ରାଜ୍ୟରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୫।୪(ବ୍ୟୁରୋ): ରାଜ୍ୟରେ ଆଉ ଦୁଇଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ଭୁବନେଶ୍ୱର କପିଳ ପ୍ରସାଦ ହାଉସିଂ ବୋର୍ଡ଼ କଲୋନୀ ଫେଜ-୨ର ୭୦ ବର୍ଷୀୟ ବୃଦ୍ଧ ଅଟନ୍ତି। ସେ ଗତ ୨୨ରେ ଅଷ୍ଟ୍ରେଲିଆରୁ ଫେରିଥିଲେ। ସେଠାରୁ ଫେରିବା ପରେ ସେ ହୋମ କ୍ବାରାଣ୍ଟଇନରେ ଥିଲେ। ଆଜି ତାଙ୍କର କରୋନା ପଜିଟିଭ ବାହାରିଛି। ଅନ୍ୟ ଆକ୍ରାନ୍ତ ଜଣଙ୍କ ବମିଖାଲର ୨୯ ବର୍ଷୀୟ ଯୁବକ ଅଟନ୍ତି। ବମିଖାଲ ଅଞ୍ଚଳରେ ସର୍ବେକ୍ଷଣ ସମୟରେ ଏହି ଯୁବକ ଜଣଙ୍କ କରୋନା ଭୂତାଣୁରେ ସଂକ୍ରମଣ ହୋଇଥିବା ସୂଚନା ମିଳିଛି। ଏହି ଦୁଇଜଣଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ଅନୁସନ୍ଧାନ କରାଯାଉଛି। ଏ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପଟେ ଏହି ଦୁଇ ଜଣଙ୍କର କରୋନା ପଜିଟିଭ ଆସିବା ପରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୩ରେ ପହଞ୍ଚିଛି ଏବଂ ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ରାଜ୍ୟର ବିଧାନସଭା ଆସନ ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୯।୪: କେରଳମ୍‌, ଆସାମ ଓ ପୁଡୁଚେରୀର ମୋଟ ୨୯୬ ଆସନରେ ଗୁରୁବାର ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳୁ ସକାଳୁ ଲାଇନରେ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri