ରାଜ୍ୟରେ ୩ ନିଜ୍ଜାମୁଦ୍ଦୀନ ଫେରନ୍ତା କରୋନା ପଜିଟିଭ : ୧୦୪ ରେ କଲ୍ କରି ଚିହ୍ନଟ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ, ଚିକିତ୍ସା ଖର୍ଚ୍ଚ ତୁଲାଇବେ ସରକାର

ଭୁବନେଶ୍ବର, ୪।୪(ବ୍ୟୁରୋ) : ଦିଲ୍ଲୀ ନିଜ୍ଜାମୁଦ୍ଦୀନ ଧର୍ମସଭାରେ ଯୋଗ ଦେଇ ଓଡିଶାକୁ ଫେରିଥିବା ୨୮ ଜଣଙ୍କ ସହ ଯୋଗାଯୋଗ କରଯାଇଛି । ସମସ୍ତଙ୍କର ନମୂନା ପରୀକ୍ଷଣ ପାଇଁ ପଠାଯାଇଥିବା ବେଳେ ୨୫ଙ୍କ ନେଗଟିଭ୍ ଆସିଛି l ୩ ଜଣ କରୋନା ପଜିଟିଭ ଥିବା ସ୍ପଷ୍ଟ ହୋଇଛି l ସେମାନେ କଟକ, ଯାଜପୁର, ପୁରୀ ଅଞ୍ଚଳର। ଆହୁରି ଅଧିକ ଲୋକଙ୍କ ସଂକ୍ରମିତ ହେବାର ଆଶଙ୍କା ରହିଛି । ଏଣୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଉକ୍ତ ଧର୍ମସଭାକୁ ଯାଇଥିବା ତଥା ତାଙ୍କ ସଂସ୍ପର୍ଶରେ ଆସିଥିବା ପ୍ରତ୍ୟେକ ବ୍ୟକ୍ତି ଙ୍କୁ ୧୦୪ ନମ୍ବରରେ ଫୋନ କରି ତୁରନ୍ତ ଯୋଗାଯୋଗ କରିବାକୁ ଅନୁରୋଧ କରିଛନ୍ତି। ସେମାନେ ନିଜେ ନିଜେ ସ୍ଵେଚ୍ଛାକୃତ ଭାବେ ଚିହ୍ନଟ ହେବାକୁ କୁହାଯାଇଛିl ଆବଶ୍ୟକସ୍ଥଳେ ସରକାର ସେମାନଙ୍କର ସମସ୍ତ ଚିକିତ୍ସା ଖର୍ଚ୍ଚ ବହନ କରିବେ । ଯଦି ସେପରି କେହି ବ୍ୟକ୍ତି ଅଛନ୍ତି ତେବେ ସେ ୨୪ ଘଣ୍ଟା ମଧ୍ୟରେ ନିର୍ଭୟରେ ଆଗକୁ ଆସନ୍ତୁ । ଏପରିକି ଉକ୍ତ ବ୍ୟକ୍ତିଙ୍କ ପରିବାର ଲୋକ ଯଥା ମାଆ ଭଉଣୀ ମାନଙ୍କୁ ଲୋକଙ୍କୁ ବୁଝାଇ ଆଗକୁ ଆଣିବାକୁ କହିଛନ୍ତି ବୋଲି ଗୀତଗୋବିନ୍ଦ ସଦନରେ ଶନିବାର ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ସୂଚନା ଦେଇ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଆଫଗାନିସ୍ତାନକୁ ହରାଇଲା ଭାରତ, ୧୩ ବଲ୍‌ରେ…

ଧର୍ମଶାଳା,୧୩ା୬: ଧର୍ମଶାଳାରେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଇଥିବା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍‌ ସିରିଜରେ ଭାରତ ବିଜୟ ଲାଭ କରିଛି। ବର୍ଷା ପ୍ରଭାବିତ ପ୍ରଥମ ଦିନିକିଆରେ ଟିମ୍‌…

୨୪ ଘଣ୍ଟାରେ ହୋଇପାରେ ଆମେରିକା-ଇରାନ ଶାନ୍ତି ଚୁକ୍ତି: ଶେହବାଜ

ଇସ୍‌ଲାମାବାଦ,୧୩ା୬: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ବନ୍ଦ ପାଇଁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ଚୂଡ଼ାନ୍ତ ହୋଇପାରେ ବୋଲି ମୁଖ୍ୟ ମଧ୍ୟସ୍ଥ…

ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ ବର୍ଷ ପରେ ନୂଆ ଆଧାର ମନା, ମୁଖ୍ୟମନ୍ତ୍ରୀ କହିଲେ…

ଗୁଆହାଟୀ,୧୩ା୬(ପି.ଟି.): ବେଆଇନ ଆପ୍ରବାସୀମାନେ ଯେପରି ଆଧାର କାର୍ଡ ହାସଲ ନ କରନ୍ତି, ସେଥିପାଇଁ ଆସାମରେ ୧୮ ବର୍ଷ ବୟସରୁ ଊର୍ଦ୍ଧ୍ୱଙ୍କୁ ଆଉ ନୂଆ ଆଧାର କାର୍ଡ ଜାରି…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri