Posted inଫୁରସତ

ରାତାରାତି ବଢ଼ିଗଲା ଫ୍ରିଜ୍‌ରେ ଥିବା ଲାଉର ଆକାର, କାରଣ ଜାଣନ୍ତୁ

ବଜାରରୁ କିଣି ଆଣିଥିବା କିଛି ପନିପରିବା ଆକାର ଯଦି ରାତାରାତି ପରିବର୍ତ୍ତନ ହୋଇଯାଏ ତେବେ ଆଶ୍ଚର୍ଯ୍ୟ ନିଶ୍ଚୟ ଲାଗିବ। ଏହା ଭୂତ-ପ୍ରେତଙ୍କ କାମ ବୋଲି ମନରେ ଧାରଣା ଆସିବ। ଠିକ୍‌ ଏମିତି ଏକ ଘଟଣା ଘଟିଛି ପାଟଣାର ଜଣେ ବ୍ୟକ୍ତିଙ୍କ ଘରେ। ଯାହା ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉକ୍ତ ବ୍ୟକ୍ତିଙ୍କ ଘରେ ଫ୍ରିଜ୍‌ରେ ରଖା ଯାଇଥିବା ଲାଉର ଆକାର ରାତାରାତି ଏତେ ବଢ଼ିଯାଇଛି ଯାହା ଦେଖି ତାଙ୍କ ସ୍ତ୍ରୀ ଡରିଗଲେ। ଆଉ ଭୂତ ପ୍ରେତ କହି ହୋ-ହଲ୍ଲା କଲେ। ମହିଳାଜଣକ ତାଙ୍କ ସ୍ବାମୀଙ୍କ ଉପରେ ରାଗିପାଚି ଲାଲ ହୋଇଗଲେ। କେଉଁଠୁ ଏମିତି ଭୂତ ଲାଉ ଆଣିଛ ବୋଲି ପଚାରିଲେ। ଏହି ଲାଉରେ ଭୂତ ଅଛି। ଘରେ ଆଉ ମୁହୂର୍ତ୍ତେ ରହିବେ ନାହିଁ ବୋଲି ସ୍ବାମୀଙ୍କୁ ରୋକ୍‌ଠୋକ୍‌ ଶୁଣାଇ ଦେଲେ। ଲାଉର ଆକାର ଏତେ ବଢ଼ି ଯାଇଥିବା ଦେଖି ବ୍ୟକ୍ତି ଜଣକ ମଧ୍ୟ ଆଶ୍ଚର୍ଯ୍ୟ ହୋଇଗଲେ। ସ୍ବାମୀ-ସ୍ତ୍ରୀଙ୍କ ଝଗଡ଼ା ଶୁଣି ପଡ଼ୋଶୀମାନେ ଚାଲି ଆସିଲେ। ଏହା ଦେଖି ସେମାନେ ମଧ୍ୟ ଆଶ୍ଚର୍ଯ୍ୟ ହୋଇଗଲେ। ଏହି ଭିଡ଼ ଭିତରୁ ଜଣେ ବ୍ୟକ୍ତି କହିଲେ, ଆଜିକାଲି ବ୍ୟବସାୟୀମାନେ ପନିପରିବାର ଆକାର ବଢ଼ାଇବା ପାଇଁ ଇଞ୍ଜେକ୍‌ସନ ଦେଉଛନ୍ତି। ଏହି କାରଣରୁ ଲାଉର ଆକାର ବୃଦ୍ଧି ଘଟି ଥାଇପାରେ। ମହିଳା ଜଣକ କହିଲେ, ତାଙ୍କ ସ୍ବାମୀ ଆଣିଥିବା ୧ କିଲୋ ଲାଉରୁ ସେ ରାତିରେ ଅଧା ରୋଷେଇ କରିଥିଲେ। ସକାଳୁ ଫ୍ରିଜ୍‌ ଖୋଲି ଦେଖିବାରୁ ଏହାର ଆକାର ଦେଢ଼ କିଲୋରୁ ଅଧିକ ହୋଇଥିବା ଦେଖିବାକୁ ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିମାନ ଯାତ୍ରୀଙ୍କୁ ଝଟ୍‌କା! ୨୨% ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୨୮ା୫: ଇନ୍ଧନ ମୂଲ୍ୟ ଅତ୍ୟଧିକ ବୃଦ୍ଧି ଯୋଗୁ କ୍ଷତିରେ ଚାଲୁଥିବା ଏୟାର ଇଣ୍ଡିଆ ଏହାର ଘରୋଇ ବିମାନ ଉଡ଼ାଣ ଅସ୍ଥାୟୀ ଭାବେ ୨୨ ପ୍ରତିଶତ ହ୍ରାସ କରିଛି।…

ରାସ୍ତା ନ ଥିବାରୁ ୩ କିମି ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ ମହିଳା: ପ୍ରଶଂସା ସାଉଁଟିଲେ ଆମ୍ବୁଲାନ୍ସ କର୍ମଚାରୀ

କେସିଙ୍ଗା/ଖପ୍ରାଖୋଲ,୨୮/୫(ତୁମେଶ୍ୱର ସାହୁ/ଅଭୟ ତ୍ରିପାଠୀ): ଖପ୍ରାଖୋଲ ବ୍ଳକ ଅନ୍ତର୍ଗତ ଜାନିପଡା ପାହାଡ଼ ପାଖରେ ରହୁଥିବା ରୋହିତ ଧରୂଆଙ୍କ ସ୍ତ୍ରୀ ସୀମା ମାଝୀଙ୍କ ଗର୍ଭଯନ୍ତ୍ରଣା ହେଉଥିବାରୁ ତାଙ୍କୁ ଡାକ୍ତରଖାନା ଆଣିବା…

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri