ରାଜ୍ୟରେ ୨୩ ଶହ କି.ମି. କେନାଲ ରାସ୍ତା ନିର୍ମାଣ ହେବ: ଖର୍ଚ୍ଚ ହେବ ୯ଶହ କୋଟି

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ଆର୍‌ସିଆର୍‌ ପ୍ରୋଜେକ୍ଟ ଅଧୀନରେ ରାଜ୍ୟରେ ୨୩ଶହ କିମି କେନାଲ ରାସ୍ତା ନିର୍ମାଣ ହେବ। ଏଥିପାଇଁ ୯ଶହ କୋଟି ଟଙ୍କା ଖର୍ଚ୍ଚ ହେବ। କ୍ୟାବିନେଟ ଅନୁମୋଦନ ପରେ ଏହି ଯୋଜନା କାର୍ଯ୍ୟକାରୀ ହେବ। ଗୁରୁବାର ବିଧାନସଭା ପ୍ରଶ୍ନୋତ୍ତର ବେଳେ ଏହି ସୂଚନା ଦେଇଛନ୍ତି ଜଳ ସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସ। ବିଜେଡି ସଭ୍ୟ ବଦ୍ରି ନାରାୟଣ ପାତ୍ର ମୂଳପ୍ରଶ୍ନରେ କେନ୍ଦୁଝର ଜିଲାରେ କେତେ କିମି ନଦୀବନ୍ଧ ଓ କେନାଲ ରାସ୍ତା ରହିଛି, ସେଗୁଡ଼ିକର ନିର୍ମାଣ ଓ ମରାମତି ପାଇଁ କି ବ୍ୟବସ୍ଥା ରହିଛି। ଏହାର ଉତ୍ତରରେ ମନ୍ତ୍ରୀ କହିଥିଲେ କେନ୍ଦୁଝର ଜିଲାରେ ୬୯.୪୭ କିମି ନଦୀବନ୍ଧ ଏବଂ ପ୍ରାୟ ୨୨୫.୨୮ କିମି କେନାଲ ରାସ୍ତା ରହିଛି। ଏହି ରାସ୍ତାଗୁଡ଼ିକ ମଧ୍ୟରୁ ୩ଟି ନଦୀବନ୍ଧର ୪୩.୯୪କିମି ରାସ୍ତାର ଉନ୍ନତୀକରଣ କାର୍ଯ୍ୟ ନାବାର୍ଡ ସହାୟତାରେ କରାଯାଉଛି। ସେହିଭଳି ୨୨.୨୦ କିମିର ଦୁଇଟି ରାସ୍ତା ଜଳସେଚନ ରାସ୍ତା ନିର୍ମାଣ ଓ ଉନ୍ନତୀକରଣ ଯୋଜନାରେ କାର୍ଯ୍ୟକାରୀ କରାଯାଉଛି। ଗୋଟିଏ ରାସ୍ତାର କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଥିବା ବେଳେ ଅନ୍ୟ ୪ଟି ରାସ୍ତାକୁ ଚଳିତ ବର୍ଷ ସମ୍ପୂର୍ଣ୍ଣ କରିବାକୁ ଲକ୍ଷ୍ୟ ରଖାଯାଇଛି। ବିଜେଡି ସଭ୍ୟ ଜଗନ୍ନାଥ ନାୟକ, ଭାଗୀରଥି ସେଠୀ ନଦୀବନ୍ଧ ଓ କେନାଲ ରାସ୍ତା ନିର୍ମାଣ ବିଳମ୍ବ ହେଉଥିବା ନେଇ ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ମନ୍ତ୍ରୀ କହିଥିଲେ ଯେ, ରାସ୍ତା ନିର୍ମାଣ ନେଇ ଯେଉଁ ସମସ୍ୟା ରହିଛି ତାହା ଆଲୋଚନା କରି ସମାଧାନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ…

ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର: ହାରିଗଲେ ଶେଷ ଆଇନଗତ ଲଢ଼େଇ

ନୂଆଦିଲ୍ଲୀ,୬।୭: ପଳାତକ ଭାରତୀୟ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର ହୋଇଛି। ସେ ୟୁରୋପୀୟ କୋର୍ଟରେ ତାଙ୍କର ଶେଷ ଆଇନଗତ ଲଢ଼େଇ…

ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

ବାହାଘରକୁ ଭଙ୍ଗା ପୋଲ ଅଡ଼ୁଆ: ବହୁଛି ୭ ଫୁଟ ପାଣି

ଭେଡେନ,୬।୭(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ବର୍ଷା ଥମିବାର ନାଁ ନେଉ ନାହିଁ। ଅଧିକରୁ ଅଧିକ ବର୍ଷା ହେଉଥିବା ଯୋଗୁ ବିଭିନ୍ନ ନଦୀ, ନାଳର ଜଳସ୍ରୋତ ବୃଦ୍ଧି ପାଇଛି।…

ସମୁଦ୍ରଜଳରେ ଲୀନ ହୋଇଯିବ ତାମ୍ପରା ହ୍ରଦ: ଛତ୍ରପୁର ସହରକୁ ଘାରିବ ବିପଦ

ଛତ୍ରପୁର,୬।୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗର ଗଞ୍ଜାମ ଜିଲାର ବିଭିନ୍ନ କୂଳକୁ ଅତିକ୍ରମ କରିବା ଘଟଣା ଗଣମାଧ୍ୟମରେ ଚର୍ଚ୍ଚା ଜୋର୍‌ ଧରିଛି। ଆଉ ଅନ୍ୟପଟେ ଛତ୍ରପୁର ପୌରପରିଷଦର ଜୀବନରକ୍ଷା କରୁଥିବା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ସୁନାମ: ହଠାତ୍‌ ଘଟିଗଲା…

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡି ଗ୍ରାମର ଶ୍ରୀ ରଘୁନାଥ ମନ୍ଦିର ନିକଟସ୍ଥ ଏକ ପୋଖରୀରେ ବୁଡି ଜଣେ ବୃଦ୍ଧଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri