Posted inରାଜ୍ୟ

ରାଜ୍ୟରେ ୨୮% ଅଧିକ ବର୍ଷା

ଭୁବନେଶ୍ୱର,୧୭।୬(ବ୍ୟୁରୋ): ଗତ ୧୬ ଦିନ ମଧ୍ୟରେ ରାଜ୍ୟକୁ ଭଲ ବର୍ଷା ହୋଇଛି। ଏହି ସମୟରେ ସ୍ବାଭାବିକଠାରୁ ୨୮ ପ୍ରତିଶତ ଅଧିକ ହୋଇଛି। ପାଣିପାଗ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ରାଜ୍ୟରେ ଜୁନ ପହିଲାରୁ ୧୬ ତାରିଖ ମଧ୍ୟରେ ୮୬.୪ ପ୍ରତିଶତ ବର୍ଷା ହେବାକୁ ଥିବା ବେଳେ ହୋଇଛି ୧୧୦.୭ ପ୍ରତିଶତ। ରାଜ୍ୟର ୫ ଜିଲାରେ ଅତି ପ୍ରବଳ ବର୍ଷା ହୋଇଥିବା ବେଳେ ୧୨ ଜିଲାରେ ପ୍ରବଳ ବର୍ଷା ହୋଇଛି। ସେହିପରି ୯ଟି ଜିଲାରେ ସ୍ବାଭାବିକ ବର୍ଷା ହୋଇଥିବା ବେଳେ ୪ ଜିଲାରେ ସ୍ବଳ୍ପ ବୃଷ୍ଟି ହୋଇଛି। ମିଳିଥିବା ସୂଚନା ଅନୁଯାୟୀ ଝାରସୁଗୁଡାରେ ସ୍ବାଭାବିକ ଠାରୁ ୧୪୧ ପ୍ରତିଶତ ଅଧିକ ବର୍ଷା ହୋଇଥିବା ବେଳେ ଢେଙ୍କାନାଳ ୯୩, ଗଜପତି ୬୨,ଗଞ୍ଜାମ ୯୩ ଏବଂ କୋରାପୁଟରେ ସ୍ବାଭାବିକଠାରୁ ୭୧ ପ୍ରତିଶତ ଅଧିକ ବର୍ଷା ହୋଇଛି। ସେହିପରି ଅନୁଗୋଳ, ବାଲେଶ୍ୱର, ଭଦ୍ରକ, କଟକ, ଦେବଗଡ, ଜଗତସିଂହପୁର, କନ୍ଧମାଳ, ମାଲକାନଗିରି, ମୟୂରଭଞ୍ଜ, ସୁନ୍ଦରଗଡ, ନୟାଗଡ ଏବଂ ରାୟଗଡା ଜିଲାରେ ସ୍ବାଭାବିକ ଠାରୁ ଅଧିକ ହୋଇଛି। ବରଗଡ, ଯାଜପୁର, କେନ୍ଦ୍ରାପଡା, କଳାହାଣ୍ଡି, କେନ୍ଦୁଝର, ଖୋର୍ଦ୍ଧା, ପୁରୀ, ସମ୍ବଲପୁର ଏବଂ ସୁବର୍ଣ୍ଣପୁର ଜିଲାରେ ସ୍ବାଭାବିକ ବର୍ଷା ହୋଇଛି। ମାତ୍ର ୪ ଜିଲାରେ ସ୍ବାଭାବିକ ଠାରୁ କମ ବର୍ଷା ହୋଇଛି। ବଲାଙ୍ଗୀରେ ୪୧ ପ୍ରତିଶତ କମ ବର୍ଷା ହୋଇଥିବା ବେଳେ ବୌଦ୍ଧ ୩୧, ନବରଙ୍ଗପୁର ୨୨ ଏବଂ ନୂଆପଡା ଜିଲାରେ ୨୨ ପ୍ର୍‌ତିଶତ କମ ବର୍ଷା ହୋଇଛି।
ରାଜ୍ୟକୁ ଜୁନ ୧୧ ତାରିଖରେ ମୌସୁମୀ ଆସିଥିଲା। ଏହା ପରଠାରୁ ବର୍ଷା ପରିମାଣ ବଢି ଯାଇଛି। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ରାଜ୍ୟରେ ବର୍ଷା ବଢିଛି। ମୌସୁମୀ ଆସିବା ପୂର୍ବରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ ମୌସୁମୀ ବର୍ଷା ହେଉଥିବା ବେଳେ ପରେ ଏଥିରେ ବୃଦ୍ଧି ଘଟିଛି। ଉତ୍ତର ବଙ୍ଗୋପସାଗର ଏବଂ ପଶ୍ଚିମ ବଙ୍ଗ ଉପକୂଳରେ ଆଉ ଏକ ଲଘୂଚାପ ସୃଷ୍ଟି ହୋଇଥିବାରୁ ଆସନ୍ତା ୧୮ ତାରିଖରୁ ବର୍ଷା ପରିମାଣ ବୃଦ୍ଧି ପାଇବ ବୋଲି ଅରାଞ୍ଚଳିକ ପାଣିପାଗ ନିର୍ଦ୍ଦେଶକ ଏଚ.ଆର. ବିଶ୍ୱାସ କହିଛନ୍ତି। ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡିଶାରେ ମଧ୍ୟ ପ୍ରବଳ ବର୍ଷା ହେବ ବୋଲି ସୂଚନା ଦିଆଯାଇଛି।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ଦେବଗଡ ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହିତ ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ନୂଆପଡା, ବଲାଙ୍ଗୀର, ସୋନପୁର ଏବଂ କେନ୍ଦୁଝର ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଏଲୋଓ୍ବାର୍ଣ୍ଣି ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri