ରାତ୍ରକାଳୀନ କର୍ଫ୍ୟୁରେ ହେବନି କୋହଳ: ରାଜ୍ୟରେ ସନ୍ଧ୍ୟା ୭ରୁ ସକାଳ ୭ ଯାଏ ବଳବତ୍ତର

ଭୁବନେଶ୍ୱର,୧ା୬(ବ୍ୟୁରୋ): ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ରାଜ୍ୟ ସରକାର ଏହାକୁ ରୋକିବା ପାଇଁ କଡ଼ା ପଦକ୍ଷେପ ଗ୍ରହଣ କରିଛନ୍ତି। କେନ୍ଦ୍ର ସରକାର ଜୁନ୍‌ ୧(ସୋମବାର)ଠାରୁ ରାତ୍ରକାଳୀନ କର୍ଫ୍ୟୁକୁ କୋହଳ କରି ରାତି ୯ଟାରୁ ସକାଳ ୫ଟା ଯାଏ ଧାର୍ଯ୍ୟ କରିଥିବା ବେଳେ ଓଡ଼ିଶାରେ ରାତ୍ରକାଳୀନ କର୍ଫ୍ୟୁରେ କୋହଳ ହେବନି ବୋଲି ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ପୂର୍ବଭଳି ସନ୍ଧ୍ୟା ୭ରୁ ସକାଳ ୭ ଯାଏ ଏହା ବଳବତ୍ତର ରହିବ ବୋଲି ଏ ସମ୍ପର୍କରେ ସୂଚନା ଦେଇଛନ୍ତି ଡିଜିପି ଅଭୟ।
ସୂଚନାଯୋଗ୍ୟ, ଏପର୍ଯ୍ୟନ୍ତ ରାଜ୍ୟକୁ ୪ ଲକ୍ଷ ୨୬ ହଜାର ପ୍ରବାସୀ ଆସିଛନ୍ତି। ଏହିମାନଙ୍କ ଦ୍ୱାରା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା କିଛିଦିନ ତଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୂଚନା ଦେଇଥିଲେ। ଏହାକୁ ଦୃଷ୍ଟିରେ ରଖି ରାତ୍ରକାଳୀନ କର୍ଫ୍ୟୁ କୋହଳ ନ କରିବା ପାଇଁ ସରକାରଙ୍କ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ବିନା କାରଣରେ ଜନସାଧାରଣ ବାହାରେ ବୁଲାବୁଲି ନ କରିବା ପାଇଁ ଡିଜିପି ପରାମର୍ଶ ଦେଇଛନ୍ତି। ସର୍ବସାଧାରଣ ସ୍ଥାନରେ ଛେପ ପକାଇଲେ ଜରିମାନା ଦେବା ସହ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ବୋଲି ଡିଜିପି ଅଭୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ପ୍ରସଙ୍ଗରେ ଜବାବ ରଖିଲେ ନବୀନ-ପାଣ୍ଡିଆନ୍‌: ରାଜନୈତିକ ଉଦ୍ଦେଶ୍ୟ…

ଭୁବନେଶ୍ୱର,୨୪।୭(ତ୍ରିନାଥ ମହାନ୍ତି):ତତ୍କାଳୀନ ୫ଟି ସଚିବ ଥିବା ଭିକେ ପାଣ୍ଡିଆନଙ୍କ ହେଲିକପ୍ଟରରେ ବୁଲିବା ଖର୍ଚ୍ଚ ମାମଲାରେ କୋର୍ଟରେ ଜବାବ ରଖିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ପାଣ୍ଡିଆନ।…

ପୂର୍ବତନ ଆଇଏଏସ୍‌ ଅଫିସର ଉପେନ୍ଦ୍ରଙ୍କୁ ହାଜିରା ନୋଟିସ

ଭୁବନେଶ୍ୱର,୨୪।୭ (ସୁନିତ୍‌ ମିଶ୍ର):: ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀ ହତ୍ୟାକାଣ୍ଡ ଏବଂ ସମ୍‌ ହସ୍ପିଟାଲ ଅଗ୍ନିକାଣ୍ଡ ସମ୍ପର୍କିତ ତଦନ୍ତ ରିପୋର୍ଟ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଚୋରି ଘଟଣାକୁ ନେଇ ଜଣକ…

ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଆଜି ବାହୁଡ଼ିବେ ଦାରୁବିଗ୍ରହ

ପୁରୀ,୨୪ା୭(ଅଜିତ୍‌ କୁମାର ମହାନ୍ତି): ଦାରୁବିଗ୍ରହମାନେ ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଶୁକ୍ରବାର ବାହୁଡ଼ା ଯାତ୍ରାରେ ଶ୍ରୀମନ୍ଦିରକୁ ବାହୁଡ଼ିବେ। ଏଥିପାଇଁ ଶ୍ରୀଗୁଣ୍ଡିଚା ମନ୍ଦିରର ନାକଚଣା ଦ୍ୱାର ସମ୍ମୁଖରେ ତିନିରଥ ପ୍ରସ୍ତୁତ…

ସପ୍ତାହେ ଯାଏ ଛେଚିବ: ଝଡ଼ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୪ା୭ (ବନ୍ଦନା ସେଠୀ):ସମୁଦ୍ର ପତ୍ତନରେ ଜାରି ରହିଥିବା ଟ୍ରଫ୍‌ ଲାଇନ୍‌ ପ୍ରଭାବରେ ରାଜ୍ୟରେ ଆହୁରି ସପ୍ତାହେ ପର୍ଯ୍ୟନ୍ତ ବର୍ଷା ଲାଗି ରହିବା ନେଇ ସମ୍ଭାବନା ରହିଛି। ସେହିପରି…

ଦିଲ୍ଲୀ ତାତି ବରଗଡ଼ରେ: ଗାନ୍ଧୀଛକରେ କଂଗ୍ରେସର ବିକ୍ଷୋଭ ସହ ମୋଦୀ-ଶାହ-ଧର୍ମେନ୍ଦ୍ରଙ୍କ କୁଶପୁତ୍ତଳିକା ଦାହ

ବରଗଡ଼, ୨୩ା୭(ପ୍ରେମାନନ୍ଦ ଖମାରୀ): ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଉପରେ ପୋଲିସର ଦମନଲୀଳା ଏବଂ ଶୀର୍ଷ ନେତୃବୃନ୍ଦଙ୍କ ଗିରଫଦାରୀ ପ୍ରତିବାଦରେ ଗୁରୁବାର ସନ୍ଧ୍ୟାରେ ବରଗଡ଼ ଜିଲା…

ବିଜେଡ଼ିରେ ଥାଇ ବିଜେଡ଼ି ମଙ୍ଗ ଧରିବାକୁ ପଛଘୁଞ୍ଚା: ଛତ୍ରପୁର ସାଙ୍ଗଠନିକ ବୈଠକକୁ ନେଇ ଚର୍ଚ୍ଚା ଜୋର

ଛତ୍ରପୁର, ୨୩ା୭(ଦିଲ୍ଲୀପ ସାମଲ / ଦ୍ଵାରକା ପଟ୍ଟନାୟକ): ବିଗତ ଦିନର ସର୍ବବୃହତ ଆଞ୍ଚଳିକ ରାଜନୈତିକ ଦଳ ଭାବେ ବେଶ୍ ପରିଚିତ ଥିବା ବିଜୁ ଜନତା ଦଳ (ବିଜେଡ଼ି)ରେ…

ଘରକୁ ଫେରିବା ବେଳେ ଫରେଷ୍ଟରଙ୍କ ସ୍କୁଟିକୁ ଧକ୍କା ଦେଲା ଟ୍ରକ, ଘଟଣାସ୍ଥଳରେ…

ଭବାନୀପାଟଣା,୨୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଚଞ୍ଚରାବାଡି ଛକ ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଟ୍ରକ ଧକ୍କାରେ…

ଗଞ୍ଜାମରେ ଅସାମାଜିକ ଯୁବକଙ୍କ ଆତଙ୍କ, ହସ୍ପିଟାଲରେ ପଶି ଭାଙ୍ଗିଦେଲେ…

ଗଞ୍ଜାମ,୨୩।୭(ବିଦ୍ୟାଧର ସାହୁ ): ଗୁରୁବାର ମଧ୍ୟାହ୍ନରେ ଗଞ୍ଜାମ ବଡବଜ଼ାର ଠାରେ ଥିବା ଆୟୁଷ୍ମାନ ଆରୋଗ୍ୟ ମନ୍ଦିରର ତଥା ସ୍ୱାସ୍ଥ୍ୟ କେନ୍ଦ୍ରରେ ଜଣେ ଅସାମାଜିକ ଯୁବକଙ୍କ ଗୁଣ୍ଡାରାଜ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri