ରାଜ୍ୟସ୍ତରୀୟ ଜୟପ୍ରକାଶ ନାରାୟଣ ଜୟନ୍ତୀ ଓ ଶହୀଦ ବାଜି ରାଉତଙ୍କ ଶ୍ରାଦ୍ଧ ଦିବସ: ଯୁବ ସମାଜ ପାଇଁ ସଂଗ୍ରାମୀଙ୍କ ଇତିହାସ ହିଁ ଆଦର୍ଶ

ଭୁବନେଶ୍ୱର, ୧୨।୧୦(ବ୍ୟୁରୋ): ଲୋକନାୟକ ଜୟପ୍ରକାଶ ନାରାୟଣ ଓ ଶହୀଦ ବାଜି ରାଉତଙ୍କ ସଂଗ୍ରାମୀ ଇତିହାସ ଛାତ୍ର ଓ ଯୁବସମାଜ ପାଇଁ ଆଦର୍ଶ। ଇଂରେଜ ସୈନିକଙ୍କ ଗୁଳିଗୋଳାକୁ ଭୟ ନ କରି ସ୍ବାଭିମାନ ପାଇଁ ପେଟପାଟଣାକୁ ଭୁଲିଯାଇ ପ୍ରଜାମଣ୍ଡଳର ସୈନିକ ଭାବେ ଢେଙ୍କାନାଳ ନୀଳକଣ୍ଠପୁରର ବାଜି ରାଉତ ଯେପରି ପରାକାଷ୍ଠା ଦେଖାଇ ଆତ୍ମବଳିଦାନ ଦେଇଥିଲେ ତାହା ଆଜିର ଛାତ୍ରୀଛାତ୍ର, ଯୁବପିଢି ଏବଂ ଅନ୍ୟବର୍ଗଙ୍କ ପାଇଁ ଶିକ୍ଷଣୀୟ। ଅନୁରୂପ ଭାବେ ସ୍ବାଧୀନତା ସଂଗ୍ରାମ ଓ ସ୍ବାଧୀନତା ପରେ ଭାରତବର୍ଷରେ ଗଣତନ୍ତ୍ରକୁ ସୁଦୃଢ଼ କରିବା ଦିଗରେ ଲୋକନାୟକ ଜୟପ୍ରକାଶ ନାରାୟଣଙ୍କର ଅବଦାନ ଅତୁଳନୀୟ। ତାଙ୍କ ପ୍ରଦର୍ଶିତ ସମ୍ପୂର୍ଣ୍ଣ କ୍ରାନ୍ତି ଅଭିଯାନ ଏବେ ଗଣତାନ୍ତ୍ରିକ ମୂଲ୍ୟବୋଧକୁ ସଫଳ ରୂପାୟନ କରିବାରେ ପଥ ପ୍ରଦର୍ଶକ ହୋଇପାରିଛି ବୋଲି ଜଳସମ୍ପଦ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ କହିଛନ୍ତି। ଶୁକ୍ରବାର ସୂଚନା ଭବନରେ ଆୟୋଜିତ ରାଜ୍ୟସ୍ତରୀୟ ଲୋକନାୟକ ଜୟପ୍ରକାଶ ନାରାୟଣଙ୍କ ୧୧୭ତମ ଜୟନ୍ତୀ ଓ ଶହୀଦ ବାଜିରାଉତଙ୍କ ଶ୍ରାଦ୍ଧ ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମନ୍ତ୍ରୀ ଦାସ ଏହା କହିଛନ୍ତି।
ଉତ୍ସବରେ ସମ୍ମାନିତ ଅତିଥି ଭାବେ ବିଧାୟକ ଅମର ପ୍ରସାଦ ଶତପଥୀ, ମୁଖ୍ୟବକ୍ତା ଭାବେ ବିଶିଷ୍ଟ ସାହିତି୍ୟକ ଡକ୍ଟର ସୌରୀବନ୍ଧୁ କର, ସମ୍ମାନିତ ବକ୍ତା ଭାବେ ବିଶିଷ୍ଟ ଲେଖକ ଡକ୍ଟର ଉଦ୍ଧବ ଚରଣ ନାୟକ ଯୋଗଦେଇଥିଲେ। ପ୍ରାକ୍‌ ସ୍ବାଧୀନତା ସମୟରେ ଗାନ୍ଧିଜୀଙ୍କ ସହିତ ଦେଶ ପାଇଁ କାର୍ଯ୍ୟ କରିଥିବା ଜୟପ୍ରକାଶ ନାରାୟଣ କଷଣ ଓ ଶୋଷଣମୁକ୍ତ ସମାଜର ପରିକଳ୍ପନା କରିବା ଓ ବାଜି ରାଉତଙ୍କ ସମ୍ପର୍କରେ ଅଧିକ ତଥ୍ୟ ପ୍ରକାଶ କରାଯିବା ନେଇ ଅତିଥିମାନେ ମତବ୍ୟକ୍ତ କରିଥିଲେ। ରାଜଧାନୀରେ ବାଜି ରାଉତଙ୍କ ପ୍ରତିମୂର୍ତ୍ତି ସ୍ଥାପନ ସହ କୌଣସି ଏକ ରାସ୍ତାକୁ ତାଙ୍କ
ନାମରେ ନାମିତ କରିବାକୁ ମତ ପ୍ରକାଶ ପାଇଥିଲା। ବିଦ୍ୟାଳୟ ଓ ମହାବିଦ୍ୟାଳୟସ୍ତରରେ ଆୟୋଜିତ ବକ୍ତୃତା ଓ ପ୍ରବନ୍ଧ ଆଦି ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର ସ୍ବାଗତ ଭାଷଣ ଦେଇଥିବା ବେଳେ ସୂଚନା ଅଧିକାରୀ ଦୀପ୍ତିମୟୀ ମହାପାତ୍ର କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ଜୟପ୍ରକାଶ ନାରାୟଣ ଅର୍ଥନୀତି ଓ ସାମାଜିକ ଅଧ୍ୟୟନ ପ୍ରତିଷ୍ଠାନର ସମ୍ପାଦକ ଡ. ରମାକାନ୍ତ ରାଉତ ଧନ୍ୟବାଦ ଦେଇଥିଲେ। ସକାଳେ ମାଷ୍ଟରକ୍ୟାଣ୍ଟିନ୍‌ ଛକସ୍ଥିତ ଜୟପ୍ରକାଶ ନାରାୟଣଙ୍କ ପ୍ରତିମୂର୍ତ୍ତିରେ ମନ୍ତ୍ରୀ ଦାସ ଓ କର୍ମକର୍ତ୍ତାମାନେ ମାଲ୍ୟାର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମସ୍ତିଷ୍କର ଭିନ୍ନ ଅଂଶରୁ ସୃଷ୍ଟି ହୁଏ ସ୍ବତଃସ୍ଫୂର୍ତ୍ତ, ଇଚ୍ଛାକୃତ ହସ

ନୂଆଦିଲ୍ଲୀ,୭।୭(ପି.ଟି.): ମଣିଷର ହସ ପଛରେ ଥିବା ରହସ୍ୟକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଆମର ସ୍ବତଃସ୍ଫୂର୍ତ୍ତ (ଆବେଗିକ) ଏବଂ ଇଚ୍ଛାକୃତ ହସ ପାଇଁ ମସ୍ତିଷ୍କର…

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ…

ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର: ହାରିଗଲେ ଶେଷ ଆଇନଗତ ଲଢ଼େଇ

ନୂଆଦିଲ୍ଲୀ,୬।୭: ପଳାତକ ଭାରତୀୟ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର ହୋଇଛି। ସେ ୟୁରୋପୀୟ କୋର୍ଟରେ ତାଙ୍କର ଶେଷ ଆଇନଗତ ଲଢ଼େଇ…

ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

ବାହାଘରକୁ ଭଙ୍ଗା ପୋଲ ଅଡ଼ୁଆ: ବହୁଛି ୭ ଫୁଟ ପାଣି

ଭେଡେନ,୬।୭(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ବର୍ଷା ଥମିବାର ନାଁ ନେଉ ନାହିଁ। ଅଧିକରୁ ଅଧିକ ବର୍ଷା ହେଉଥିବା ଯୋଗୁ ବିଭିନ୍ନ ନଦୀ, ନାଳର ଜଳସ୍ରୋତ ବୃଦ୍ଧି ପାଇଛି।…

ସମୁଦ୍ରଜଳରେ ଲୀନ ହୋଇଯିବ ତାମ୍ପରା ହ୍ରଦ: ଛତ୍ରପୁର ସହରକୁ ଘାରିବ ବିପଦ

ଛତ୍ରପୁର,୬।୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗର ଗଞ୍ଜାମ ଜିଲାର ବିଭିନ୍ନ କୂଳକୁ ଅତିକ୍ରମ କରିବା ଘଟଣା ଗଣମାଧ୍ୟମରେ ଚର୍ଚ୍ଚା ଜୋର୍‌ ଧରିଛି। ଆଉ ଅନ୍ୟପଟେ ଛତ୍ରପୁର ପୌରପରିଷଦର ଜୀବନରକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri