Posted inଜାତୀୟ

ରାମଦେବ ପୁଣି ହେଲେ ବିବାଦୀୟ: ତୃତୀୟ ସନ୍ତାନଙ୍କୁ ନ ମିଳୁ ଭୋଟ ଦେବା ଅଧିକାର

ହରିଦ୍ୱାର,୨୬।୫: ବିଭିନ୍ନ ସମୟରେ ମନ୍ତବ୍ୟ ଦେଇ ଚର୍ଚ୍ଚା ପରିସରକୁ ଆସୁଥିବା ବାବା ରାମଦେବ ପୁଣି ଥରେ ବିବାଦୀୟ ହୋଇପଡ଼ିଛନ୍ତି । ହରିଦ୍ୱାରରେ ଏକ ସଭାରେ ଯୋଗଦେଇ ରାମଦେବ କହିଛନ୍ତି ପରିବାରରେ ଜନ୍ମ ହେଉଥିବା ତୃତୀୟ ସନ୍ତାନକୁ ଭୋଟ ଦେବା ଅଧିକାରରୁ ବଞ୍ଚିତ କରିବା ଲାଗି ଆଇନ ପ୍ରଣୟନ ଉପରେ ସରକାର ଗୁରୁତ୍ୱଦେବା ଆବଶ୍ୟକ। ଏହା ସହିତ ନିର୍ବାଚନ ଲଢ଼ିବା ତଥା ସମସ୍ତ ସରକାରୀ ସୁବିଧା ସୁଯୋଗରୁ ତୃତୀୟ ସନ୍ତାନଙ୍କୁ ଦୂରେଇ ରଖିବା ଆବଶ୍ୟକ। ଏପରି ହେଲେ ଦେଶର ବଢୁଥିବା ଜନସଂଖ୍ୟାରେ ଅଙ୍କୁଶ ଲାଗିପାରିବ। ସମ୍ପ୍ରତି ଦେଶର ଜନସଂଖ୍ୟା ୧୫୦ କୋଟିରୁ ଅଧିକ ରହିଛି। ଆଗାମୀ ୫୦ ବର୍ଷ ମଧ୍ୟରେ ଭାରତର ସ୍ଥିତି ଖରାପ ହେବାର ଆଶଙ୍କା ରହିଛି। ତେଣୁ ଏଭଳି ଆଇନ ଅଣାଗଲେ ଲୋକଙ୍କ ମଧ୍ୟରେ ସଚେତନତା ବୃଦ୍ଧି ପାଇ ପାରନ୍ତା ବୋଲି ସେ କହିଛନ୍ତି। ଜାତି ଧର୍ମ ବର୍ଣ୍ଣ ନିର୍ବିଶେଷରେ ସମସ୍ତ ଜନସାଧାରଣ ଅଧିକ ସନ୍ତାନ ଜନ୍ମ ନ କରିବା ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି। ରାମଦେବଙ୍କ ଏଭଳି ମନ୍ତବ୍ୟ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ ବର୍ଷ ପରେ ନୂଆ ଆଧାର ମନା, ମୁଖ୍ୟମନ୍ତ୍ରୀ କହିଲେ…

ଗୁଆହାଟୀ,୧୩ା୬(ପି.ଟି.): ବେଆଇନ ଆପ୍ରବାସୀମାନେ ଯେପରି ଆଧାର କାର୍ଡ ହାସଲ ନ କରନ୍ତି, ସେଥିପାଇଁ ଆସାମରେ ୧୮ ବର୍ଷ ବୟସରୁ ଊର୍ଦ୍ଧ୍ୱଙ୍କୁ ଆଉ ନୂଆ ଆଧାର କାର୍ଡ ଜାରି…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri