ରାତି ଅନ୍ଧାରରେ ଗୁଣ୍ଡାଗିରି: ଶାସକ-ବିରୋଧୀ କଲେ ନିନ୍ଦା

ନୂଆଦିଲ୍ଲୀ,୬।୧: ଜେଏନ୍‌ୟୁରେ ରବିବାର ରାତି ଅନ୍ଧାରରେ ହୋଇଥିବା ଗୁଣ୍ଡାଗିରିକୁ ଶାସକ-ବିରୋଧୀ ନିନ୍ଦା କରିଛନ୍ତି। ଏହାକୁ ନେଇ ଆରୋପ ପ୍ରତ୍ୟାରୋପ ରାଜନୀତି ଆରମ୍ଭ ହୋଇଛି। କେନ୍ଦ୍ରୀୟ ମନ୍ତ୍ରୀ ଗିରିରାଜ ସିଂ ଏହା ବାମପନ୍ଥୀ ଛାତ୍ରଙ୍କ କାଣ୍ଡ ବୋଲି କହିଛନ୍ତି। ଏହା ଯୋଗୁ ବିଶ୍ୱବିଦ୍ୟାଳୟ ପରିସରରେ ଗୁଣ୍ଡାରାଜ ଜାରି ରହିଥିବା ସେ କହିଛନ୍ତି। ସେହିପରି ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ଏବଂ ପ୍ରକାଶ ଜାଭେଡ୍‌କର ଏହା ବିଶ୍ୱବିଦ୍ୟାଳୟର ସଂସ୍କୃତି ଏବଂ ପରମ୍ପରାକୁ ଭଙ୍ଗ କରିଥିବା କହିଛନ୍ତି। ଏହି ଘଟଣାକୁ କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ ନିନ୍ଦା କରିବା ସହିତ ଏଥି ପାଇଁ ଭାଜପାକୁ ଦାୟୀ କରିଛନ୍ତି। କଂଗ୍ରେସ ନେତା କପିଲ୍‌ ଶିବଲ୍‌ ଏହି ଘଟଣାର ନିନ୍ଦା କରି ଏହା ଏକ ଷଡ଼ଯନ୍ତ୍ର ବୋଲି କହିଛନ୍ତି। କିଭଳି ଦୁର୍ବୁତ୍ତ ବିଶ୍ୱବିଦ୍ୟାଳୟ ପରିସରରେ ପଶିଲେ, ଏବଂ ପୋଲିସ ବାହିନୀ କଣ କରୁଥିଲେ ବୋଲି ଶିବଲ୍‌ ସମାଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନରେ ବଡ଼ ଘୋଷଣା: କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ

ଭୁବନେଶ୍ୱର,୯ା୪(ଅନୁରାଧା ମହାରଣା): ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନ ଅବସରରେ ଭୁବନେଶ୍ୱରସ୍ଥିତ କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ, ଚଳିତ ଶିକ୍ଷାବର୍ଷରେ କିସ୍‌ ଛାତ୍ରୀଛାତ୍ରଙ୍କ ପାଇଁ ଛାତ୍ରବୃତ୍ତି,…

ନୀରୋଗ ସ୍ବାସ୍ଥ୍ୟ ପାଇଁ ହୋମିଓପାଥି

ହୋମିଓପାଥି ଚିକିତ୍ସାର ଜନକ ଭାବେ ବିବେଚିତ ଡା. ସାମୁଏଲ ହ୍ୟାନିମାନ ୧୭୯୬ ଏପ୍ରିଲ ୧୦ ରେ ଜନ୍ମଗ୍ରହଣ କରିଥିଲେ। ସେହି ବିଶିଷ୍ଟ ଡାକ୍ତରଙ୍କ ଜନ୍ମଦିନ ଅବସରରେ ପ୍ରତିବର୍ଷ…

ଗୋଟିଏ ସ୍ଥାନରେ ୩ବର୍ଷ ରହି ପାରିବେନି ପୋଲିସ ବାବୁ, ତଥ୍ୟ ମାଗିଲେ ସରକାର

ଭୁବନେଶ୍ବର,୧୦।୪: ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏକ ନୂଆ ବିଜ୍ଞପ୍ତି ଜାରି ହୋଇଛି। ଏଣିକି ଗୋଟିଏ ସ୍ଥାନରେ ୩ବର୍ଷ ରହି ପାରିବେ ନାହିଁ ପୋଲିସ । ସେହିପରି…

ମେଣ୍ଟ ଭାଙ୍ଗିଲେ ଓୱାଇସି, ବଡ଼ ଘୋଷଣା କରି କହିଲେ ପଶ୍ଚିମବଙ୍ଗ ନିର୍ବାଚନରେ ଏକାକୀ ଲଢିବ AIMIM

ନୂଆଦିଲ୍ଲୀ,୧୦।୪: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ, AIMIM ମୁଖ୍ୟ ଅସଦୁଦ୍ଦିନ ଓୱାଇସି ହୁମାୟୁନ କବୀରଙ୍କ ଦଳ ସହିତ ତାଙ୍କର ମେଣ୍ଟକୁ ଭାଙ୍ଗିବାକୁ ଘୋଷଣା କରିଛନ୍ତି। ସେ…

ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ପ୍ରତାରଣା, ସମ୍ପର୍କୀୟଙ୍କ ଘରେ ୩ ଦିନ ରଖି…

ନନ୍ଦାହାଣ୍ଡି,୧୦।୪ (ପ୍ରତୀପ କୁମାର ଦାଶ): ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ଯୁବତୀଙ୍କୁ ଛାଡି ଜଣେ ଯୁବକ ଫେରାର ହୋଇଯାଇଥିବା ନେଇ ନବରଙ୍ଗପୁର ଥାନାରେ…

୩୦୦ ଲୋକଙ୍କ ମୃତ୍ୟୁ ପରେ ଏବେ ହେବ ଆଲୋଚନା! ଲେବାନନ ଉପରେ ଆକ୍ରମଣ ମଧ୍ୟରେ ଇସ୍ରାଏଲର ୟୁ-ଟର୍ଣ୍ଣ

ନୂଆଦିଲ୍ଲୀ,୧୦।୪: ଲେବାନନ୍ ଉପରେ ଇସ୍ରାଏଲର ଆକ୍ରମଣର କିଛି ଦିନ ପରେ, ଦୁଇ ଦେଶ ମଧ୍ୟରେ ଆଲୋଚନା ପାଇଁ ପ୍ରସ୍ତୁତି ଚାଲିଛି। ଏହା ଉଲ୍ଲେଖନୀୟ ଯେ ଯୁଦ୍ଧବିରତି ଘୋଷଣା…

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri