ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି, ୪୦ ଡିଗ୍ରୀ ଉପରେ ୧୦ ସହର; ଏଥର ସ୍ବାଭାବିକ ମୌସୁମୀ ବର୍ଷା

ଭୁବନେଶ୍ୱର, ୨ା୬(ବ୍ୟୁରୋ)- ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ଶନିବାର ୧୦ଟି ସହରର ପାରଦ ୪୦ ଡିଗ୍ରୀ ଟପିଥିଲା। ୪୨.୬ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠାରୁ ଉତ୍ତପ୍ତ ସହର ରହିଥିଲା। ଏହାଛଡ଼ା ଅନୁଗୋଳ ୪୨.୧, ସମ୍ବଲପୁର ୪୨, ହୀରାକୁଦ ୪୧.୬, ତାଳଚେର ୪୦.୫, ସୋନପୁର ୪୦.୨, ସୁନ୍ଦରଗଡ଼, ଭବାନୀପାଟଣା, ବଲାଙ୍ଗୀର ଓ ଟିଟିଲାଗଡ଼ରେ ୪୦ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ଉପକୂଳ ଓଡ଼ିଶାରେ ତାତି କମିଥିବାବେଳେ ପଶ୍ଚିମ ଓଡ଼ିଶାରେ ଅସହ୍ୟ ପରିସ୍ଥିତି ଲାଗି ରହିଛି। ତେବେ ଦ୍ୱୈତ ନଗରୀରେ ତାପମାତ୍ରାର ହ୍ରାସ ପାଇଛି। ଭୁବନେଶ୍ୱରରେ ସର୍ବାଧିକ ୩୫.୬ ଡିଗ୍ରୀ ଓ କଟକରେ ତାପମାତ୍ରା ୩୬ଡିଗ୍ରୀ ରହିଥିଲା। ଆସନ୍ତା ୨ରୁ ୩ଦିନ ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାରେ କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅସହ୍ୟ ଗରମରେ ରାଜ୍ୟବାସୀ ଛଟପଟ ହେଉଥିବାବେଳେ ବିଳମ୍ବିତ ହେଉଛି ମୌସୁମୀ। ଆସନ୍ତା ୬ ତାରିଖରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। କେରଳ ଛୁଇଁବାର ଏକ ସପ୍ତାହ କିମ୍ବା ତା’ଠାରୁ କମ୍‌ ସମୟ ମଧ୍ୟରେ ମୌସୁମୀ ଓଡ଼ିଶାରେ ପହଞ୍ଚତ୍ୟାଇପାରେ। ତେବେ ଏଥର ରାଜ୍ୟରେ ସ୍ବାଭାବିକ ମୌସୁମୀ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ରବିବାର ପଶ୍ଚିମ ଓଡ଼ିଶା, ଉତ୍ତର ଓଡ଼ିଶା ଏବଂ କେନ୍ଦୁଝର, ମୟୂରଭଞ୍ଜ ଓ ରାଜ୍ୟର ଅନ୍ୟ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଉପକୂଳ ଓଡ଼ିଶା ଓ ମୟୂରଭଞ୍ଜ, ଢେଙ୍କାନାଳ, କଳାହାଣ୍ଡି, କନ୍ଧମାଳ ଜିଲାରେ କାଳବୈଶାଖୀ ହେବ। ଏହି ସମୟରେ ୩୦ରୁ ୪୦କିଲୋମିଟର ବେଗରେ ପବନ ବହିବା ସହିତ ବଜ୍ରପାତ ହେବାର ଆଶଙ୍କା ରହିଛି। ଏ ନେଇ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅ ଘରୁ ଫେରୁଥିବା ବେଳେ ବନ୍ୟା ପାଣିରେ ଭାସିଗଲେ ବୃଦ୍ଧ, ସିଧା ଗଛରେ…

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାର ପଡ଼ା ବ୍ଲକ ତେଲ ନଦୀର ବଢ଼ି ପାଣିରେ ଭାସି ମଙ୍ଗଳବାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ…

ସାଧୁପଡାରୁ ବିଦେଶୀ ମଦ ଦୋକାନ ଉଠାଇବା ଦାବିରେ ଅଣ୍ଟା ଭିଡିଲେ ମହିଳା, ରାସ୍ତାରୋକୋ କରି….

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ସାଧୁପଡ଼ା ଗ୍ରାମରେ ମଦ ଦୋକାନ ଉଚ୍ଛେଦକୁ ନେଇ ମହିଳାମାନେ ରାସ୍ତାରୋକୋ କରିଛନ୍ତି ।…

ସୌମ୍ୟ ହତ୍ୟା ମାମଲା: ଝାରପଡ଼ା ଜେଲ୍‌ରେ ୨୦ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚର ଜେରା

ଭୁବନେଶ୍ୱର, ୭।୭: ବହୁଚର୍ଚ୍ଚିତ ସୌମ୍ୟ ହତ୍ୟା ମାମଲାର ତଦନ୍ତକୁ ଆହୁରି ଜୋରଦାର କରିଛି କ୍ରାଇମବ୍ରାଞ୍ଚ। ଏହି କ୍ରମରେ କ୍ରାଇମବ୍ରାଞ୍ଚର ଦୁଇଜଣିଆ ଟିମ୍‌ ଆଜି ଭୁବନେଶ୍ୱର ଝାରପଡ଼ା ସ୍ପେସିଆଲ୍‌…

କୋରାପୁଟ ଷ୍ଟେଶନରେ ପହଞ୍ଚିଲା ପୁରୀ-କୋରାପୁଟ ସ୍ବତନ୍ତ୍ର ଟ୍ରେନ୍‌: ଭବ୍ୟ ସ୍ବାଗତ କଲେ ବିଧାୟକ, ଜନସାଧାରଣ

କୋରାପୁଟ, ୭।୭ (ଅମିତାଭ ବେହେରା): ଦୀର୍ଘ ଦିନର ପ୍ରତୀକ୍ଷାର ଅନ୍ତ ଘଟାଇ ମଙ୍ଗଳବାର ସକାଳେ ପୁରୀ-କୋରାପୁଟ ସ୍ବତନ୍ତ୍ର ଟ୍ରେନ୍‌ କୋରାପୁଟ ରେଳ ଷ୍ଟେଶନରେ ପହଞ୍ଚିଛି। ସକାଳ ୮ଟା…

ଆଇଆଇସି ବିଉଟି ମହାନ୍ତି ଆତ୍ମହତ୍ୟା ମାମଲା: ସନ୍ଦେହ ଘେରରେ ଏଏସ୍‌ଆଇ

ଭୁବନେଶ୍ୱର,୭।୭(ତ୍ରିନାଥ ମହାନ୍ତି):କଟକ ଚାଉଳିଆଗଞ୍ଜ ଥାନା ଆଇଆଇସି ଭାବେ କାର୍ଯ୍ୟରତ ମହିଳା ପୋଲିସ ଅଧିକାରୀ ବିଉଟି ମହାନ୍ତିଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ରହସ୍ୟ ବଢ଼ିବାରେ ଲାଗିଛି। ଦିନ ଗଡ଼ିବା…

ଏହି କାରଣରୁ ହୋଇଛି ବିଉଟି ମହାନ୍ତିଙ୍କ ମୃତ୍ୟୁ, ଆସିଲା ଚାଉଳିଆଗଞ୍ଜ ଥାନା IICଙ୍କ ପୋଷ୍ଟମର୍ଟମ ରିପୋର୍ଟ

କଟକ,୭।୭: ଚାଉଳିଆଗଞ୍ଜ ଥାନା IIC ବିଉଟି ମହାନ୍ତିଙ୍କ ଆସିଲା ପୋଷ୍ଟମର୍ଟମ ରିପୋର୍ଟ । ତେବେ ଶ୍ବାସରୁଦ୍ଧ ହୋଇ ତାଙ୍କର ମୃତ୍ୟୁ ହୋଇଥିବା ନେଇ ରିପୋର୍ଟରେ ଉଲ୍ଲେଖ କରାଯାଇଛି…

ବିଳମ୍ବିତ ରାତିରେ ରାସ୍ତାରୁ ଖସିଗଲା ବାଇକ୍, ଯୁବକଙ୍କ ଉପରେ ପଡ଼ିଗଲା…

କେନ୍ଦ୍ରାପଡ଼ା,୭।୭(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ କଜଳା ରାସ୍ତାରେ ସୋମବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଜଣେ ଅଚିହ୍ନା…

ମାଛ ଧରିବାକୁ ଯାଇ ବୈତରଣୀ ନଦୀରେ ଭାସିଗଲେ ଯୁବକ, ତାପରେ….

ପାଟଣା,୭।୭(ବୀର କିଶୋର ଦାଶ): ମାଛ ମାରିବାକୁ ଯାଇ ବୈତରଣୀ ନଦୀ ମୁହାଣରେ ଭାସି ଜଣେ ଯୁବକ ନିଖୋଜ ହୋଇଛନ୍ତି । ନିଖୋଜ ଯୁବକ ହେଉଛନ୍ତି ଟାଙ୍ଗରପଡ଼ା ପଂଚାୟତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri