ଭୁବନେଶ୍ୱର,୨୧।୮(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉନି। ଶନିବାର କରୋନା ଆଉ ୬୬ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭,୨୮୯କୁ ବୃଦ୍ଧି ପାଇଛି। ୬୬ ମୃତକଙ୍କ ମଧ୍ୟରୁ କଟକରୁ ଜଗତସିଂହପୁର ଜିଲାରୁ ସର୍ବାଧିକ ୧୧ ଜଣ ଥିବା ବେଳେ କଟକରୁ ୧୦, ଢେଙ୍କାନାଳରୁ ୮, କେନ୍ଦ୍ରାପଡ଼ାରୁ ୭, ଅନୁଗୋଳ ଓ ଯାଜପୁରରୁ ୬ ଜଣ ଲେଖାଏ, ଭଦ୍ରକରୁ ୫, ବାଲେଶ୍ୱରରୁ ୪, ଖୋର୍ଦ୍ଧାରୁ ୩ ଏବଂ କେନ୍ଦୁଝର, ମୟୂରଭଞ୍ଜ ଓ ନୟାଗଡ଼ ଜିଲାରୁ ୨ ଜଣ ଲେଖାଏ ଅଛନ୍ତି।


