଶୂ ଘରେ ପହଞ୍ଚିଲେ ତ୍ରିଷ୍ଣା, ତା’ପରେ…

ଭୁବନେଶ୍ୱର, ୧।୬: ୟ୍ୟୁଟବର ତ୍ରିଷ୍ଣା ପୋଲିସ ଉପସ୍ଥିତରେ ଶାଶୂ ଘରେ ପହଞ୍ଚି ସମସ୍ତ ଯୌତୁକ ଜିନିଷ…

RCB ଜିତିବା ପରେ ରୋମାଣ୍ଟିକ ହେଲେ ଅନୁଷ୍କା: ଶେୟାର କଲେ ଏମିତି ଫଟୋ

ନୂଆଦିଲ୍ଲୀ,୧।୬: ଲଗାତାର ଦ୍ୱିତୀୟ ବର୍ଷ ପାଇଁ ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିଜୟୀ ହୋଇଛି। ବିରାଟ କୋହଲିଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ…

ପୁଣି ଜଗନ୍ନାଥ ପ୍ରେମୀଙ୍କ ଭାବାବେଗ ସହ ଖେଳ: ଅନଲାଇନରେ ମହାପ୍ରସାଦ, ଖଜା ବିକ୍ରି ନେଇ…

ପୁରୀ, ୧।୬ (ଅଜିତ କୁମାର ମହାନ୍ତି): ପୁଣିଥରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି ଅପମାନ ହେଉଥିବା ସହ ଭକ୍ତମାନଙ୍କ ଭାବାବେଗ ସହିତ ଖେଳାଯାଉଥିବା ଘଟଣା ସାମ୍ନାକୁ ଆସିଛି। ଅନଲାଇନ…

କବିସୂର୍ଯ୍ୟନଗର ଥାନାରେ ଥାର୍ଡ ଡିଗ୍ରୀ ମାମଲା; ବଡ଼ ଆକ୍ସନ, ୩ ପୋଲିସ….

ଭୁବନେଶ୍ବର,୧।୬: କବିସୂର୍ଯ୍ୟନଗର ଥାନାରେ ଥାର୍ଡ ଡିଗ୍ରୀ ମାମଲା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ ବର୍ତ୍ତମାନ ବଡ଼ ଆକ୍ସନ ନିଆଯାଇଛି । କବିସୂର୍ଯ୍ୟନଗର ଥାନା ଓ ବାଲିଚାଇ…

ଟୋକନ ସମସ୍ୟା ନେଇ ଆମରଣ ଅନଶନରେ ଚାଷୀ : ସ୍ଥାୟୀ ସମାଧାନ ନ ହେଲେ…

ଝାରବନ୍ଧ, ୧।୬ (ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ଡଭା ଆଞ୍ଚଳିକ କୃଷକ ସଂଗଠନ ତରଫରୁ ଟୋକନ ସମସ୍ୟାର ସମାଧାନ ଦାବିରେ ସୋମବାର ଡଭା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri