ରାଜ୍ୟରେ ୩୫୭୬ ପୁରୁଷ, ୫୮୭ ମହିଳା ଆକ୍ରାନ୍ତ

ଭୁବନେଶ୍ୱର, ୧୭।୬(ବ୍ୟୁରୋ): ରାଜ୍ୟରେ ଆଉ ୧୦୮ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪୧୬୩ରେ ପହଞ୍ଚତ୍ଥିବାବେଳେ ୫୮୭ଜଣ ମହିଳା ଓ ୩୫୭୬ଜଣ ପୁରୁଷ ରହିଛନ୍ତି। ସେପଟେ ଦିନକୁ ଦିନ ଛୋଟପିଲା ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଏବେ ୦ରୁ ୧୪ବର୍ଷ ବୟସ ମଧ୍ୟରେ ୧୨୪ଜଣ ଆକ୍ରାନ୍ତ ହୋଇଛନ୍ତି। ସେହିପରି ୧୫ରୁ ୪୦ବର୍ଷ ବୟସ ମଧ୍ୟରେ ୩୦୧୪ଜଣ, ୪୧ରୁ ୬୦ବର୍ଷ ମଧ୍ୟରେ ୯୧୮ଜଣ ଓ ୬୦ବର୍ଷରୁ ଊର୍ଦ୍ଧ୍ୱ ବୟସର ୧୦୭ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ସରକାରୀ ତଥ୍ୟରୁ ଜଣାପଡିଛି।
ଅନ୍ୟପକ୍ଷରେ ଚିହ୍ନଟ ପଜିଟିଭ୍‌ କେସ୍‌ ମଧ୍ୟରୁ କ୍ୱାରାଣ୍ଟାଇନ ସେଣ୍ଟରରୁ ୯୫ଜଣ ଓ ସ୍ଥାନୀୟ ଆକ୍ରାନ୍ତ ୧୩ଜଣ ରହିଛନ୍ତି। ମାଲକାନଗିରିରୁ ସର୍ବାଧିକ ୨୧ଜଣ ରହିଥିବାବେଳେ ପୁରୀରୁ ୧୫, ଜଗତ୍‌ସିଂହପୁର ଓ କେନ୍ଦ୍ରାପଡ଼ାରୁ ୯ଜଣ ଲେଖାଏ, ଗଞ୍ଜାମରୁ ୮, ଖୋର୍ଦ୍ଧାରୁ ୭, ଗଜପତିରୁ ୭, କେନ୍ଦୁଝରରୁ ୫, ବାଲେଶ୍ୱରରୁ ୪, ସୁନ୍ଦରଗଡ଼ରୁ ୨, ଅନୁଗୋଳ, କଟକ, କଳାହାଣ୍ଡି, ବରଗଡ଼ ଓ ବଲାଙ୍ଗୀରରୁ ଜଣେ ଲେଖାଏ ରହିଛନ୍ତି। ଏଥିସହିତ ପଶ୍ଚିମବଙ୍ଗରୁ ଫେରିଥିବା ଆଉ ୧୬ ଅଗ୍ନିଶମ କର୍ମଚାରୀଙ୍କ ରିପୋର୍ଟ ପଜିଟିଭ୍‌ ଆସିଛି। ଫଳରେ ୧୭୪ଜଣ ଓଡ୍ରାଫ, ଏନ୍‌ଡିଆର୍‌ଏଫ୍‌ ଓ ଅଗ୍ନିଶମ କର୍ମଚାରୀ କରୋନା ଭୂତାଣୁ ଦ୍ୱାରା ସଂକ୍ରମିତ ହୋଇସାରିଲେଣି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଏପଟେ ଶେଷ ୨୪ ଘଣ୍ଟା ମଧ୍ୟରେ ଯେତିକି ଆକ୍ରାନ୍ତ ହୋଇଛନ୍ତି, ତା’ଠାରୁ ଅଧିକ ସୁସ୍ଥ ହୋଇଛନ୍ତି। ସ୍ବାସ୍ଥ୍ୟ ବିଭାଗ ସୂଚନା ଅନୁସାରେ, ରାଜ୍ୟରେ ଆଉ ୧୨୦ ରୋଗୀ ସୁସ୍ଥ ହୋଇଛନ୍ତି। ଯାଜପୁରରୁ ସର୍ବାଧିକ ୧୯ ସୁସ୍ଥ ହୋଇଥିବାବେଳେ କଟକରୁ ୧୫, ମୟୂରଭଞ୍ଜ ଓ ଖୋର୍ଦ୍ଧାରୁ ୧୧ ଲେଖାଏ, ନୂଆପଡ଼ାରୁ ୯, ସୁନ୍ଦରଗଡ଼ରୁ ୭, କନ୍ଧମାଳରୁ ୬, ବଲାଙ୍ଗୀର, ନୟାଗଡ଼ରୁ ୫ ଲେଖାଏ ରହିଛନ୍ତି। ବାଲେଶ୍ୱର, ଢେଙ୍କାନାଳ, କେନ୍ଦ୍ରାପଡ଼ା, ଝାରସୁଗୁଡ଼ାରୁ ୪ ଲେଖାଏ ଥିବାବେଳେ କେନ୍ଦୁଝର, ଗଞ୍ଜାମ, ପୁରୀରୁ ୩ ଲେଖାଏ, ଅନୁଗୋଳ, କଳାହାଣ୍ଡି, କୋରାପୁଟରୁ ୨ଜଣ ଲେଖାଏ ଓ ମାଲକାନଗିରିରୁ ଜଣେ ସୁସ୍ଥ ହୋଇ ହସ୍ପିଟାଲରୁ ଡିସ୍‌ଚାର୍ଜ ହୋଇଛନ୍ତି। ଏମାନଙ୍କୁ ମିଶାଇ ରାଜ୍ୟରେ ଏବେ ସୁସ୍ଥ ରୋଗୀଙ୍କ ସଂଖ୍ୟା ୨୯୭୪କୁ ବୃଦ୍ଧି ପାଇଛି। ବର୍ତ୍ତମାନ ରାଜ୍ୟରେ ୧୧୭୫ଜଣ ସକ୍ରିୟ ରୋଗୀ ଥିବାବେଳେ କଟକରେ ସର୍ବାଧିକ ୧୬୨ଜଣ ରହିଛନ୍ତି। କରୋନାଜନିତ ମୃତ୍ୟୁ ୧୧ ରହିଥିବାବେଳେ ୩ଜଣ ଆକ୍ରାନ୍ତଙ୍କର ଅନ୍ୟ ରୋଗରେ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri