ରାତି ହେଲେ ଏଟିଏମ୍‌ରେ ତାଲା

ଭଞ୍ଜନଗର,୧୬।୧୨(ଡି.ଏନ.ଏ)-ଭଞ୍ଜନଗର ସହରର କେତେକ ଏଟିଏମ୍‌ରେ ରାତି ୮ଟାରୁ ତାଲା ପକାଇ ଦିଆଯାଉଛି । ଏଟିଏମ୍‌ ସମ୍ମୁଖରୁ ସୁରକ୍ଷା ବ୍ୟବସ୍ଥା ମଧ୍ୟ ହଟାଇ ନିଆଯାଉଛି । କିଛି ଏଟିଏମ୍‌ ରାତିସାରା ଖୋଲା ରହୁଥିଲେ ମଧ୍ୟ ଲୋକଙ୍କ ଆବଶ୍ୟକ ଅନୁଯାୟୀ ଟଙ୍କା ରହୁନି। ଫଳରେ ରାତିରେ ମେଡ଼ିକାଲ କିମ୍ବା ଅନ୍ୟ କୌଣସି ଜରୁରୀ କାମରେ ଟଙ୍କା ଆବଶ୍ୟକତା ପଡ଼ିଲେ ଗ୍ରାହକ ବହୁତ ଅସୁବିଧା ଭୋଗୁଛନ୍ତି । ଏ ନେଇ ଧରିତ୍ରୀରେ ଗତ ଶୁକ୍ରବାର ‘କ୍ୟାଶ୍‌ଲେସ୍‌ କାରବାର ପ୍ରତି ଆଗ୍ରହ ନାହିଁ’ ଶୀର୍ଷକ ଏକ ଖବର ପ୍ରକାଶ ପାଇଥିଲା। ଏହାପରେ ଭଞ୍ଜନଗର କଲେଜ ରୋଡ଼ ବାଇପାସ୍‌ ଛକରେ ଥିବା ଏଟିଏମ୍‌ କାଉଟଣ୍ଟର ପୁରୁଣା ବୋର୍ଡ଼ ବଦଳାଗଲା। ହେଲେ ଅଚଳ ଅବସ୍ଥାରେ ଏକ ଏକ ମେଶିନ୍‌କୁ ସଚଳ କରାଗଲା ନାହିଁ କି ଏଟିଏମ୍‌ ସମ୍ମୁଖରେ ଜମି ରହୁଥିବା ମଇଳା ପାଣି ହଟାଇବା ପାଇଁ ପଦକ୍ଷେପ ନିଆଗଲା ନାହିଁ । ଯାହାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି । ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟିଦେଇ ମଇଳା ପାଣି କିଭଳି ଡ଼୍ରେନରେ ଯିବ ବ୍ୟବସ୍ଥା କରିବାକୁ ସାଧାରଣରେ ଦାବି ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

ଏଇ ଭାରତରେ

ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ଥରେ ଜଣେ ମହିଳା ଏକ ଅଳିଆଗଦା ନିକଟରେ…

ତଳ ଅଫିସର

ଆଜିର ଦିନରେ ସବୁଠି ଗହଳଚହଳ ଅଧିକ। ହାଟରେ ଯେମିତି ଘୋ ଘୋ, ନାହିଁ ନ ଥିବା ଭିଡ଼, ଠିକ୍‌ ସେମିତି ଭିଡ଼ ଦେଖାଯାଏ ସବୁଠି। ଟ୍ରେନ୍‌ରେ ଯାତ୍ରୀଙ୍କ…

ବିଶ୍ୱ ପାଇଁ ଚେତାବନୀ

ମଣିଷ ବିଜ୍ଞାନ-ସଭ୍ୟତାର ଶୀର୍ଷରେ ପହଞ୍ଚତ୍ଥିଲେ ମଧ୍ୟ ଯୁଦ୍ଧ ଓ ହିଂସାକୁ ଛାଡ଼ିପାରିନାହିଁ। ଏବେ ସମଗ୍ର ବିଶ୍ୱରେ ଯେମିତି ସଂଘର୍ଷ, ହିଂସା, ପ୍ରତିଶୋଧର ବାତାବରଣ ସୃଷ୍ଟି ହୋଇଛି ତାହା…

ଜୈନଧର୍ମରେ ମହିଳା

ଜୈନଧର୍ମରେ ୨୪ ସନ୍ନ୍ୟାସୀ (ତୀର୍ଥଙ୍କର)ଙ୍କ ପ୍ରଦର୍ଶିତ ପଥ ଜୈନଧର୍ମ ଅନୁସରଣ କରେ। ଜୈନଧର୍ମର ଶ୍ୱେତାମ୍ବର ବିଚାରରେ ପଶ୍ଚିମ ଭାରତରେ ପାର୍ଶ୍ୱନାଥ ଏବଂ ମହାବୀର ଯଥାକ୍ରମେ ୨୩ ଓ…

ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ: କାଶୀ ବିଶ୍ୱବିଦ୍ୟାଳୟରେ ଶୁଭିଲା ଓଡ଼ିଆଙ୍କ ସ୍ବର

ଭୁବନେଶ୍ୱର,୨।୪(ସୌମ୍ୟରଞ୍ଜନ ରାଉତ):ଓଡ଼ିଶା ଦିବସ ପାଳନ ଅବସରରେ ‘ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ’ ଶୀର୍ଷକ ୨ଦିନିଆ ଜାତୀୟ ସମ୍ମିଳନୀର ୨ୟ ସଂସ୍କରଣ କାଶୀ ହିନ୍ଦୁ ବିଶ୍ବବିଦ୍ୟାଳୟ ବାରାଣସୀରେ ଉଦ୍‌ଘାଟିତ…

ଓଜନ ହ୍ରାସ ଔଷଧ ବେଆଇନ ବିକ୍ରିକଲେ ଲାଇସେନ୍ସ ରଦ୍ଦ: କେନ୍ଦ୍ରର ଚେତାବନୀ

ନୂଆଦିଲ୍ଲୀ,୨ା୪:ଓଜନ ହ୍ରାସ ପାଇଁ ଉଦ୍ଦିଷ୍ଟ ଔଷଧଗୁଡ଼ିକ ଭାରତୀୟ ବଜାରରେ ସହଜରେ ଉପଲବ୍ଧ ହେଉଥିବାରୁ ଏହାର ଅପବ୍ୟବହାର ବଢ଼ିବାରେ ଲାଗିଛି। ଏଭଳି ଡ୍ରଗ୍ସ ବିକ୍ରେତାଙ୍କ ଲାଇସେନ୍ସ ରଦ୍ଦ କରାଯିବା…

୩ ବର୍ଷ ପରେ ଖୋଲିଲା ପୋଲ, ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

କୋରାପୁଟ,୨ା୪(ଅମିତାଭ ବେହେରା): ଦୀର୍ଘ ୩ ବର୍ଷ ୭ ମାସର ପ୍ରତୀକ୍ଷା ପରେ ବୁଧବାର ଏନ୍‌ଏଚ୍‌-୩୨୬ର ବଙ୍ଗଳାଗୁଡା ପୋଲରେ ଯାତାୟାତ ସୱାଭାବିକ ହୋଇଛି। କୋରାପୁଟ ଜିଲା ବଙ୍ଗଳାଗୁଡ଼ା ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri