Posted inରାଜ୍ୟ

ରାଜ୍ୟରେ ଆସିବ ନୂଆ ଟେଲି ମେଡିସିନ ନୀତି: ଜିଲା ମୁଖ୍ୟ ଚିକିତ୍ସାଳୟରେ ସେବା ଯୋଗାଇବେ ବିଶେଷଜ୍ଞ

ଭୁବନେଶ୍ୱର,୧ା୯(ବ୍ୟୁରୋ): ରାଜ୍ୟ ସରକାର ଖୁବ୍‌ଶୀଘ୍ର ନୂତନ ଟେଲି ମେଡିସିନ ନୀତି ଆଣିବାକୁ ଯାଉଛନ୍ତି। ରାଜ୍ୟରେ ଟେଲି ମେଡିସିନି ବ୍ୟବସ୍ଥାର ସଫଳ କାର୍ଯ୍ୟକାରିତା ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ କମିଶନର ତଥା ଶାସନ ସଚିବ ଡା. ପ୍ରମୋଦ କୁମାର ମେହେର୍ଦ୍ଦାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମୀକ୍ଷା ବୈଠକରୁ ଏହି ସୂଚନା ମିଳିଛି। କଟକ ଏସ୍‌ସିବି ମେଡିକାଲ କଲେଜରେ ଟେଲି ମେଡିସିନର ନୋଡାଲ ସେଣ୍ଟର ଥିବାବେଳେ ନୂତନ ନୀତି କାର୍ଯ୍ୟକାରୀ ହେଲେ ଏହାକୁ ରାଜ୍ୟର ଅନ୍ୟ ଚିକିତ୍ସାଳୟକୁ ସମ୍ପ୍ରସାରିତ କରାଯାଇପାରିବ। ବୈଠକରେ ଓଡ଼ିଶା ଟେଲି ମେଡିସିନ ନେଟ୍‌ୱର୍କର ବର୍ତ୍ତମାନ ସ୍ଥିତି ସମେତ ଇ-ଆଇସିୟୁ ଏବଂ ଭାରତ ସଞ୍ଚାର ନିଗମର ଯୋଗାଯୋଗ ବ୍ୟବସ୍ଥା ସମ୍ପର୍କରେ ଆଲୋଚନା ହୋଇଥିଲା। ଟେଲି ମେଡିସିନର କାର୍ଯ୍ୟକାରିତା ଫଳରେ ୨୦୧୭ ଏବଂ ୨୦୧୮ରେ ରୋଗୀଙ୍କର ୪ କୋଟି ଟଙ୍କାରୁ ଅଧିକ ପକେଟ ଖର୍ଚ୍ଚ ବଞ୍ଚତ୍ୟାଇଥିବା ସୂଚନା ଦିଆଯାଇଛି।

ତେବେ ନୂତନ ନୀତି ନେଇ ହୋଇଥିବା ନିଷ୍ପତ୍ତି ଅନୁଯାୟୀ, ଟେଲି ମେଡିସିନି ନେଟ୍‌ଓ୍ବର୍କକୁ ସମସ୍ତ ସରକାରୀ ମେଡିକାଲ କଲେଜ ଓ ଡାକ୍ତରଖାନା, ଜିଲା ମୁଖ୍ୟ ଚିକିତ୍ସାଳୟ ଏବଂ ୱେଲ୍‌ନେସ୍‌ ସେଣ୍ଟର ସହିତ ଯୋଡ଼ିଦିଆଯିବ। ଏହା ଫଳରେ ଗାଁ ଗହଳିରୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆସୁଥିବା ରୋଗୀମାନେ ସିଧାସଳଖ ବିଶେଷଜ୍ଞ ଚିକିତ୍ସକଙ୍କ ସେବା ପାଇପାରିବେ। ଏହା ବ୍ୟତୀତ ସମସ୍ତ ମେଡିକାଲ କଲେଜରେ ଇ-କ୍ଲାସ୍‌ ରୁମ୍‌ ବ୍ୟବସ୍ଥା ଆରମ୍ଭ ହେବ। ଏଥିପାଇଁ ଆବଶ୍ୟକ ପଡୁଥିବା ମାନବସମ୍ବଳ ନିଯୁକ୍ତି ଲାଗି ପ୍ରକ୍ରିୟା ଆରମ୍ଭ କରିବାକୁ କୁହାଯାଇଛି। ଟେଲି ମେଡିସିନ କାର୍ଯ୍ୟକାରିତା ଲାଗି ଇଣ୍ଟରନେଟ୍‌ ଅତ୍ୟନ୍ତ ଜରୁରୀ ହୋଇଥିବା ଯୋଗୁ ନିରବଚ୍ଛିନ୍ନ ବେଗଗାମୀ ଇଣ୍ଟରନେଟ୍‌ ପାଇଁ ଅପ୍ଟିକାଲ ଫାଇବର ସଂଯୋଗ ଦେବାକୁ ବିଏସ୍‌ଏନ୍‌ଏଲ୍‌ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏହି ବୈଠକରେ ବିଭାଗର ଯୁଗ୍ମ ସଚିବ ଗୁହା ପୁନମ ତାପସ କୁମାର, ଓଡ଼ିଶା ଟେଲି ମେଡିସିନର ଅବୈତନିକ ପରାମର୍ଶଦାତା ଡା. ପ୍ରଫେସର ବି.ଏନ୍‌. ମହାନ୍ତି ଏବଂ ଅନ୍ୟ ବିଭାଗୀୟ ପଦାଧିକାରୀମାନେ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସଙ୍କ ନିର୍ଦ୍ଦେଶକ୍ରମେ ବିଭାଗ ପକ୍ଷରୁ ଚିକିତ୍ସା ସେବା କ୍ଷେତ୍ରରେ ଅତ୍ୟାଧୁନିକ ଜ୍ଞାନକୌଶଳର ପ୍ରୟୋଗ, ଉନ୍ନତ ଯନ୍ତ୍ରପାତି ଏବଂ ବିଶେଷଜ୍ଞ ଚିକିତ୍ସକଙ୍କ ଦ୍ୱାରା ସେବା ଯୋଗାଇବା ଦିଗରେ କାର୍ଯ୍ୟ ତ୍ୱରାନ୍ବିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ବିଜେଡି ନେତୃତ୍ୱ: କଳିକେଶଙ୍କୁ ନେଇ ଏମିତି କିଛି କହିଲେ ଦେବାଶିଷ

ଭୁବନେଶ୍ୱର,୧୪।୨ କଳିକେଶଙ୍କୁ ବିଜେଡି ନେତୃତ୍ୱ ଦାବିରେ ମୁହଁ ଖୋଲିଲେ ଦେବାଶିଷ ସାମନ୍ତରାୟ। ସେ କହିଛନ୍ତି, ସେ ଜଣେ ଯୁବ ଦକ୍ଷ ନେତା, ତାଙ୍କ ପରିବାର ସହ ନବୀନଙ୍କର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

ସ୍ପଷ୍ଟ ଦିବାଲୋକରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନଗହଣା, ଘର ଆଗରେ କାର୍‌ ରଖି…

ମୋରଡ଼ା,୧୪ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜାଠାରେ ଜଣଙ୍କ ଘରୁ ଦୁର୍ବୃତ୍ତମାନେ ଲୁଟ୍‌ କରିଥିବାର ଜଣାପଡ଼ିଛି। ସୂଚନା ମୁତାବକ, ଉକ୍ତ ଗ୍ରାମର ଆଲାଦି ଟୁଡୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri