ରାଜ୍ୟସଭା ନିର୍ବାଚନ: ଆଜି ନାମାଙ୍କନ ଦାଖଲ କରିବେ ଅଶ୍ୱିନୀ, ଅମର, ସସ୍ମିତ

ଭୁବନେଶ୍ୱର: ୨୪।୬(ବ୍ୟୁରୋ): ରାଜ୍ୟସଭା ଉପନିର୍ବାଚନ ପାଇଁ ସୋମବାର ଓଡ଼ିଶାରୁ ୩ ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିବେ। ବିଜେଡ଼ି ପକ୍ଷରୁ ପୂର୍ବତନ ଏଜି ଅମର ପଟ୍ଟନାୟକ ଓ ମୁଖପାତ୍ର ସସ୍ମିତ ପାତ୍ର ନାମାଙ୍କନ ଦାଖଲ କରିବାକୁ ଥିବା ବେଳେ ଭାଜପା ପକ୍ଷରୁ ପୂର୍ବତନ ଆଇଏଏସ୍‌ ଅଫିସର ଅଶ୍ୱିନୀ ବୈଷ୍ଣବ ନାମାଙ୍କନ ଦାଖଲ କରିବେ। ଭାଜପା ପ୍ରାର୍ଥୀ ଅଶ୍ୱିନୀଙ୍କୁ ବିଜେଡି ସମର୍ଥନ କରିବ ବୋଲି ଘୋଷଣା କରିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ନେଇ ସ୍ପଷ୍ଟ କରିଛନ୍ତି।
ମଧ୍ୟାହ୍ନରେ ବିଜେଡି ରାଜ୍ୟସଭା ପ୍ରାର୍ଥୀମାନେ ବିଧାନସଭାର ସ୍ବତନ୍ତ୍ର ପ୍ରକୋଷ୍ଠରେ ରିଟର୍ଣ୍ଣିଂ ଅଫିସର ବିଷ୍ଣୁପ୍ରସାଦ ମିଶ୍ରଙ୍କ ନିକଟରେ ନାମାଙ୍କନପତ୍ର ଦାଖଲ କରିବେ। ଏହି ସମୟରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ରହିବେ ବୋଲି ଜଣାପଡ଼ିଛି। ମଙ୍ଗଳବାର ନାମାଙ୍କନପତ୍ର ଦାଖଲ କରିବାର ଶେଷ ତାରିଖ ରହିଥିବା ବେଳେ ୨୬ ତାରିଖ ନାମାଙ୍କନପତ୍ର ଯାଞ୍ଚ କରାଯିବ। ଜୁଲାଇ ୫ତାରିଖ ସକାଳ ୯ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ହେବ। ଅପରାହ୍ନ ୫ଟାରେ ଭୋଟ ଗଣତି ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

ଚାଷୀ ଆନ୍ଦୋଳନରେ ୪ଦିନର ସାମୟିକ ବିରତି

କୋକସରା,୨୧ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରାଠାରେ ଦୀର୍ଘ ୧୫ଦିନ ଧରି ଚାଲିଥିବା ଇନ୍ଦ୍ରାବତୀ ମେଗା ଉଠା ଜଳସେଚନ ଚାଷୀ ସଂଘର ଆନ୍ଦୋଳନ ଗୁରୁବାର ନୂଆମୋଡ଼ ନେଇଛି।…

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri