ରାଜ୍ୟରେ ମରୁଡ଼ି ଆଶଙ୍କା

ଭୁବନେଶ୍ୱର,୧୮।୭(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଗାଏବ ହୋଇଯାଇଛି। ଗତ ୨ ସପ୍ତାହ ହେବ ନିଅଣ୍ଟିଆ ବର୍ଷା ପରିସ୍ଥିତି ସୃଷ୍ଟି ହୋଇଛି। ଧାନବିଲ ଫାଟି ଆଁ କଲାଣି। ଆସନ୍ତା ସପ୍ତାହକ ମଧ୍ୟରେ ବର୍ଷା ନ ହେଲେ ରାଜ୍ୟରେ ଭୟଙ୍କର ପରିସ୍ଥିତି ସୃଷ୍ଟି ହେବ। ଚାଷ ଉପରେ ଏହାର ଗଭୀର ପ୍ରଭାବ ପଡ଼ିବ ବୋଲି କୃଷି ବିଶେଷଜ୍ଞମାନେ ଆକଳନ କଲେଣି। ପାଣିପାଗ ବିଭାଗରୁ ମିଳିଥିବା ସୂଚନା ଅନୁଯାୟୀ, ରାଜ୍ୟରେ ଜୁନ୍‌ ପହିଲାରୁ ଏ ପର୍ଯ୍ୟନ୍ତ ୨୬ ପ୍ରତିଶତ କମ୍‌ ବର୍ଷା ହୋଇଛି। ଜୁନ ପହିଲାରୁ ଜୁଲାଇ ୧୭ ତାରିଖ ମଧ୍ୟରେ ସ୍ବାଭାବିକ ଭାବେ ୩୯୩.୩ ମିଲିମିଟର ବର୍ଷା ହେବାକୁ ଥିବା ବେଳେ ହୋଇଛି ମାତ୍ର ୨୯୦.୧ ମିଲିମିଟର। ୫ ଜିଲାରେ ୪୦ ପ୍ରତିଶତରୁ କମ୍‌ ବର୍ଷା ହୋଇଥିବା ବେଳେ ଅନ୍ୟ ଜିଲାଗୁଡିକରେ ମଧ୍ୟ ପରିସ୍ଥିତି ଅସମ୍ଭାଳ ହେଲାଣି। ବଲାଙ୍ଗୀର ଜିଲାରେ ୪୧ ପ୍ରତିଶତ କମ୍‌ ବର୍ଷା ହୋଇଥିବା ବେଳେ ବାଲେଶ୍ୱରରେ ୪୭, ଗଜପତିରେ ୬୦, କନ୍ଧମାଳ ୪୩ ଏବଂ ରାୟଗଡାରେ ୪୪ ପ୍ରତିଶତ କମ୍‌ ବର୍ଷା ହୋଇଛି। ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାନଖେମୁଣ୍ଡି ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ ଘଟଣାର ପର୍ଦ୍ଦାଫାସ, ଜେଲ୍ ଗଲେ ୯ ଅଭିଯୁକ୍ତ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକ ନିକଟ ଦୋକାନ ଘର ଭିତରେ ବସିଥିବା ଗ୍ରାମର ଅଶୋକ ବିଷୋୟୀ(୨୭) ଙ୍କୁ…

ବିସ୍କୁଟ ଲୋଭ ଦେଖାଇ ଯୌନ ନିର୍ଯାତନା, ଚାଲିଗଲା ୩ବର୍ଷ ଶିଶୁର ଜୀବନ

ଚେନ୍ନାଇ,୧୫।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାର ଗୁମ୍ମିଡିପୁଣ୍ଡିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛ । ଯୌନ ନିର୍ଯାତନା ପରେ ତିନି ବର୍ଷର ଛୁଆର ମୃତ୍ୟୁ ହୋଇଛି । ବିହାରର…

ପରକୀୟା ପ୍ରୀତିକୁ ନେଇ ହତ୍ୟା: ସାଙ୍ଗନେଲା ସାଙ୍ଗର ଜୀବନ ୨୨ ଦିନ ପରେ…

ନୀଳଗିରି, ୧୫।୬ (ପ୍ରଶାନ୍ତ କୁମାର ବିଶ୍ୱାଳ): ବନ୍ଧୁତ୍ୱର ପବିତ୍ର ସମ୍ପର୍କକୁ କଳଙ୍କିତ କରିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ପରକୀୟା ପ୍ରୀତିକୁ କେନ୍ଦ୍ରକରି ଜଣେ ବନ୍ଧୁ ଅନ୍ୟ ଜଣେ…

କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତାଙ୍କୁ ଆକ୍ରମଣ, ଚାପୁଡ଼ା ମାରି….

ଜୟପୁର,୧୫।୬: ରାଜସ୍ଥାନର ଜୟପୁରରେ କକ୍ରୋଚ୍ ଜନତା ପାର୍ଟିର ଅଭିଜିତ୍ ଦୀପକେଙ୍କୁ ଚାପୁଡ଼ା ମାଡ଼ ହୋଇଛି । ରିପୋର୍ଟ ଅନୁଯାୟୀ, ଜଣେ ଅଜଣା ଯୁବକ ଏକ ପ୍ରତିବାଦ ସମୟରେ…

ବଡ଼ ଭଉଣୀ ସାମ୍ନାରେ ସାନ ଭଉଣୀଙ୍କୁ ଗଣବଳାତ୍କାର, ଶୌଚ ପାଇଁ ଯାଇଥିବା ବେଳେ ଟେକିନେଇ…

ବାରିପଦା,୧୫।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଟାଉନ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ହୋଇଥିବା ନେଇ ଅଭିଯୋଗ ହୋଇଛି । ବଡ ଭଉଣୀ ସହ ଶୌଚ…

ଚକରାଘାଟି ବୁଲିଯିବା ବେଳେ ଦୁର୍ଘଟଣାରେ ଚନ୍ଦନଙ୍କ ମୃତ୍ୟୁ, ସମବେଦନା ଜଣାଇଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର,୧୫।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୁଲାଡ ମୁଖ୍ୟ ରାସ୍ତାର ତୁଳସିପଲ୍ଲୀ ଛକ ନିକଟରେ ସୋମବାର ଅପରାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବାଇକ୍ ଓ ସାଇକେଲ…

ନାଳରୁ ୧୬ଫୁଟର କୁମ୍ଭୀର ଉଦ୍ଧାର, ଜାଲ ପକାଇ ଧରିଲେ….

ରାଜନଗର,୧୫।୬(ଭାସ୍କର ରାଉତରାୟ): ରାଜନଗର ବ୍ଲକ ଜରିମୂଳ ବଜାରର ମାଟିଆ ମଙ୍ଗଳା ଛକ ନିକଟରେ ଥିବା ପାଣି ନାଳରୁ କୁମ୍ଭୀର ଉଦ୍ଧାର କରାଯାଇଛି । ବନବିଭାଗ ଟିମ ୧୬ଫୁଟର…

ପାଟଣାଗଡ଼ ଅଞ୍ଚଳରେ ଚାଞ୍ଚଲ୍ୟ: ଘରୁ ଡ଼ାକି ନେଇ ଯୁବତୀଙ୍କୁ ବଳାତ୍କାର, ତାପରେ….

ପାଟଣାଗଡ଼ ୧୫।୬ (ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନ ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି । ଜଣେ ଯୁବତୀଙ୍କୁ ବଳାତ୍କାର ଅଭିଯୋଗରେ ୪ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri