ରାଜ୍ୟସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ ଉଦ୍‌ଘାଟନୀ ମ୍ୟାଚରେ କଟକ ବିଡ଼ାନାସୀ ବିଜୟୀ

ଗଣିଆ,୨୧ା୧(ଡି.ଏନ.ଏ.): ଗଣିଆ ମହାବୀର ସାଂସ୍କୃତିକ ପରିଷଦ ଆନୁକୂଲ୍ୟରେ ଗଣିଆ ମିନି ଷ୍ଟାଡିୟମରେ ସୋମବାର ରାଜ୍ୟସ୍ତରୀୟ ଗଣିଆ କପ ଫୁଟବଲ ଟୁର୍ନାମେଣ୍ଟ ୨୦୨୦ ଉଦ୍‌ଘାଟିତ ହୋଇଯାଇଛି। ରାଜ୍ୟ କୃଷିମନ୍ତ୍ରୀ ଡ. ଅରୁଣ କୁମାର ସାହୁ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଥିଲେ। ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା, ଗଣିଆ ପଞ୍ଚାୟତ ସମିତି ଅଧ୍ୟକ୍ଷ ଶେଷଦେବ ସ୍ବାଇଁ, ଜିଲା ପରିଷଦ ସଭ୍ୟ ମହେଶ୍ୱର ମହାରଣା ସମ୍ମାନିତ ଅତିଥି ଭାବେ ଯୋଗଦାନ କରିଥିଲେ। ଉଦ୍‌ଘାଟନୀ ମ୍ୟାଚ ମା’ ଭୁଆଶୁଣୀ କ୍ଲବ, ବିଡ଼ାନାସୀ, କଟକ ଓ ଉକତ୍ଳ ସ୍ପୋର୍ଟିଂ କ୍ଲବ, ଜଟଣୀ ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ନିର୍ଦ୍ଧାରିତ ସମୟ ଶେଷ ସୁଦ୍ଧା ଉଭୟ ଦଳ ଗୋଟିଏ ଲେଖାଏ ଗୋଲ ସ୍କୋର କରିବାରୁ ଖେଳ ଅମୀମାଂସିତ ରହିଥିଲା। ପରେ ପେନାଲ୍‌ଟି ଶୁଟ୍‌ଆଉଟରେ ଜଟଣୀ ୫ ଗୋଲ କରିଥିବାବେଳେ କଟକ ଦଳ ୬ ଗୋଲ କରି ବିଜୟୀ ହୋଇଥିଲା। ୱାଲିପୁର ଗ୍ରାମର ନିତ୍ୟାନନ୍ଦ ରାଉତ ଶ୍ରେଷ୍ଠ ଦର୍ଶକ ବିବେଚିତ ହୋଇଥିଲେ। ରେଫରି ଭାବେ ରାଉରକେଲାର ପ୍ରଶାନ୍ତ କୁମାର ପାଲ, ଭୁବନେଶ୍ୱରର ଦୁର୍ଗା ଆଚାର୍ଯ୍ୟ, କଟକର ପ୍ରଦୀପ୍ତ କୁମାର ଦାଶ ଓ ବ୍ରହ୍ମପୁରର ସୁଜିତ କୁମାର ପାତ୍ର ଖେଳ ପରିଚାଳନା କରିଥିଲେ । ଆୟୋଜକ ମହାବୀର ସାଂସ୍କୃତିକ ପରିଷଦର ସଭାପତି ଦେବାନନ୍ଦ ମିଶ୍ର, ସମ୍ପାଦକ ବିଶ୍ୱରଞ୍ଜନ ସେଠୀଙ୍କ ସମେତ ସମସ୍ତ ସଭ୍ୟ ପରିଚାଳନାରେ ସହଯୋଗ କରିଥିଲେ। ମଙ୍ଗଳବାର ୟୁନାଇଟେଡ ଫୁଟବଲ କ୍ଲବ, ବଲାଙ୍ଗୀର ଓ ପତାକା କ୍ଲବ, ଅନୁଗୋଳ ମଧ୍ୟରେ ଖେଳ ଅନୁଷ୍ଠିତ ହେବ ବୋଲି କମିଟି ତରଫରୁ ସୂଚନା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri