ରାଜ୍ୟରେ ୧୯ଟି ନଦୀ ପ୍ରଦୂଷିତ

ଭୁବନେଶ୍ୱର,୨୦-୧୧(ବ୍ୟୁରୋ):ରାଜ୍ୟରେ ପ୍ରବାହିତ ନଦୀଗୁଡିକ ମଧ୍ୟରୁ ୧୯ଟି ନଦୀରେ ସହରାଞ୍ଚଳର ନାଳନର୍ଦ୍ଦମା ପାଣି ମିଶିବା ଯୋଗୁ ଏହା ପ୍ରଦୂଷିତ ହୋଇଥିବା ସରକାରଙ୍କ ପକ୍ଷରୁ ଚିହ୍ନଟ କରାଯାଇଛି। ଭୁବନେଶ୍ୱରର ଗଙ୍ଗୁଆ ଓ ଦୟା ନଦୀ, ରାଉରକେଲାରୁ ବିରିତୋଲ ଯାଇଥିବା ବ୍ରାହ୍ମଣୀ ନଦୀ, ଗୁରାଡିହ ନଳା, ପୁରୀ ନିକଟ ମଙ୍ଗଳା, ନାଗାବଳୀ, କାଠଯୋଡ଼ି, ସେରୁଆ, ରତ୍ନଚିରା, ନନ୍ଦିରା ଜୋର, କୁଆଖାଇ, ମହାନଦୀ, ରୁଷିକୁଲ୍ୟା, ବାଙ୍ଗୁରୁ ନଳା, ଭେଡ଼େନ, କୁସୁମୀ, ଲୁଣା, ସାବୁଳିଆ ଏବଂ ବୁଢାବଳଙ୍ଗ ନଦୀ ବର୍ତ୍ତମାନ ପ୍ରଦୂଷିତ ଥିବା ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ସୂଚନା ଦେଇଛନ୍ତି। ବିଧାନସଭାରେ ଏକ ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ ଆରୁଖ କହିଛନ୍ତି ଯେ, ନଦୀ ତଟବର୍ତ୍ତୀ ସମସ୍ତ ସହରାଞ୍ଚଳରେ ସ୍ବେରେଜ ଟ୍ରିଟମେଣ୍ଟ ପ୍ଲାଣ୍ଟ ସ୍ଥାପନ କରାଯିବା ବାଧ୍ୟତାମୂଳକ ନୁହେଁ। ମାତ୍ର ନଦୀ ନିକଟବର୍ତ୍ତୀ ସହର ଯଥା ଭୁବନେଶ୍ୱର, କଟକ, ସମ୍ବଲପୁର, ତାଳଚେର ଏବଂ ରାଉରକେଲା ସହରରେ ସ୍ବେରେଜ ଟ୍ରିଟମେଣ୍ଟ ପ୍ଲାଣ୍ଟ ନିର୍ମାଣ କାର୍ଯ୍ୟ ଓଡବ୍ଲ୍ୟୁଏସ୍‌ଏସ୍‌ବି ମାଧ୍ୟମରେ କାର୍ଯ୍ୟକାରୀ କରାଯାଉଛି। ଭୁବନେଶ୍ୱର, ବାରିପଦା, ବ୍ରହ୍ମପୁର, ସମ୍ବଲପୁର, ପୁରୀ ଏବଂ ରାଉରକେଲା ଆଦି ୬ଟି ସହରରେ ସେପଟେଜ୍‌ ଟ୍ରିଟମେଣ୍ଟ ପ୍ଲାଣ୍ଟର ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ କରାଯାଇ କାର୍ଯ୍ୟକ୍ଷମ କରାଯାଇଛି। ଅନ୍ୟ ଦୁଇଟି ସହର ଯଥା, କଟକ ଓ ବାଲେଶ୍ୱରରେ ନିର୍ମାଣ କାର୍ଯ୍ୟ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଏହାସହ ୨୯ଟି ସହରରେ ସେପଟେଜ ଟ୍ରିଟମେଣ୍ଟ ପ୍ଲାଣ୍ଟ ନିର୍ମାଣ କରିବା ପାଇଁ ପଦକ୍ଷେପ ନିଆଯାଉଛି। ସହରାଞ୍ଚଳର କଠିନ ବର୍ଜ୍ୟବସ୍ତୁ ପରିଚାଳନା ନିମନ୍ତେ ଜାରି କରାଯାଇଥିବା ନିର୍ଦ୍ଦେଶାବଳୀର ଉଲ୍ଲଂଘନ କରିଥିବା ସହରର ପୌର କର୍ତ୍ତୃପକ୍ଷଙ୍କ ବିରୋଧରେ ମକଦ୍ଦମା ରୁଜୁ କରାଯାଇଛି। ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ସମ୍ବଲପୁର, ଜୁନାଗଡ, ପୁରୀ ଓ କଟକ ପୌର କର୍ତ୍ତୃପକ୍ଷଙ୍କ ବିରୋଧରେ ମକଦ୍ଦମା ରୁଜୁ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘Thanks To Everybody…’, ପ୍ରଧାନମନ୍ତ୍ରୀ ମୋଦିଙ୍କ ନୂତନ ଭିଡିଓ ବାର୍ତ୍ତା ଜାରି,କହିଲେ…VIDEO

ନୂଆଦିଲ୍ଲୀ,୨୪।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ନୂତନ ଭିଡିଓ ବାର୍ତ୍ତା ଶୁକ୍ରବାର ରାତିରେ ସାମ୍ନାକୁ ଆସିଛି। ଏହି ସମୟରେ…

ଇସ୍ତଫା ଦେବେ ନାହିଁ ଧର୍ମେନ୍ଦ୍ର ପ୍ରଧାନ! ସରକାରଙ୍କ କଡ଼ା ଆଭିମୁଖ୍ୟ, ଗୋଟିଏ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୪।୭: NEET ପେପର ଲିକ୍ ମାମଲାରେ ଦାୟିତ୍ୱ ନିର୍ଦ୍ଧାରଣ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଜାତୀୟ ରାଜଧାନୀ ଦିଲ୍ଲୀର ଜନ୍ତର-ମନ୍ତରରେ ଗତ ଏକ…

ରାଇକିଆରେ ବାହୁଡା଼ ଯାତ୍ରା ସମ୍ପନ୍ନ

ରାଇକିଆ,୨୪ା୭ (ପ୍ରଦୀପ ବେହେରା): ରାଇକିଆ ଠାରେ ଶୁକ୍ରବାର ବାହୁଡ଼ା ଯାତ୍ରା ସମ୍ପନ୍ନ ହୋଇଛି। ଅସ୍ଥାୟୀ ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପରେ ବିରାଜମାନ କରିଥିବା ଚତୁର୍ଦ୍ଧା ମୂର୍ତ୍ତିଙ୍କର ସାମ୍ନାରେ…

ଗଞ୍ଜାମରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା

ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ/ଅନାଥ ତରାଇ): ଗଞ୍ଜାମ ସହରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ପାଳିତ ହୋଇଛି। ସକାଳୁ ମନ୍ଦିର ପରିସରରେ ପୂଜାପାଠ ଓ ରୀତିନୀତି ପାଳନ ପରେ ମହାପ୍ରଭୁଙ୍କ…

ଚମକାଇଲା ECBର ନିଷ୍ପତ୍ତି: ଜୋ ରୁଟ୍ ପୁଣି ହେବେ ଇଂଲଣ୍ଡର ଷ୍ଟେଟ୍ କ୍ୟାପଟେନ୍

ଲଣ୍ଡନ,୨୪।୭: : ଇଂଲଣ୍ଡ କ୍ରିକେଟ୍ ଦଳକୁ ମିଳିବାକୁ ଯାଉଛି ଜଣେ ନୂତନ ଟେଷ୍ଟ କ୍ୟାପଟେନ୍। ବରିଷ୍ଠ ବ୍ୟାଟ୍ସମ୍ୟାନ୍ ଜୋ ରୁଟଙ୍କୁ ପୁଣି ଥରେ ଇଂଲଣ୍ଡ ଟେଷ୍ଟ ଦଳର…

୧୧ କେ.ଭି. ତାର ସଂସ୍ପର୍ଶରେ ଆସି ମହିଳାଙ୍କ ମୃତ୍ୟୁ ଘଟଣା: ଶକ୍ତି ସଚିବ, କଳାହାଣ୍ଡି ଜିଲାପାଳ ଓ ଏସପିଙ୍କୁ ନୋଟିସ ଜାରି କଲା ଜାତୀୟ ମାନବାଧିକାର କମିଶନ

ଥୁଆମୂଳ ରାମପୁର, ୨୪।୦୭ (ଦୁର୍ଗା କୀର୍ତ୍ତି): ବିଦ୍ୟୁତ୍ ବିଭାଗ ଓ ଟାଟା ପାୱାରର ଚରମ ଅବହେଳା ଯୋଗୁ ଝୁଲନ୍ତା ୧୧ କେ.ଭି. ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି…

CJP ପ୍ରଦର୍ଶନରେ ପାକିସ୍ତାନୀ ଷଡ଼ଯନ୍ତ୍ର! ଜନ୍ତର-ମନ୍ତର ପ୍ରଦର୍ଶନକୁ ନେଇ ବଡ଼ ଖୁଲାସା, ବ୍ଲକ ହେଲା ୪୮୦…

ନୂଆଦିଲ୍ଲୀ,୨୪।୭: ଦିଲ୍ଲୀର ଜନ୍ତର-ମନ୍ତରଠାରେ ‘କକ୍ରୋଚ ଜନତା ପାର୍ଟି’ (CJP) ର ବିରୋଧ ପ୍ରଦର୍ଶନ ମଧ୍ୟରେ ଦିଲ୍ଲୀ ପୋଲିସ ଏକ ବଡ଼ ଖୁଲାସା କରିଛି। ପୋଲିସ ଏକ ବଡ଼…

ସ୍ତ୍ରୀ, ଝିଅଙ୍କୁ ନେଇ ଶ୍ୱଶୁରଘର ଯାଇଥିଲେ: ଫେରୁଥିବା ବେଳେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ….

ଭଞ୍ଜନଗର, ୨୪/୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଯୋଗୀମାରି ରାସ୍ତାର ପାଣିଟାଙ୍କି ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri