ରାବଣ ବଧ ସହ ଶେଷ ହେଲା ରାମାୟଣ: ରବିବାରଠାରୁ ପ୍ରସାରିତ ହେବ ‘ଉତ୍ତର ରାମାୟଣ’

ନୂଆଦିଲ୍ଲୀ,୧୮।୪: ଦେଶରେ ଳକ୍‌ଡାଉନ୍‌ ଯୋଗୁ ଦୂରଦର୍ଶନରେ ରାମାୟଣ, ମହାଭାରତ ଓ ଶକ୍ତିମାନ ଭଳି ଅନେକ ପପୁଲାର ଶୋ’ ପ୍ରସାରିତ ହେଉଛି। ଲୋକମାନେ ଏହାକୁ ବେଶ୍‌ ପସନ୍ଦ ମଧ୍ୟ କରୁଛନ୍ତି। ତେବେ ଶନିବାର ଟେଲିକାଷ୍ଟ ହୋଇଥିବା ଏପିସୋଡ୍‌ରେ ଶ୍ରୀରାମ ରାବଣଙ୍କୁ ବଧ କରି ସୀତାଙ୍କ ଅଗ୍ନିପରୀକ୍ଷା କରାଇଥିବା ଦେଖିବାକୁ ମିଳିଥିଲା। ଏହାକୁ ଦେଖି ଦର୍ଶକ ଭାବୁଥିବେ ରାବଣ ବଧ ସହ ରାମାୟଣ ମଧ୍ୟ ଶେଷ ହୋଇଗଲା। ହେଲେ ଏଠାରେ କହି ରଖୁଛୁ ଯେ ରାମାୟଣ ଶେଷ ହୋଇନାହିଁ। ଅର୍ଥାତ୍‌ ରାମାୟଣ ଶୋ’ର ଲୋକପ୍ରିୟତାକୁ ଦେଖି ଏବେ ପୁଣି ଦୂରଦର୍ଶନ ଲବ ଓ କୁଶଙ୍କ ଜୀବନୀ ଉପରେ ଆଧାରିତ ହୋଇଥିବା ଶୋ’କୁ ପୁନଃ ପ୍ରସାରଣ କରିବ ବୋଲି ନିଷ୍ପତ୍ତି ନେଇଛି। ଏପ୍ରିଲ ୧୯ ରବିବାର ରାତି ୯ଟାରୁ ପୌରାଣିକ ଧାରାବାହିକ ‘ଉତ୍ତର ରାମାୟଣ’କୁ ପୁଣି ଥରେ ଦେଖିପାରିବେ ଦର୍ଶକ। ଏନେଇ ଶନିବାର ପ୍ରସାର ଭାରତୀର ସିଇଓ ଶଶି ଶେଖର ଟୁଇଟ କରି ସୂଚନା ଦେଇଛନ୍ତି। ସୂଚନା ମୁତାବକ ଲବ-କୁଶଙ୍କ ଜୀବନୀ ଉପରେ ଆଧାରିତ ହୋଇଥିବା ‘ଉତ୍ତର ରାମାୟଣ’ ୧୯୮୮ରେ ପ୍ରସାରିତ ହୋଇଥିଲା। ଏହାକୁ ମଧ୍ୟ ରାମାନନ୍ଦ ସାଗର ନିର୍ମାଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟାୟ ମାଗିବାକୁ ଥାନାକୁ ଯାଇଥିଲେ ନାବାଳିକା; ଥାନା ଅଧିକାରୀଙ୍କ ଧମକରେ ଅଚେତ ହୋଇଗଲେ, ତାପରେ…

ବାରିପଦା/ମୋରଡ଼ା,୧୮।୫ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ): ମା’ବାପାଙ୍କ ସହିତ ଅଭିଯୋଗ ପତ୍ର ନେଇ ଥାନାକୁ ଯାଇଥିବା ଜଣେ ନାବାଳିକା ଥାନା ଅଧିକାରୀଙ୍କ ଧମକପୂର୍ଣ୍ଣ ବ୍ୟବହାରରେ ଚେତାଶୂନ୍ୟ ହୋଇ…

ବାଂଲାଦେଶରେ ମିଳିମିଳାରେ ୪୫୦ ଶିଶୁଙ୍କ ମୃତ୍ୟୁ; ୟୁନୁସ ସରକାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ଢାକା,୧୮।୫: ମାର୍ଚ୍ଚ ମାସରୁ, ବାଂଲାଦେଶରେ ମିଳିମିଳା ରୋଗରେ ୪୫୦ ରୁ ଅଧିକ ପିଲାଙ୍କ ମୃତ୍ୟୁ ହୋଇଛି। ଏହାକୁ ଦୃଷ୍ଟିରେ ରଖି, ପୂର୍ବତନ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା…

ଯାନ୍ତ୍ରିକ ମାୟାଜାଲ

ଆଧୁନିକ ସଭ୍ୟତାର ଏକ କ୍ଷୁଦ୍ର ଯନ୍ତ୍ର ଆଜି ମାନବ ସମାଜର ଜୀବନଶୈଳୀକୁ ଏମିତି ବଦଳାଇ ଦେଇଛି ଯେ ସୂର୍ଯ୍ୟୋଦୟଠାରୁ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ଆମର ପ୍ରତିଟି ପଦକ୍ଷେପ ମୋବାଇଲ…

ପାହାଡ଼ ପାଦଦେଶରେ ବେଆଇନ ଗୃହ ନିର୍ମାଣ ଅଭିଯୋଗ: ତଦନ୍ତ ନିର୍ଦ୍ଦେଶ ଦେଲେ ତହସିଲଦାର

ଦାରିଙ୍ଗବାଡ଼ି,୧୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ହାତୀମୁଣ୍ଡା ପଞ୍ଚାୟତରେ ରହିଥିବା ଐତିହ୍ୟ ତୀର୍ଥକ୍ଷେତ୍ର ଋଷିମାଳରେ ସଂରକ୍ଷିତ ଜଙ୍ଗଲକୁ ସାଧାରଣ ଲୋକଙ୍କ ପକ୍ଷରୁ ଜବରଦଖଲ କରାଯାଉଥିବା ନେଇ…

ଶପଥ ନେଲେ କେରଳର ନୂଆ ମୁଖ୍ୟମନ୍ତ୍ରୀ

ଥିରୁଭାନନ୍ତପୁରମ,୧୮।୫: ସୋମବାର (୧୮ ମଇ, ୨୦୨୬) ତିରୁଭାନନ୍ତପୁରମର କେନ୍ଦ୍ରୀୟ ଷ୍ଟାଡିୟମରେ କଂଗ୍ରେସ ନେତା ଭି.ଡି. ସାଥୀସାନ୍‌ କେରଳର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି ଏବଂ ସେ…

୩୦ ମିନିଟ ପର୍ଯ୍ୟନ୍ତ ନେତାନ୍ୟାହୁଙ୍କ ସହ କଥା ହେଲେ ଟ୍ରମ୍ପ, ଯୁଦ୍ଧକୁ ନେଇ ହେଲା ନୂଆ ପ୍ଲାନ? ଜାଣନ୍ତୁ…

ଓ୍ବାଶିଂଟନ,୧୮।୫: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ସପ୍ତାହେ ଧରି ଚାଲିଥିବା ତୀବ୍ର ସଂଘର୍ଷ ପରେ ବର୍ତ୍ତମାନ ଏକ ଅସ୍ତ୍ରବିରତି କାର୍ଯ୍ୟକାରୀ ହେଉଛି। ତଥାପି, ଏହା ସତ୍ତ୍ୱେ,…

ସିଆଇଆଇର ଆଦର୍ଶ ମହିଳା ସମ୍ମାନରେ ସମ୍ମାନିତ ହେଲେ ଦାରିଙ୍ଗବାଡ଼ିର ସୁନାଝିଅ ଲକ୍ଷ୍ମୀପ୍ରିୟା

ଦାରିଙ୍ଗବାଡ଼ି,୧୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଅଞ୍ଚଳର ଝିଅ ଲକ୍ଷ୍ମୀପ୍ରିୟା ପରିଡ଼ାଙ୍କୁ ଦେଶ ସ୍ତରରେ ସିଆଇଆଇ ଆଦର୍ଶ ମହିଳା ସମ୍ମାନ ମିଳିବା ବ୍ରାହ୍ମଣୀଗାଁ ଅଞ୍ଚଳ…

ହଠାତ୍‌ ମାଡ଼ିଆସିଲା କାଳବୈଶାଖୀ, ବଜ୍ରପାତରେ ଚାଲିଗଲା ୨ ଜୀବନ

ଲକ୍ଷ୍ମୀପୁର,୧୮ା୫(ଅନନ୍ତ ପ୍ରସାଦ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକ ଅଞ୍ଚଳରେ ରବିବାର ଅପରାହ୍ନରେ ବଜ୍ରପାତ ଘଟି ୨ ଜଣଙ୍କ ଜୀବନ ଯାଇଛି। ଓଡ଼ିଆ ପେଣ୍ଟ ପଞ୍ଚାୟତର ତଳକାଇପଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri