ରାଜ୍ୟସ୍ତରୀୟ ହିନ୍ଦୁସ୍ଥାନୀ ଶାସ୍ତ୍ରୀୟ ସଙ୍ଗୀତ ସମାରୋହ ଉଦ୍‌ଯାପିତ

ଭୁବନେଶ୍ୱର,୨୪ା୨(ବ୍ୟୁରୋ): ହିନ୍ଦୁସ୍ଥାନୀ ସଙ୍ଗୀତ ସଭା ପକ୍ଷରୁ ସୂଚନା ଭବନଠାରେ ଦୁଇଦିନ ଧରି ଚାଲିଥିବା ରାଜ୍ୟସ୍ତରୀୟ ହିନ୍ଦୁସ୍ଥାନୀ ଶାସ୍ତ୍ରୀୟ ସଙ୍ଗୀତ ସମାରୋହ ରବିବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ସମାରୋହରେ ମୁଖ୍ୟଅତିଥି ଭାବେ ଅର୍ଥ ବିଭାଗ ସ୍ବତନ୍ତ୍ର ସଚିବ ପ୍ରଦୀପ କୁମାର ବିଶ୍ୱାଳ ଏବଂ ସମ୍ମାନିତ ଅତିଥିଭାବେ ଶାସ୍ତ୍ରୀୟ ସଙ୍ଗୀତଜ୍ଞ ଗୁରୁ ପଣ୍ଡିତ ଡ. ଦାମୋଦର ହୋତା, ପୂର୍ବତନ ପୋଲିସ ମହାନିର୍ଦ୍ଦେଶକ ବିପିନ ବିହାରୀ ମିଶ୍ର ଯୋଗଦେଇଥିଲେ। ଏହି ଅବସରରେ ଉପସ୍ଥିତ ଅତିଥିମାନେ ଓଡ଼ିଶାରେ ହିନ୍ଦୁସ୍ଥାନୀ ଶାସ୍ତ୍ରୀୟ ସଙ୍ଗୀତର ସ୍ଥିତିକୁ ଆହୁରି ମଜଭୁତ କରିବାକୁ କହିଥିଲେ। ଅନୁଷ୍ଠାନର ଉପସଭାପତି ଡ. ସର୍ବେଶ୍ୱର ଶତପଥୀ ସଭା ପରିଚାଳନା କରିଥିବାବେଳେ ସମ୍ପାଦକ ଡ. ରଘୁନାଥ ସାହୁ ଅତିଥି ପରିଚୟ ପ୍ରଦାନ କରିଥିଲେ। କୃଷ୍ଣଚନ୍ଦ୍ର ଦାଶ ଧନ୍ୟବାଦ ଅର୍ପଣ କରିଥିଲେ। ପ୍ରାରମ୍ଭିକ ସଭାପରେ ଅନୁଷ୍ଠିତ ସାଂସ୍କୃତିକ କାର୍ଯ୍ୟକ୍ରମରେ ପ୍ରଥମେ ଅନୁଷ୍ଠାନର କଳାକାରମାନଙ୍କ ଦ୍ୱାରା ବିହାଗ ରାଗରେ ହିନ୍ଦୁସ୍ଥାନୀ ପଦ୍ଧତିରେ ଧମାର ଗାୟନ ପରିବେଷଣ କରାଯାଇଥିଲା। ଏହାପରେ ଭଦ୍ରକ ଜିଲାର ଶଶୀକାନ୍ତ ସାହୁ ରାଗ ପଟଦୀପରେ ଖୟାଲ, ଜଗତ୍‌ସିଂହପୁରର ନର୍ମଦା ରାଉତରାୟ ରାଗ ଜୋଗ ଏବଂ ଡ. ରଘୁନାଥ ସାହୁ ରାଗ ବସନ୍ତ ପରିବେଷଣ କରିଥିଲେ। ସେହିଭଳି ଅନୁଗୋଳ ଜିଲାର ଗଣେଶ୍ୱର ରାଉତ ତାଳ ତ୍ରିତାଲରେ ଏକକ ତବଲା ବାଦନ କରିଥିବାବେଳେ ନୟାଗଡ଼ ଜିଲାର ଅମିତ କୁମାର ରଥ ରାଗ ମାରଓ୍ବାରେ ଖୟାଲ, କରୁଣାକର ନାୟକ ରାଗ ହିଣ୍ଡୋଳ ଏବଂ ପୁରୀର ସତ୍ୟବ୍ରତ ସୀତାରରେ ରାଗ ଚାରୁକେଶୀ ପରିବେଷଣ କରିଥିଲେ। ବୈଦୁର୍ଯ୍ୟନାଥ କର ମଞ୍ଚ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁନ୍ଦରୀ ସ୍ତ୍ରୀ, ୧ ବିଲିୟନ ଡଲାର

କାମ୍ପାଲା,୧୩ା୪: ଉଗାଣ୍ଡା ସେନାମୁଖ୍ୟ ଜେନେରାଲ ମୁହୁଜି କେଇନେରୁଗାବା ତୁର୍କୀ ନିକଟରେ ୨ଟି ବିଚିତ୍ର ଦାବି କରିଛନ୍ତି। ତାଙ୍କର ପ୍ରଥମ ଦାବି ହେଲା ସୋମାଲିଆର ଆତଙ୍କବାଦୀଙ୍କ ବିରୋଧରେ ଦୀର୍ଘବର୍ଷ…

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri