ରାଜ୍ୟରେ ଚାଲିଛି ୩୬ ରେଳ ପ୍ରକଳ୍ପ

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ଓଡ଼ିଶାରେ ବର୍ତ୍ତମାନ ୩୬ ରେଳ ପ୍ରକଳ୍ପ ରହିଛି। କେତେକ ପ୍ରକଳ୍ପର କାର୍ଯ୍ୟ ଚାଲୁଥିବାବେଳେ ଆଉକିଛି ବିଭିନ୍ନ ଅନୁମତି ଅପେକ୍ଷାରେ ରହିଛି। ସେହିଭଳି କେତେକ ପ୍ରକଳ୍ପର ଯୋଜନା ପ୍ରସ୍ତୁତ ହୋଇସାରିଛି। ଜମି ଅଧିଗ୍ରହଣ ସମସ୍ୟା, ଜଙ୍ଗଲ ବିଭାଗର ଅନୁମତି ମିଳିବାରେ ବିଳମ୍ବ, ଆଇନଶୃଙ୍ଖଳା ତଥା ଜଳବାୟୁର ପ୍ରତିକୂଳ ସ୍ଥିତି ପ୍ରକଳ୍ପ କାର୍ଯ୍ୟରେ ବାଧକ ସାଜୁଛି। ତେଣୁ ନିର୍ଦ୍ଧାରିତ ସମୟରେ କାର୍ଯ୍ୟ ସରୁନି କି ଆଗେଇ ପାରୁନି ବୋଲି ବୁଧବାର ଲୋକସଭାରେ ରେଳମନ୍ତ୍ରୀ ପୀୟୂଷ ଗୋୟଲ କହିଛନ୍ତି।

ଓଡ଼ିଶାରେ ବିଭିନ୍ନ ରେଳ ପ୍ରକଳ୍ପ କାମ ବିଳମ୍ବ ହେବାର କାରଣ, ବର୍ତ୍ତମାନର ସ୍ଥିତି ଓ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ଜାଣିବାକୁ ଚାହିଁଥିଲେ ବଲାଙ୍ଗୀର ଏମ୍‌ପି ସଙ୍ଗୀତା ସିଂ ଦେଓ। ଏହାର ଉତ୍ତରରଖି ମନ୍ତ୍ରୀ କହିଛନ୍ତି, ରାଜ୍ୟରେ ୪ ହଜାର ୫୬୭ କି.ମି. ରେଲ୍‌ଓ୍ବେ ଲାଇନ ବିଛାଇବା ପାଇଁ ୪୯ ହଜାର ୯୮୪ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି। ଏଥିରେ ୧୨୬୯ କି.ମି.ର ୧୦ ଲାଇନ୍‌ ରହିଛି। ଏହାର ବ୍ୟୟ ଅଟକଳ ୧୬ ହଜାର ୫୯୮ କୋଟି ଟଙ୍କା ରହିଛି। ଏଥିରୁ ୮୦ କି.ମି. କାର୍ଯ୍ୟ ସରିଥିବାବେଳେ ୪୨୬୦ କୋଟି ଟଙ୍କା ଖର୍ଚ୍ଚ ହୋଇଛି। ଗଜ୍‌ ପରିବର୍ତ୍ତନ ପାଇଁ ୧୪୦ କି.ମି. ମଧ୍ୟରୁ ୯୦ କି.ମି. କାର୍ଯ୍ୟ ସରିଛି ଓ ୧୯୧ କୋଟି ଟଙ୍କା ଖର୍ଚ୍ଚ ହୋଇଛି। ୩୧୫୯ କି.ମି. ଦୋହରୀକରଣ ପାଇଁ ୨୫ ପ୍ରକଳ୍ପରେ ୩୨ ହଜାର ୩୭ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି। ଏଥିରୁ ୪୯୪ କି.ମି. କାର୍ଯ୍ୟ ସରିଥିବାବେଳେ ୮ହଜାର ୨୪୬ କୋଟି ଟଙ୍କା ଖର୍ଚ୍ଚ ହୋଇଛି। ଖୋର୍ଦ୍ଧା-ବଲାଙ୍ଗୀର ରେଳ ପ୍ରକଳ୍ପରେ ଅତିରିକ୍ତ ୩୫୦ କୋଟି ଟଙ୍କା ମଞ୍ଜୁର କରାଯାଇଛି। ୨୮୯ କି.ମି.ର ଏହି ପ୍ରକଳ୍ପକୁ ଦୁଇ ଭାଗରେ ବିଭକ୍ତ କରାଯାଇଛି। ଶୂନରୁ ୧୧୨ କି.ମି କାର୍ଯ୍ୟ ପାଇଁ ରେଲ୍‌ଓ୍ବେ ଖର୍ଚ୍ଚ କରୁଛି। ୧୧୨ କି.ମି.ରୁ ୨୮୯ କି.ମି. ପର୍ଯ୍ୟନ୍ତ ଉଭୟ ରାଜ୍ୟ ସରକାର ଓ ରେଲ୍‌ଓ୍ବେ ମିଳିତ ଭାବେ କାର୍ଯ୍ୟ କରୁଛନ୍ତି। ଏଥିପାଇଁ ରାଜ୍ୟ ସରକାର ମାଗଣାରେ ଜମି ଯୋଗାଇବା ସହ ନିର୍ମାଣ କାର୍ଯ୍ୟର ୫୦ ପ୍ରତିଶତ ଖର୍ଚ୍ଚ ବହନ କରୁଛନ୍ତି। ଏହି ପ୍ରକଳ୍ପରୁ ବର୍ତ୍ତମାନ ସୁଦ୍ଧା ୯୨ କି.ମି. ସମ୍ପୂର୍ଣ୍ଣ ହୋଇଛି ଓ ୧୩୨୭.୦୯ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି। ବଳକା କାର୍ଯ୍ୟ ପାଇଁ ଜମି ଅଧିଗ୍ରହଣ ଓ ଜଙ୍ଗଲ ବିଭାଗ ଅନୁମତି ସହ ସନ୍ତୁଳନ ରକ୍ଷା କରି କାମ ଚାଲୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri