Posted inଜାତୀୟ

ରାତିଅଧରେ ଦିଅରଙ୍କୁ ସ୍ନେହରେ ଡାକିଲେ ଭାଉଜ, ଏମିତି କାଣ୍ଡ କଲେ ଚିଲ୍ଲାଇ ଦୌଡିଲେ ଦିଅର…ଆଉ ତା’ପରେ

ଭୋପାଳ,୩୧।୮: ମଧ୍ୟ ପ୍ରଦେଶରେ ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି। ସିଦ୍ଧି ଜିଲାରେ ଜଣେ ଭାଉଜ ତାଙ୍କ ଦିଅରଙ୍କ ପ୍ରାଇଭେଟ୍‌ ପାର୍ଟ କାଟି ଦେଇଛନ୍ତି। ଆହତ ଦିଅରଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆହତ ଦିଅରଙ୍କ ଅଭିଯୋଗ ଉପରେ ପୋଲିସ ଅଭିଯୁକ୍ତ ଭାଉଜଙ୍କ ବିରୋଧରେ ମାମଲା ରୁଜୁ କରିଛି। ମାମଲାର ତଦନ୍ତ ଚାଲିଛି।
ଘଟଣା ପରେ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ପରିବାରରେ ଉତ୍ତେଜନା ଦେଖାଦେଇଛି। ଏହି ଘଟଣା ଶୁଣି ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ପୋଲିସ ଆହତ ଭାଉଜଙ୍କୁ ପଚରାଉଚରା କରିଛି। ଘଟଣାର କାରଣ ବୋଲି ସେ ଏକ ଜମି ବିବାଦକୁ ଦର୍ଶାଇଛନ୍ତି। ଏହି ସମ୍ବେଦନଶୀଳ ଘଟଣା ସିଦ୍ଧି ଜିଲାର ଏକ ଆଦିବାସୀ ଅଞ୍ଚଳ ଭାନାନଚାଲ କୁସମିରେ ଘଟିଛି।

ଏହି ଘଟଣା ସମ୍ପର୍କରେ ଗାଁର ଗ୍ରାମବାସୀଙ୍କ ମଧ୍ୟରେ ବିଭିନ୍ନ ପ୍ରକାରର ଆଲୋଚନା ଚାଲିଛି। ଅଭିଯୁକ୍ତ ମହିଳାଙ୍କ ବିରୋଧରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଦିଅର କହିଛନ୍ତି ଯେ, ତାଙ୍କ ଭାଉଜଙ୍କ ସହିତ ଜମି ବିବାଦ ଚାଲିଛି। ଭାଉଜ ତାଙ୍କୁ ରାତିରେ ଘରକୁ ଡାକିଥିଲେ। ତାଙ୍କ କୋଠରୀରେ ପହଞ୍ଚିବା ପରେ ଏକ ତୀକ୍ଷ୍ଣ ଅସ୍ତ୍ରରେ ପ୍ରାଇଭେଟ୍‌ ପାର୍ଟ କାଟି ଦେଇଥିଲେ। ଆକ୍ରମଣ ପରେ ସେ ଯନ୍ତ୍ରଣାରେ ଛଟପଟ ହେଉଥିଲେ। ତାଙ୍କ ପରିବାର ସଦସ୍ୟ ଏ ବିଷୟରେ ଜାଣିବାକୁ ପାଇଥିଲେ। ଆହତ ଅବସ୍ଥାରେ ତାଙ୍କୁ କୁସମି କମ୍ୟୁନିଟି ସ୍ବାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଥିଲା।
ଅତ୍ୟଧିକ ରକ୍ତସ୍ରାବ ହେତୁ ତାଙ୍କୁ ଗୁରୁତର ଅବସ୍ଥାରେ ଜିଲା ଡାକ୍ତରଖାନାକୁ ପଠାଯାଇଥିଲା। ଡାକ୍ତରଖାନାରେ ତାଙ୍କର ଚିକିତ୍ସା ଜାରି ରହିଛି। ସିଦ୍ଧି ଏଏସପି କହିଛନ୍ତି ଯେ, ଯୁବକଙ୍କ ଅଭିଯୋଗ ଉପରେ ତାଙ୍କ ଭାଉଜଙ୍କ ବିରୋଧରେ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri