ରାଜ୍ୟରେ ରହିଛି ୬୩ କୃଷି, ୮୫ ଉଦ୍ୟାନ କୃଷି ଫାର୍ମ: ଆଧୁନିକୀକରଣ ପାଇଁ ଖର୍ଚ୍ଚ ହୋଇଛି ୧୨୬୨ଲକ୍ଷ ଟଙ୍କା

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ରାଜ୍ୟରେ ୬୩ଟି କୃଷି ଫାର୍ମ ଏବଂ ୮୫ଟି ଉଦ୍ୟାନ କୃଷି ଫାର୍ମ ରହିଛି। ସେଥିରୁ ୪ଟି କୃଷି ଫାର୍ମ ଓ ୫ଟି ଉଦ୍ୟାନ କୃଷି ଫାର୍ମ ବନ୍ଦ ହୋଇଯାଇଛି। ସେଗୁଡ଼ିକ ପୁନଃଉଦ୍ଧାର କରିବା ଅବସ୍ଥାରେ ନାହିଁ। କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଅରୁଣ ସାହୁ ବୁଧବାର ପ୍ରଶ୍ନୋତ୍ତର ବେଳେ ବିଧାନସଭାରେ ଏହି ସୂଚନା ଦେଇଛନ୍ତି।

କଂଗ୍ରେସ ସଭ୍ୟ ତାରା ପ୍ରସାଦ ବାହିନୀପତି ରାଜ୍ୟରେ କେତେ ସଂଖ୍ୟକ କୃଷି ଫାର୍ମ ଅଛି ଏବଂ ସେଥିରୁ କେତେ ଅଚଳ ରହିଛି, କୃଷି ଫାର୍ମର ଆଧୁନିକିକରଣ ପାଇଁ କେନ୍ଦ୍ର ସରକାର ଗତ ୨୦ ବର୍ଷ ମଧ୍ୟରେ କେତେ ଟଙ୍କା ଅନୁଦାନ ଦେଇଛନ୍ତି ବୋଲି ମୂଳ ପ୍ରଶ୍ନରେ ପଚାରିଥିଲେ। ଏହାର ଉତ୍ତରରେ ମନ୍ତ୍ରୀ କହିଥିଲେ ଯେ, କୃଷି ଫାର୍ମ ଆଧୁନିକୀକରଣ ପାଇଁ ରାଷ୍ଟ୍ରୀୟ କୃଷି ବିକାଶ ଯୋଜନା(ଆର୍‌କେଭିଓ୍ବାଇ)ରେ ୨୦୧୦-୧୧ରେ ୯୯୦.୮୮୪ ଲକ୍ଷ ଟଙ୍କା ବିନିଯୋଗ ହୋଇଥିବା ବେଳେ ୨୦୧୬-୧୮ ମଧ୍ୟରେ ୩୧ଟି ଫାର୍ମକୁ ୧୬୯୬.୮୦ ଲକ୍ଷ ଟଙ୍କା ଅନୁଦାନ ଦିଆଯାଇଛି। ସେଥିରୁ ୧୨୬୨.୪୯ଲକ୍ଷ ଟଙ୍କା ବିନିଯୋଗ ହୋଇଛି। ଫାର୍ମଗୁଡ଼ିକର ଆଧୁନିକୀକରଣପାଇଁ କେନ୍ଦ୍ର ସରକାରଙ୍କ ଆର୍‌କେଭିଓ୍ବାଇ ମାଧ୍ୟମରେ ଦୁଇଟି ପର୍ଯ୍ୟାୟରେ ୧୨୬୪.୭୪ଲକ୍ଷ ଏବଂ ୪୬୦.୫୭ ଲକ୍ଷ ଟଙ୍କା ଅନୁଦାନ ଆକାରରେ ମିଳିଛି। ସରକାରୀ କୃଷି ଫାର୍ମରେ ସାଧାରଣତଃ ପିଣ୍ଡ ବିହନ ଉତ୍ପାଦନ ହୋଇଥାଏ। ରାଜ୍ୟରେ ବିହନ ଚାହିଦା ମେଣ୍ଟାଇବା ପାଇଁ ଆବଶ୍ୟକସ୍ଥଳେ ଧାନ ଏବଂ ଅଣଧାନ ଏବଂ ରାଜ୍ୟ ବାହାରରୁ ଚାହିଦା ମୁତାବକ ଅଣାଯାଇଥାଏ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

ଜୁନାଗଡ଼ ରୋଡ୍‌ରୁ ହାଓ୍ବଡା ଇସ୍ପାତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ଏମ୍‌ପି: ୨୨ରୁ ଗଡ଼ିବ ଟ୍ରେନ୍‌…

ଜୁନାଗଡ଼,୧୯।୨(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ)- ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗକୁ ସୁଦୃଢ଼ ​​କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ହାଓ୍ବଡା-ଟିଟଲାଗଡ଼-ହାଓଡ଼ା ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ୍…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ସୁଧୀରଙ୍କୁ ମନୋନୀତ କଲେ ନବୀନ

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri