ରାମଗିରି,୨୯ା୩(ଡି.ଏନ.ଏ.)- ପ୍ରଧାନମନ୍ତ୍ରୀ ଗତ ୨୨ ତାରିଖରେ ସାରା ଦେଶରେ ଜନତା କର୍ଫ୍ୟୁ ପାଇଁ ପ୍ରଥମେ କହିଥିଲେ। ସେ ଦିନ ରାମଗିରି ତଥା ଆଖପାଖ ଅଞ୍ଚଳ ସମ୍ପୂର୍ଣ୍ଣ ରୂପେ ଶୂନଶାନ୍ ହୋଇଯାଇଥିଲା। ଗ୍ରାମାଞ୍ଚଳର ଲୋକମାନେ ଭାବିଥିଲେ ଯେ ଆକାଶ ମାର୍ଗରୁ କରୋନା ଭୂତାଣୁ ବିନାଶ ପାଇଁ ଉଡ଼ାଜାହାଜ ଯୋଗେ ବିଷାକ୍ତ ବାଷ୍ପ ପ୍ରୟୋଗ କରାଯିବ। ଏହି ଭୟରେ ଲୋକମାନେ ପଦାକୁ ବାହାରି ନ ଥିଲେ। ଏବେ କରୋନା ମହାମାରିର ଭୟାବହତାକୁ ଦେଖି ପୁଣି ୨୧ଦିନ ସାରାଦେଶରେ ଲକ୍ଡ଼ାଉନ କଟକଣା ଜାରି କରାଯାଇଛି। କରେନାକୁ ନେଇ ବିଶ୍ୱବାସୀଙ୍କ ନିଦ ହଜିଯାଇଥିବାବେଳେ ରାମଗିରିରେ କିଛି ବ୍ୟକ୍ତି ଜୁଆଖେଳରେ ମାତି ରହୁଛନ୍ତି। କୌଣସି ସୂତ୍ରରୁ ଖବର ପାଇ ରାମଗିରି ଥାନାଧିକାରୀଙ୍କ ନେତୃତ୍ୱରେ ପୋଲିସ ଟିମ୍ ଚଢ଼ାଉ କରିବାବେଳେ ସମସ୍ତେ ଛତ୍ରଭଙ୍ଗ ଦେଇଥିଲେ। ସେହି ସ୍ଥାନରୁ ଗୋଟିଏ ବୁଲେଟ ଗାଡ଼ି ଜବତ କରି ଥାନା ମଧ୍ୟରେ ରଖାଯାଇଛି। ଦିନତମାମ ରାମଗିରି ପୋଲିସ ଅକ୍ଲାନ୍ତ ଉଦ୍ୟମ କରି ଲୋକଙ୍କୁ ସଚେତନ କରାଇବା ସହିତ ଡ଼ାକବାଜି ଯନ୍ତ୍ରଦ୍ୱାରା ପ୍ରଚାର କରାଯାଉଛି। ଅକାରଣରେ ବାହାରେ ବୁଲିଲେ ୧୦୦୦ ଟଙ୍କା ଜରିମାନା ସହିତ ୬ ମାସ ଜେଲ ଦଣ୍ଡ ଭୋଗିବାକୁ ପଡ଼ିବ। ତଥାପି ଲୋକେ ସୁଧୁରୁ ନାହାନ୍ତି। ସାମାଜିକ ଦୂରତା ରକ୍ଷା ବଦଳରେ ଛକରେ ଭିଡ଼ ଜମାଇ ରହୁଛନ୍ତି। କିଛି ଛକରେ ହୋଟେଲ ଖୋଲାଯାଉଥିବା ମଧ୍ୟ ଅଭିଯୋଗ ଆସୁଛି। ଅଞ୍ଚଳରେ କ୍ରିକେଟ ଖେଳ ସହିତ ଇଟାଭାଟି କାମ ମଧ୍ୟ ଚାଲିଛି। ବାହାରୁ ପୋଲିସ ନ ଆସିଲେ ଏଠିକାର ଲୋକେ ସୁଧୁରିବେ ନାହିଁ ବୋଲି ବୁଦ୍ଧିଜୀବୀମାନେ କହୁଛନ୍ତି। ଏ ସମ୍ପର୍କରେ ରାମଗିରି ଥାନାଧିକାରୀ ବିକାଶ ସେଠୀଙ୍କ ସହ ଯୋଗାଯୋଗ କରିବାରୁ ସେ କହିଲେ ବାହାରୁ ଅନ୍ୟ ଷ୍ଟାଫ ଆଣିବାର ସେମିତି ଜରୁରୀ ନାହିଁ। ଆବଶ୍ୟକ ହେଲେ ଆମେ ଆଇନଗତ କାର୍ଯ୍ୟାନୁଷ୍ଠାନ ନେବୁ।
Posted inଆମ ଜିଲା ଖବର, ଗଜପତି, ଗଞ୍ଜାମ View All
ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…
କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…
ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …
ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…
ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…
ଛତ୍ରପୁର,୮।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…
ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…
ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…
ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…
କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…
ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ
ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…
ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….
ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…
ପୁନର୍ଜୀବିତ ହେବ ଲୋପ ପାଉଥିବା ଲୋକକଳା: ତୁମୁଡିବନ୍ଧ ବ୍ଲକରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳିତ
ତୁମୁଡିବନ୍ଧ,୮।୪ (ଦୀପକ କୁମାର ପରାସେଠ): ଲୋପ ପାଉଥିବା ଲୋକକଳାକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ‘ଓଡ଼ିଆ ପକ୍ଷ-୨୦୨୬’ ଅନୁଯାୟୀ ‘ଲୋକକଳା…
Archives

