ରାଜ୍ୟସ୍ତରୀୟ ଲୋକ ମହୋତ୍ସବ ପ୍ରସ୍ତୁତି ବୈଠକ:‘ଅବହେଳାର ଶିକାର କଳାକାର’

ଅନୁଗୋଳ ଅଫିସ, ୨୦।୮

ରାଜ୍ୟସ୍ତରୀୟ ଲୋକ ମହୋତ୍ସବ ପାଇଁ ଅନୁଗୋଳ ଜିଲାର ବିଭିନ୍ନ ବ୍ଲକର କଳାକାରମାନଙ୍କ ଉପସ୍ଥିତିରେ ସୋମବାର କଣିହାଁ ବ୍ଲକ ଟାକୁଆ ଗ୍ରାମସ୍ଥିତ ଶିବ ମନ୍ଦିର ପରିସରରେ ଏକ ପ୍ରସ୍ତୁତି ବୈଠକ ବସିଥିଲା। ରାଜ୍ୟସ୍ତରୀୟ ସାଂସ୍କୃତିକ ଅନୁଷ୍ଠାନର ଅନୁଗୋଳ ଜିଲା ସଭାପତି ତଥା କଣିହଁା ବ୍ଲକ କଳାସଂସ୍କୃତି ସଂଘ ଉପସଭାପତି ଓ ଜିଲା ସଂସ୍କୃତି ପରିଷଦର ସଦସ୍ୟ ନବଘନ ସାମଲଙ୍କ ତତ୍ତ୍ବାବଧାନରେ ଅନୁଷ୍ଠିତ ଏହି ବୈଠକରେ ପୋକତୁଙ୍ଗା ଗ୍ରାମର ଗାୟକ ଚୂଡ଼ାମଣି ସୁରେଶ ଚନ୍ଦ୍ର ସାହୁ ସଭାପତିତ୍ୱ କରିଥିଲେ। ଏଥିରେ କଳାକାରମାନେ ଭୋଗୁଥିବା ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରାଯାଇଥିଲା। କଳାକାରଙ୍କୁ ସରକାର ଅବହେଳା କରିଚାଲିଥିବା ଏବଂ ସେମାନଙ୍କ ଉନ୍ନତି ଦିଗରେ ଆବଶ୍ୟକ ପଦକ୍ଷେପ ନିଆଯାଉ ନ ଥିବା ଅଭିଯୋଗ ହୋଇଥିଲା। କଳାକାରଙ୍କ ପାଇଁ କୌଣସି ଆନୁଷଙ୍ଗିକ ବ୍ୟବସ୍ଥା କରାଯାଉ ନ ଥିବାବେଳେ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିବା ୫୦ ହଜାର ଟଙ୍କା ସହାୟତା ରାଶି ପାଇଁ ଆଜି ପର୍ଯ୍ୟନ୍ତ କଳାକାର ଚୟନ ମଧ୍ୟ ହୋଇ ନ ଥିବା ବୈଠକରେ ଅଭିଯୋଗ କରାଯାଇଥିଲା। ଏଥିସହ ଜିଲାରେ ଏହି ମହୋତ୍ସବ ଆୟୋଜନ କରିବାକୁ ପ୍ରସ୍ତାବ ଆଗତ ହୋଇଥିଲା। ଏହି ଅବସରରେ ‘ରୁମୁକୁଝୁମାନା’ ସଙ୍ଗଠନର ବ୍ଲକ ଓ ଜିଲା ପଦାଧିକାରୀ ମନୋନୀତ ହୋଇଥିଲେ। ଅନୁଗୋଳ ବ୍ଲକ ପାଇଁ ସୁରେଶ ଚନ୍ଦ୍ର ସାହୁ (ପୋକତୁଙ୍ଗା), ଛେଣ୍ଡିପଦା ବ୍ଲକ ପାଇଁ ବିଦ୍ୟାଧର ନାଥ (ଭୁବନପୁର), ତାଳଚେର ପାଇଁ ସବିତା ସିଂ(ତାଳଚେର), ବଅଁରପାଳ ପାଇଁ ସମିତା ମହାନ୍ତି(ବୁଢ଼ାପଙ୍କ), କଣିହଁା ପାଇଁ ବିପିନି ବିହାରୀ ପଟ୍ଟନାୟକ(ପୋଡ଼ାଗଡ଼), ପାଲଲହଡ଼ା ପାଇଁ ଧ୍ରୁବଚରଣ ସାହୁ(ରୋହିଲା) ଓ ଜିଲା ମହିଳା କଳାକାର ସାମ୍ମୁଖ୍ୟ ପାଇଁ ଜିଲା ସଭାନେତ୍ରୀ ଶାନ୍ତିଲତା ଦାଶ, ସମ୍ପାଦିକା ସବିତା ସିଂ, ଉପସଭାପତି ଭାବେ ସମିତା ମହାନ୍ତିଙ୍କୁ ମନୋନୀତ କରାଯାଇଛି। ଅନ୍ୟ ୨ଟି ବ୍ଲକ ପଦାଧିକାରୀ ଚୟନ ପାଇଁ ପରବର୍ତ୍ତୀ ବୈଠକରେ ନିଷ୍ପତ୍ତି ନିଆଯିବ ବୋଲଇ ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ସମଲେଶ୍ୱରୀଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ: ସମ୍ପନ୍ନ ହେଲା ପାରମ୍ପରିକ ‘ଖଣ୍ଡାଧୁଆ’ ନୀତି

ବରଗଡ଼, ୧୮/୩ (ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ ପବିତ୍ର ଚୈତ୍ର ନବରାତ୍ର ବା ବାସନ୍ତୀକ ନବରାତ୍ର ପୂଜା ପାଇଁ ଶୁଭାରମ୍ଭ…

କୋଟଗଡ଼ରେ ବାଘ ଆତଙ୍କ: ଲଗାଗଲା ସ୍ବତନ୍ତ୍ର କ୍ୟାମେରା, ଗର୍ଜନରେ ଅଞ୍ଚଳବାସୀ ଭୟଭୀତ

ବାଲିଗୁଡା, ୧୮।୩ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକରେ ବାଘର ଗର୍ଜନକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଆତଙ୍କ ଖେଳିଯାଇଛି।…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

ବ୍ରାହ୍ମଣୀଗାଁରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର; ଯୋଗଦେଲେ ୨୫୦ଜଣ, ଚି଼ହ୍ନଟ ହେଲେ ୧୮୫

ଦାରିଙ୍ଗବାଡି,ବ୍ରାହ୍ମଣୀଗାଁ,୧୮।୩(ଅରୁଣ ସାହୁ/ମନୋରଞ୍ଜନ ରଣା ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର ୨୦୨୫/୨୬ଆର୍ଥିକ ବର୍ଷର ଦ୍ଵିତୀୟ ପର୍ଯ୍ୟାୟ ଭୀମଭୋଇ…

ଲିଭ୍‌ ଇନ୍‌ରେ ରହି ଯୁବତୀଙ୍କୁ କରି ଆସୁଥିଲେ ବଳାତ୍କାର, କୌଶଳ କ୍ରମେ ହୋଇଯାଇଥିଲେ ଫେରାର, ଅଭିଯୁକ୍ତଙ୍କୁ ବାନ୍ଧିି…

ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର): ବିବାହର ପ୍ରଲୋଭନ ଦେଖାଇ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପାଟପୁର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

ଫିଲ୍ମ ଷ୍ଟାଇଲରେ ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ, ମହୁଲି ମଦ ସହ ଦୁଇ….

ହାଟଡିହୀ,୧୮।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଫିଲ୍ମ ଷ୍ଟାଇଲରେ ଦୁଇ ଚୋରା ମହୁଲି ମଦ ବେପାରୀଙ୍କୁ ବୁଧବାର ରାତି ପ୍ରାୟ ୮ଟା ସମୟରେ ଧରିଛି ।…

ନିଶା ନିବାରଣ ପାଇଁ ବାହାରିଲେ ଛାତ୍ରୀଛାତ୍ର, ସ୍କୁଲରେ ହେଲା….

ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ): ନିଶା ମଣିଷକୁ ବିବେକ ଶୂନ୍ୟ କରି ଦିଏ । ନିଶାସକ୍ତ ବ୍ୟକ୍ତି ନିଜ ପରିବାର ସହିତ ସମାଜର ମଧ୍ୟ ଅନେକ କ୍ଷତି ପହଞ୍ଚାଇଥାଏ ।…

ଜମିପଟ୍ଟା ପ୍ରଦାନ ଦାବି, କୃଷକ ସଭା ପକ୍ଷରୁ ତହସିଲ ଅଫିସ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୧୮।୩(ସବିତାମିଶ୍ର): ଜମିହୀନଙ୍କୁ ଜମିପଟ୍ଟା ପ୍ରଦାନ ଦାବିରେ ଓଡିଶା କ୍ରୁଷକସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ପି ହରିକ୍ରୁଷ୍ଣରେଡୀଙ୍କ ନେତୃତ୍ବରେ ପୁରୁଷୋତ୍ତମପୁର ତହସିଲ କାର୍ଯ୍ଯାଳୟ ସମ୍ମୁଖରେ ପ୍ରତିବାଦ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri