ରାଶନ କାର୍ଡରୁ କଟିଲା ହିତାଧିକାରୀଙ୍କ ନାଁ: ବ୍ଲକ ସମ୍ମୁଖରେ ଭାଜପାର ବିକ୍ଷୋଭ

ଦିଗପହଣ୍ଡି,୬ା୧୧(ଡି.ଏନ.ଏ.)-ଦିଗପହଣ୍ଡି ବ୍ଲକ ଅଧୀନ ବିଭିନ୍ନ ଗ୍ରାମାଞ୍ଚଳରେ ରାଶନ କାର୍ଡରୁ ବହୁ ପରିବାର ସଦସ୍ୟଙ୍କ ନାଁ କଟିଯାଇଛି। ଏଥିପାଇଁ ସେମାନଙ୍କୁ ୨ ମାସ ହେଲା ଚାଉଳ ମିଳୁନାହିଁ। ଏହାର ପ୍ରତିବାଦରେ ମଙ୍ଗଳବାର ଭାଜପା ଦିଗପହଣ୍ଡି ମଣ୍ଡଳ କମିଟି ପକ୍ଷରୁ ସ୍ଥାନୀୟ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। କିନ୍ତୁ ପଦସ୍ଥ ଅଧିକାରୀଙ୍କ ମଧ୍ୟରୁ କେହି ଆଲୋଚନା ପାଇଁ ନ ଆସିବାରୁ ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରୁ ବାଦ ପଡ଼ିଥିବା ଗୌଡଗାଁ ପଞ୍ଚାୟତର ବହୁ ହିତାଧିକାରୀ ଓ ଦଳୀୟ କର୍ମୀମାନେ ବ୍ଲକ କାର୍ଯ୍ୟାଳୟକୁ ଧସେଇ ପଶିଥିଲେ। ଉପସ୍ଥିତ ବ୍ଲକ ଯୋଗାଣ ଅଧିକାରୀ ସୌଭାଗ୍ୟ କୁମାର ନାୟକଙ୍କୁ ଦୀର୍ଘ ସମୟ ଧରି ଘେରାଉ କରିଥିଲେ। ବ୍ଲକ ସହକାରୀ ଯନ୍ତ୍ରୀ ଇଂ.ଗଙ୍ଗାଧର ଲେଙ୍କା ଓ ଅନ୍ୟାନ୍ୟ କର୍ମଚାରୀ ସେଠାରେ ପହଞ୍ଚତ୍ ଦଳୀୟ ନେତୃବୃନ୍ଦ ପରେଶ ଚନ୍ଦ୍ର ରଥ, ମନୋଜ କୁମାର ପଣ୍ଡା, ଶ୍ରୀକାନ୍ତ ପାଢ଼ୀ ପ୍ରମୁଖଙ୍କୁ ବୁଝାଶୁଝା କରି ସମସ୍ୟାର ସମାଧାନ ପାଇଁ ପ୍ରତିଶ୍ରୁତି ଦେବାପରେ ପରିସ୍ଥିତି ଶାନ୍ତ ପଡିଥିଲା। ଏ ନେଇ ବିିଡିଓଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଥିଲା।
ଏ ସମ୍ପର୍କରେ ବ୍ଲକ ଯୋଗାଣ ଅଧିକାରୀଙ୍କୁ ପଚାରିବାରୁ ରାଶନକାର୍ଡ ସହ ଆଧାର କାର୍ଡ ସଂଯୋଗ କରାଯାଇ ନ ଥିବାରୁ କାର୍ଡରୁ ହିତାଧକାରୀଙ୍କ ନାଁ କଟିଯାଇଛି। କେବଳ ଗୌଡଗାଁ ପଞ୍ଚାୟତ ନୁହେଁ ବ୍ଲକର ପ୍ରାୟ ୬ ହଜାର ହିତାଧିକାରୀଙ୍କ ନାଁ କଟିିିଯାଇଛି। ବ୍ଲକ ଓ ଏନ୍‌ଏସି ଅଞ୍ଚଳର ୨୮୨୬୯ ପରିବାରକୁ ରାଶନ କାର୍ଡ ପ୍ରଦାନ କରାଯାଇଛି। ପରିବାରର ଜଣ ପିଛା ୫ କେଜି ଚାଉଳ ଦିଆଯାଉଛି। ସେହିପରି ୩୮୮୫ ହିତାଧିକାରୀଙ୍କୁ ଅନ୍ତୋଦୟ କାର୍ଡରେ ୩୫ କେଜି ଚାଉଳ ଦିିଆଯାଉଛି। ୱାନ କାର୍ଡ ୱାନ ନେଶନ ନୂତନ ନିୟମ ଅନୁଯାୟୀ ରାଶନ କାର୍ଡରେ ଆଧାର କାର୍ଡ ସଂଯୋଗକୁ ବାଧ୍ୟତାମୂଳକ କରାଯାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାକୁ ଅବହେଳା: ଖୋର୍ଦ୍ଧା-ନୟାଗଡ଼ ୪ ଲେନ୍‌ ପ୍ରସ୍ତାବ ଖାରଜ କଲେ ସରକାର

ଖୋର୍ଦ୍ଧା,୨୧ା୫: ଓଡ଼ିଶା ପ୍ରତି କେନ୍ଦ୍ର ସରକାରଙ୍କ ଅବହେଳା। ଖୋର୍ଦ୍ଧା-ନୟାଗଡ଼ ୪ ଲେନ୍‌ ଜାତୀୟ ରାଜପଥ ପ୍ରକଳ୍ପ ପ୍ରସ୍ତାବକୁ ଖାରଜ କରିଦେଇଛନ୍ତି କେନ୍ଦ୍ର ସରକାର। ରାସ୍ତାକୁ ୨ରୁ ୪-ଲେନ୍‌…

ସ୍ୱାସ୍ଥ୍ୟକର୍ମଚାରୀ ଅଭାବକୁ ନେଇ ତାତିଲେ ଗ୍ରାମବାସୀ, ଦୋକାନ ବନ୍ଦ କରି ରାସ୍ତାରେ ବସିଲେ

ଗଜପତି,୨୧।୫(ଗିରିଧାରୀ ପରିଛା): ଡାକ୍ତର, ଫାର୍ମାସିଷ୍ଟ ଓ ସ୍ୱାସ୍ଥ୍ୟକର୍ମଚାରୀ ଅଭାବ ହେତୁ ଗୋଶାଣି ବ୍ଲକ ଗାରାବନ୍ଧ ଗ୍ରାମରେ ରାଜରାସ୍ତାକୁ ଓହ୍ଲାଇଲେ ଲୋକେ । ଦୋକାନ ବନ୍ଦ କରିବା ସହିତ…

ଘରୋଇ ହଷ୍ଟେଲର ୩ ମହଲା ଛାତରୁ ପଡି ସ୍କୁଲ ଛାତ୍ର ଗୁରୁତର, କଟକ ମେଡିକାଲରେ ଭର୍ତ୍ତିି

ନୀଳଗିରି, ୨୧।୫(ପ୍ରଶାନ୍ତ କୁମାର ବିଶ୍ବାଳ): ଘରୋଇ ମେସର ୩ ମହଲା ଛାତରୁ ଖସି ଛାତ୍ର ଗୁରୁତର ହୋଇ କଟକ ମେଡିକାଲକୁ ସ୍ଥାନାନ୍ତର ହୋଇଛନ୍ତି। ଛାତତ୍ର ଜଣଙ୍କ ନୀଳଗିରି…

ବିଜ୍ଞାନରେ ଏତିକି ନମ୍ବର ରଖି ଦୁଇ ଜଣ ହେଲେ ବ୍ଲକ ଟପ୍ପର : ସଫଳତା ପାଇଁ ଅଧ୍ୟାପକ, ପରିବାରଙ୍କୁ ଦେଲେ ଶ୍ରେୟ

ଛତ୍ରପୁର,୨୧।୫(ଦିଲ୍ଲୀପ ସାମଲ): ପ୍ରକାଶ ପାଇଛି ଯୁକ୍ତ୨ ରେଜଲ୍ଟ । ଏହି ଅବସରରେ ବିଜ୍ଞାନ ବିଭାଗରେ ଦୁଇ ଛାତ୍ର ଛତ୍ରପୁର ବ୍ଲକ ଟପ୍ପର ହୋଇଛନ୍ତି । ଗୋବିନ୍ଦପୁର ସ୍ଥିତ…

ଯୁକ୍ତ ୨ ପରୀକ୍ଷାରେ ୯୯.୫% ନମ୍ବର ରଖି ସଫଳତା ପାଇଲେ କୁନ୍ତୀ, ଚାରିଆଡୁ ଆସୁଛି ଶୁଭେଚ୍ଛା

ବୀରମହାରାଜପୁର,୨୧।୫ (ଯୁଗଳ କିଶୋର ମିଶ୍ର ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଦ୍ବାଦଶ ଶ୍ରେଣୀ (ଯୁକ୍ତ୨) ପରୀକ୍ଷା ବୁଧବାର ପ୍ରକାଶ ପାଇଛି । ସୁବର୍ଣ୍ଣପୁର…

ଦୁର୍ଗାମାଧବ ରାଜ୍ୟରେ ଦ୍ୱିତୀୟ: ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ,୨୧।୫(ବିଦ୍ୟାଧର ସାହୁ): ଚଳିତବର୍ଷ ଯୁକ୍ତଦୁଇ ବିଜ୍ଞାନରେ ରାଜ୍ୟରେ ୨ୟ ସ୍ଥାନ ଅଧିକାର କରିଛନ୍ତି ଦୁର୍ଗାମାଧବ ବାରିକ l ଗଞ୍ଜାମ ସହର ଦୁର୍ଗାଦେବୀ ସାହି ବାସିନ୍ଦା ତଥା ଶିକ୍ଷକ…

ଗୋଡାଇ ଗୋଡାଇ ଅପରାଧୀଙ୍କୁ ଏନକାଉଣ୍ଟର କଲା ପୋଲିସ: ପୋଲିସ ଡିଜିଙ୍କ ଚରମବାଣୀ ପରେ…

ବ୍ରହ୍ମପୁର, ୨୧/୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗିରିରୋଡ ଆକ୍ରମଣ ଘଟଣାରେ ଅଭିଯୁକ୍ତ ମୁକେଶ ସାହୁକୁ ଏନକାଉଣ୍ଟର କରାଯାଇଛି। ଡିଜିଙ୍କ ଚରମବାଣୀ ପରେ ଅପରାଧୀଙ୍କୁ କାଉଣ୍ଟର ପାଇଁ ଏନକାଉଣ୍ଟର…

ସକାଳୁ ସକାଳୁ ପାଇଖାନାରୁ ମିଳିଲା ଛାତ୍ରଙ୍କ ହାତବନ୍ଧା ମୃତଦେହ: ହତ୍ୟା ସନ୍ଦେହ

ଭଦ୍ରକ, ୨୧।୫(ସନାତନ ରାଉତ):ଭଦ୍ରକ ଟାଉନ ଥାନା ଚରମ୍ପାର ଏକ ପାଇଖାନାରୁ ଜଣେ ଛାତ୍ରଙ୍କ ହାତବନ୍ଧା ମୃତଦେହ ଉଦ୍ଧାର l ପରିବାର ପକ୍ଷରୁ ହତ୍ୟା ସନ୍ଦେହ କରାଯାଉଛି l…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri