ରାଜ୍ୟସ୍ତରରେ ପୁରସ୍କୃତ ହେବ ଢେଙ୍କାନାଳ

ଢେଙ୍କାନାଳ ଅଫିସ, ୫।୩-ସମନ୍ବିତ ଶିଶୁ ବିକାଶ ଯୋଜନା (ଆଇସିଡିଏସ୍‌) ଏବଂ ମମତା ଯୋଜନା କାର୍ଯ୍ୟାନ୍ବୟନରେ ସଫଳତା ପାଇଁ ରାଜ୍ୟସ୍ତରରେ ପୁରସ୍କୃତ ହେବ ଢେଙ୍କାନାଳ ଜିଲା। ମାର୍ଚ୍ଚ ୮ ଅନ୍ତର୍ଜାତୀୟ ମହିଳା ଦିବସରେ ଭୁବନେଶ୍ୱର ଲୋକସେବା ଭବନର କନ୍‌ଭେନ୍‌ସନ ହଲ୍‌ରେ ଆୟୋଜିତ ସମାରୋହରେ ଏହି ପୁରସ୍କାର ପ୍ରଦାନ କରାଯିବ। ଏ ନେଇ ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ଏବଂ ମିଶନ ଶକ୍ତି ବିଭାଗ ପକ୍ଷରୁ ବୁଧବାର ପତ୍ର ସଂଖ୍ୟା ୪୧/୬୩ ମାଧ୍ୟମରେ ଜିଲାପାଳଙ୍କୁ ଅବଗତ କରାଯାଇଛି। ଜିଲା ପ୍ରଶାସନ ପକ୍ଷରୁ ସମାଜ କଲ୍ୟାଣ ଅଧିକାରୀ ଏହି ପୁରସ୍କାର ଗ୍ରହଣ କରିବେ ବୋଲି ଚିଠିରେ ଉଲ୍ଲେଖ କରାଯାଇଛି। ଏ ନେଇ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା କୁହନ୍ତି, ଦଳଗତ ଉଦ୍ୟମରୁ ଜିଲାକୁ ଏହି ସଫଳତା ମିଳିଛି। ଏହି ପୁରସ୍କାର ଆଗାମୀ ଦିନରେ କାର୍ଯ୍ୟ କରିବାକୁ ପ୍ରୋତ୍ସାହିତ କରିବ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘରରୁ ଫେରୁଥିବା ବେଳେ ବଡ଼ ଅଘଟଣ: ପୋଖରୀକୁ ଖସି ପଡିଲା କାର୍‌: ୫ ମୃତ

ଢେଙ୍କାନାଳ,୨୩।୭( ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଛାଟିଆ ନିକଟରେ ଏକ ଇନୋଭା କାର୍‌ ଗୁରୁବାର ଭୋର୍‌ ୪ଟା ସମୟରେ ଭାରସାମ୍ୟ ହରାଇ ରାସ୍ତା କଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri