ରାଜ୍ୟରେ ଲଗାଣ ବର୍ଷା: ଆଉ ୩୬ ଘଣ୍ଟା ବର୍ଷିବ, ସତର୍କ ରହିବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର, ୨୫।୨(ବ୍ୟୁରୋ): ଛତିଶଗଡ଼ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ସମଗ୍ର ରାଜ୍ୟରେ ମେଘୁଆ ପାଗ ସହିତ ଝିପି ଝିପି ବର୍ଷା ଲାଗିରହିଛି। କେତେକ ସ୍ଥାନରେ ତୁହାକୁ ତୁହା ବର୍ଷା ହେଉଥିବାରୁ ସାଧାରଣ ଜୀବନଯାତ୍ରା ପ୍ରଭାବିତ ହୋଇଛି। ଆସନ୍ତା ୩୬ ଘଣ୍ଟା ପର୍ଯ୍ୟନ୍ତ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ଦେବଗଡ଼, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ନୟାଗଡ଼ ଆଦି ଜିଲାର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲାଗୁଡିକରେ ଘଣ୍ଟାକୁ ୩୦ରୁ ୪୦ କିମି ବେଗରେ ଝଡ଼ ପବନ ବହିତ ବୋଲି ସତର୍କ କରାଯାଇଛି। ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୭ ତାରିଖ ଯାଏ ବର୍ଷା ଲାଗିରହିବ। ଉପକୂଳର୍ତ୍ତୀ ଜିଲାଗୁଡିକର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ଣ୍ଣିଂ ଜାରି କରାଯାଇଛି।
ମିଳିଥିବା ସୂଚନା ଅନୁଯାୟୀ, ଉକ୍ତ ଜିଲାଗୁଡିକରେ ପାହାନ୍ତାରୁ ଝିପିଝିପି ବର୍ଷା ସାଙ୍ଗକୁ କୋହୋଲା ପବନ ଆରମ୍ଭ ହୋଇଛି। ବର୍ଷା ଓ ପବନକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସତର୍କ ରହିବାକୁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। କ୍ଷୟକ୍ଷତି ସମ୍ପର୍କରେ ତୁରନ୍ତ ରାଜ୍ୟ ଆପତ୍ତକାଳିନ ସେଣ୍ଟରକୁ ଜଣାଇବା ପାଇଁ କୁହାଯାଇଛି। ବର୍ଷା ଯୋଗୁ ମଣ୍ଡିରେ ଧାନ ନଷ୍ଟ ହେବାର ସମ୍ଭାବନା ରହିଛି। ଏଥିସହିତ ଏହି ବର୍ଷା ଯୋଗୁ ପନିପରିବା ଓ ରବୀଜାତୀୟ ଫସଲ ପ୍ରଭାବିତ ହେବ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ଥୁଆମୂଳ ରାମପୁର ବ୍ଲକରେ ମାଟ୍ରିକ ପରୀକ୍ଷା ଆରମ୍ଭ: ଅନୁପସ୍ଥିତ ରହିଲେ୨୯ ପରୀକ୍ଷାର୍ଥୀ…

ଥୁଆମୂଳ ରାମପୁର, ୧୯ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ୬ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାରଠାରୁ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଶାନ୍ତିଶୃଙ୍ଖଳାର ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri