Posted inଜାତୀୟ

ରାମଲଲା କାଠରେ ତିଆରି ବୁଲେଟ୍‌ ପ୍ରୁଫ୍‌ ଅସ୍ଥାୟୀ ମନ୍ଦିରରେ ରହିବେ

ନୂଆଦିଲ୍ଲୀ,୯।୨: ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ ଶେଷ ହେବା ପର୍ଯ୍ୟନ୍ତ ରାମଲଲାଙ୍କୁ କାଠରେ ତିଆରି ବୁଲେଟ୍‌ ପ୍ରୁଫ୍‌ ଅସ୍ଥାୟୀ ମନ୍ଦିରରେ ରଖାଯିବ। ପରେ ତାଙ୍କୁ ନୂଆ ମନ୍ଦିରକୁ ବିଜେ କରାଯିବ। ଅଯୋଧ୍ୟା ବିବାଦ ଯୋଗୁ ଦୀର୍ଘ ୨୭ ବର୍ଷ ରାମଲଲାଙ୍କୁ ଟେଣ୍ଟ୍‌ରେ ରଖାଯାଇ ପୂଜାର୍ଚ୍ଚନା କରାଯାଉଥିଲା। ନୂଆ ମନ୍ଦିର ନିର୍ମାଣ ପାଇଁ ପ୍ରାୟ ୨ ବର୍ଷ ସମୟ ଲାଗିବ ବୋଲି କୁହାଯାଉଛି। ବିଶ୍ୱ ହିନ୍ଦୁ ପରିଷଦ ଦ୍ୱାରା ୧୯୮୭ରେ ପ୍ରସ୍ତୁତ ହୋଇଥିବା ମଡେଲ ଅବା ନୂଆ ମଡେଲ ଭଳି ମନ୍ଦିର ନିର୍ମାଣ କରାଯିବ। ନୂଆ ମଡେଲରେ ମନ୍ଦିର ନିର୍ମାଣ କରାଗଲେ ଏହା ଶେଷ ହେବାକୁ ୨୫ ବର୍ଷ ସମୟ ଲାଗିବ ବୋଲି ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ କୁହାଯାଇଛି। ମଡେଲ ନେଇ ଚୂଡ଼ାନ୍ତ ନିଷ୍ପତ୍ତି ଟ୍ରଷ୍ଟ ନେବ। ବିଶ୍ୱ ହିନ୍ଦୁ ପରିଷଦର ମଡେଲ ଅନୁସାରେ ମନ୍ଦିରରେ ୧୦୬ ସ୍ତମ୍ଭ ରହିବ। ଇତିମଧ୍ୟରେ ୬୦ରୁ ୭୦ ପ୍ରତିଶତ ପଥର ସ୍ତମ୍ଭ ପ୍ରସ୍ତୁତ ହୋଇ ସାରିଛି। ବିଶ୍ୱ ହିନ୍ଦୁ ପରିଷଦର ମଡେଲ ଭବ୍ୟ ନୁହେଁ ବୋଲି କହି କେତେକ ଏହାର ବିରୋଧ କରୁଛନ୍ତି। ତେଣୁ କେଉଁ ମଡେଲ ଆଧାରରେ ମନ୍ଦିର ନିର୍ମାଣ କରାଯିବ ସେ ନେଇ ଚର୍ଚ୍ଚା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଶାଦ୍ରବ୍ୟ କବଳରେ ପଡ଼ି ଆଜିର ଯୁବସମାଜ ପଥଭ୍ରଷ୍ଟ, ଏଥିରୁ ମୁକୁଳିବା ପାଇଁ…

ଦିଗପହଣ୍ଡି,୨୯ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପକ୍ଷରୁ ପାଟପୁର ବିଶ୍ୱାସରାୟ ସାଇନ୍ସ କଲେଜ ପରିସରରେ ସାଇବର କ୍ରାଇମରୁ କିଭଳି ସୁରକ୍ଷିତ ରହିବା ଏବଂ ନିଶାମୁକ୍ତ…

ଡିଜିଟାଲ ଆରେଷ୍ଟ, ସାଇବର କ୍ରାଇମ୍‌ ନେଇ ସଚେତନ

ପୁରୁଷୋତ୍ତମପୁର,୨୯ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ସବ୍‌ଡିଭିଜିନ ପକ୍ଷରୁ ବରିଷ୍ଠ ନାଗରିକଙ୍କୁ ଡିଜିଟାଲ ଆରେଷ୍ଟ ଓ ସାଇବର ଅପରାଧ ସମ୍ପର୍କରେ ସଚେତନତା କାର୍ଯ୍ୟକ୍ରମ ଏସ୍‌ଡିପିଓ ସୁଜିତ…

ମାର୍ଶାଘାଇରେ ଚାଞ୍ଚଲ୍ୟ: ଘର ଆଗରେ ହାତଗୋଡ଼ ବନ୍ଧା ଅବସ୍ଥାରେ ଯୁବକଙ୍କ ମୃତଦେହ, ପୋଲିସ ଜବତ କରି…

ମାର୍ଶାଘାଇ,୨୯ା୮(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ବେରୁହାଁ ପଞ୍ଚାୟତର ହଳଦିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ଥାନୀୟ ଅଶୋକ ଦାସଙ୍କ ପୁଅ…

କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗାଡ଼ି

ବ୍ରହ୍ମପୁର,୨୯ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପକଣ୍ଠ ହଳଦିଆ ପଦର ବସ୍‌ ଟର୍ମିନାଲ୍‌ସ ନିକଟରେ ଥିବା ଏକ କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୋ’ରୁମ୍‌ ଭିତରେ…

ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…

ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍‌ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର…

୧ ସେପ୍ଟେମ୍ୱରରୁ ବଦଳିଯିବ LPG ଗ୍ୟାସ ସିଲିଣ୍ଡରର ୭ ବଡ଼ ନିୟମ! Indane, HP ଓ Bharat Gas ଗ୍ରାହକ ସାବଧାନ; କଟିଯିବ ଗ୍ୟାସ କନେକ୍ସନ…

ନୂଆଦିଲ୍ଲୀ,୨୯।୮: ମାସର ପ୍ରଥମ ଦିନ ରୋଷେଇ ଏବଂ ପକେଟ ବଜେଟ ପାଇଁ ବହୁତ ଖାସ ହୋଇଥାଏ। ୧ ସେପ୍ଟେମ୍ୱର ୨୦୨୬ ରୁ ଏଲପିଜି (LPG) ଏବଂ ପିଏନଜିି…

ଏମିତି ଫିଲ୍ମ କରିବାକୁ ଚାହୁଁଛନ୍ତି ତାପସୀ

ଅଭିନେତ୍ରୀ ତାପସୀ ପନ୍ନୁ ପ୍ରତିବର୍ଷ କମ ଫିଲ୍ମ କରନ୍ତି। କିନ୍ତୁ ତାଙ୍କ ଫିଲ୍ମକୁ ସବୁବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳେ। ବକ୍ସ ଅଫିସରେ ଫିଲ୍ମଗୁଡ଼ିକ ଭଲ ପ୍ରଦର୍ଶନ ନ…

ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ବଡ଼ ନିଷ୍ପତ୍ତି : ଏଣିକି ହେବ…

ଭୁବନେଶ୍ୱର,୨୯।୮: ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବଡ଼ ନିଷ୍ପତ୍ତି ନେଇଛି। ଏଣିକି ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ ପରୀକ୍ଷା। ଥରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri