ରାଜ୍ୟସ୍ତରୀୟ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା: ମୟୂରଭଞ୍ଜରୁ ୨୦ ଖେଳାଳି

ବାରିପଦା ଅଫିସ,୨୨ା୧୦- ରାଜ୍ୟସ୍ତରୀୟ ୧୪ ଓ ୧୭ ବର୍ଷରୁ କମ୍‌ ବାଳକ ଓ ବାଳିକା ବର୍ଗର ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା ୨୩ ରୁ ୨୬ ତାରିଖ ପର୍ଯ୍ୟନ୍ତ ସମ୍ବଲପୁର ଜିଲା ଅନ୍ତର୍ଗତ ଚନ୍ଦ୍ରଶେଖର ବେହେରା ଜିଲା ଉଚ୍ଚ ବିଦ୍ୟାଳୟଠାରେ ଅନୁଷ୍ଠିତ ହେବ। ଏହି ପ୍ରତିଯୋଗିତାରେ ଭାଗନେବା ପାଇଁ ମୟୂରଭଞ୍ଜ ଜିଲା ଶିକ୍ଷା ଅଧିକାରୀ ଧ୍ରୁବଚରଣ ବେହେରାଙ୍କ ମାର୍ଗଦର୍ଶନ ଓ ଜିଲା ଶାରୀରିକ ଶିକ୍ଷା ନିରୀକ୍ଷିକ ଭାଗୀରଥି ମଲିକଙ୍କ ନେତୃତ୍ୱରେ ଉଭୟ ବର୍ଗର ୨୦ଜଣ ଖେଳାଳି ସମ୍ବଲପୁର ଅଭିମୁଖେ ଯାତ୍ର ା କରିଛନ୍ତି। ଜେନେରାଲ ମ୍ୟାନେଜର ଭାବେ ଭାଗବତଚନ୍ଦ୍ରପୁର ସରକାରୀ ଉଚ୍ଚ ବିଦ୍ୟାଳୟର ପିଇଟି ଦୀପକ ରାମ ଏବଂ ବାଳକ ଟିମ୍‌ ମ୍ୟାନେଜର ଭାବେ ଆଦିତ୍ୟ କାନୁନ୍‌ଗୋ, ସରକାରୀ ଉଚ୍ଚ ବିଦ୍ୟାଳୟର ପିଇଟି ପ୍ରଦୀପ କୁମାର ଚୌଧୁରୀ ଏବଂ ବାଳିକା ଟିମ୍‌ ମ୍ୟାନେଜର ଭାବେ ଇଚିଣ୍ଡା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପିଇଟି ପ୍ରିୟଙ୍କା ଜୟସ୍ବାଲ ପ୍ରମୁଖ ମଧ୍ୟ ଖେଳାଳିମାନଙ୍କ ସହ ଗସ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାର ବିକ୍ରିରେ ଅନିୟମିତତା: ୬ ଡିଲରଙ୍କ ଲାଇସେନ୍ସ ରଦ୍ଦ

ବରଗଡ଼,୨୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍‌ ଚାଷକାର୍ଯ୍ୟ ଜୋରସୋର୍‌ରେ ଚାଲିଥିଲାବେଳେ ସାରର କୃତ୍ରିମ ସଙ୍କଟ ଏବଂ କଳାବଜାର ଚାଷୀମାନଙ୍କୁ ଚିନ୍ତାରେ ପକାଇ ଦେଇଛି। ଏଭଳି ଅଭିଯୋଗ ପାଇବା ପରେ…

Commonwealth Games: ଭାରତ ପାଇଁ ପ୍ରଥମ ପଦକ ଜିତିଲେ ଝଣ୍ଡୁ କୁମାର

ନୂଆଦିଲ୍ଲୀ,୨୫।୭: ୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ଦ୍ୱିତୀୟ ଦିନରେ, ପାରା ଭାରୋତ୍ତୋଳକ ଝଣ୍ଡୁ କୁମାର କାଂସ୍ୟ ପଦକ ଜିତି ଭାରତ ପାଇଁ ଏକ ପ୍ରମୁଖ ମାଇଲଖୁଣ୍ଟ ହାସଲ କରିଛନ୍ତି…

ରାଇକିଆରେ ବାହୁଡା଼ ଯାତ୍ରା ସମ୍ପନ୍ନ

ରାଇକିଆ,୨୪ା୭ (ପ୍ରଦୀପ ବେହେରା): ରାଇକିଆ ଠାରେ ଶୁକ୍ରବାର ବାହୁଡ଼ା ଯାତ୍ରା ସମ୍ପନ୍ନ ହୋଇଛି। ଅସ୍ଥାୟୀ ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପରେ ବିରାଜମାନ କରିଥିବା ଚତୁର୍ଦ୍ଧା ମୂର୍ତ୍ତିଙ୍କର ସାମ୍ନାରେ…

ଗଞ୍ଜାମରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା

ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ/ଅନାଥ ତରାଇ): ଗଞ୍ଜାମ ସହରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ପାଳିତ ହୋଇଛି। ସକାଳୁ ମନ୍ଦିର ପରିସରରେ ପୂଜାପାଠ ଓ ରୀତିନୀତି ପାଳନ ପରେ ମହାପ୍ରଭୁଙ୍କ…

ଚମକାଇଲା ECBର ନିଷ୍ପତ୍ତି: ଜୋ ରୁଟ୍ ପୁଣି ହେବେ ଇଂଲଣ୍ଡର ଷ୍ଟେଟ୍ କ୍ୟାପଟେନ୍

ଲଣ୍ଡନ,୨୪।୭: : ଇଂଲଣ୍ଡ କ୍ରିକେଟ୍ ଦଳକୁ ମିଳିବାକୁ ଯାଉଛି ଜଣେ ନୂତନ ଟେଷ୍ଟ କ୍ୟାପଟେନ୍। ବରିଷ୍ଠ ବ୍ୟାଟ୍ସମ୍ୟାନ୍ ଜୋ ରୁଟଙ୍କୁ ପୁଣି ଥରେ ଇଂଲଣ୍ଡ ଟେଷ୍ଟ ଦଳର…

୧୧ କେ.ଭି. ତାର ସଂସ୍ପର୍ଶରେ ଆସି ମହିଳାଙ୍କ ମୃତ୍ୟୁ ଘଟଣା: ଶକ୍ତି ସଚିବ, କଳାହାଣ୍ଡି ଜିଲାପାଳ ଓ ଏସପିଙ୍କୁ ନୋଟିସ ଜାରି କଲା ଜାତୀୟ ମାନବାଧିକାର କମିଶନ

ଥୁଆମୂଳ ରାମପୁର, ୨୪।୦୭ (ଦୁର୍ଗା କୀର୍ତ୍ତି): ବିଦ୍ୟୁତ୍ ବିଭାଗ ଓ ଟାଟା ପାୱାରର ଚରମ ଅବହେଳା ଯୋଗୁ ଝୁଲନ୍ତା ୧୧ କେ.ଭି. ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି…

ସ୍ତ୍ରୀ, ଝିଅଙ୍କୁ ନେଇ ଶ୍ୱଶୁରଘର ଯାଇଥିଲେ: ଫେରୁଥିବା ବେଳେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ….

ଭଞ୍ଜନଗର, ୨୪/୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଯୋଗୀମାରି ରାସ୍ତାର ପାଣିଟାଙ୍କି ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା…

ବାହୁଡ଼ା ଯାତ୍ରା ସମୟରେ ଅଘଟଣ: ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ, ମିଳିଛି ପରିଚୟ

ପୁରୀ,୨୪।୭: ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ପୁରୀ ଶ୍ରୀକ୍ଷେତ୍ରରେ ଏକ ଦୁଃଖଦ ଘଟଣା ଘଟିଛି। ଅଧିକ ଭିଡ଼ ଓ ଅଣନିଶ୍ବାସୀ ହୋଇ ଜଣେ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri