ରାଶନ କାର୍ଡରେ ମିଳିବ ମାଣ୍ଡିଆ

ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟ ସରକାର ନିଜସ୍ବ ଖାଦ୍ୟ ନିରାପତ୍ତା ଯୋଜନାରେ ଏଣିକି ରାଶନ କାର୍ଡଧାରୀଙ୍କୁ ମାଣ୍ଡିଆ ଯୋଗାଇ ଦେବେ। ପ୍ରତି କାର୍ଡ ପିଛା ୧ ଟଙ୍କାରେ ୧ କିଲୋ ମାଣ୍ଡିଆ ଯୋଗାଇ ଦିଆଯିବ। ଆସନ୍ତା ଜୁଲାଇରୁ ଗଜପତି, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ମାଲକାନଗିରି, ନୂଆପଡ଼ା ଓ ରାୟଗଡ଼ା ଆଦି ୭ ଜିଲାରେ ପରୀକ୍ଷାମୂଳକ ଭାବେ ରାଶନ କାର୍ଡରେ ମାଣ୍ଡିଆ ବଣ୍ଟନ କରାଯିବ। ମାଲକାନଗିରି ଜିଲାର ହିତାଧିକାରୀଙ୍କୁ କାର୍ଡ ପିଛା ୨ କିଲୋ ମାଣ୍ଡିଆ ଯୋଗାଇ ଦିଆଯିବ। ପ୍ରଥମ ପର୍ଯ୍ୟାୟରେ ପ୍ରାୟ ୧୭ ହଜାର ୫୦୦ କୁଇଣ୍ଟାଲ ମାଣ୍ଡିଆ ଯୋଗାଇ ଦିଆଯିବ। ସଚିବାଳୟରେ ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢୀଙ୍କ ଅଧ୍ୟକ୍ଷତାରେ ସୋମବାର ଅନୁଷ୍ଠିତ ମିଲେଟ ମିଶନ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ମାଣ୍ଡିଆ ଖାଦ୍ୟକୁ ପ୍ରୋତ୍ସାହନ ଦେବାକୁ ଏଭଳି ଉଦ୍ୟମ ଆରମ୍ଭ ହୋଇଛି। ଏଥିପାଇଁ ଆଗୁଆ ପଦକ୍ଷେପ ନେବାକୁ ମିଲେଟ ମିଶନ, ଟ୍ରାଇବାଲ ଡେଭେଲପମେଣ୍ଟ କୋଅପରେଟିଭ କର୍ପୋରେଶନ(ଟିଡିସିସି)ଏବଂ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ସରକାରୀ ଖୁଚୁରା ବିକ୍ରୟ କେନ୍ଦ୍ରରେ ମାଣ୍ଡିଆ ମିଳୁଥିବା ନେଇ ବ୍ୟାପକ ସଚେତନତା ଉପରେ ଗୁରୁତ୍ୱ ଦେବାକୁ ନିଷ୍ପତ୍ତି ହୋଇଛି। ଚାହିଦାକୁ ଦେଖି ଅଧିକରୁ ଅଧିକ ମାଣ୍ଡିଆ ଯୋଗାଇଦେବାକୁ ବୈଠକରେ ଗୁରୁତ୍ୱ ଦିଆଯାଇଛି। ବୈଠକରେ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ସଚିବ ସୌରଭ ଗର୍ଗ ମାଣ୍ଡିଆ କିଣା ଓ ଏହାର ବଣ୍ଟନ ସମ୍ବନ୍ଧୀୟ ସମସ୍ତ ତଥ୍ୟ ଉପସ୍ଥାପନ କରିଥିଲେ।
ଆସନ୍ତା ଖରିଫ ଋତୁରେ ଚାଷୀମାନଙ୍କଠାରୁ ମାଣ୍ଡିଆ କୁଇଣ୍ଟାଲ ପିଛା ୨୮୯୭ ଟଙ୍କାର ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍‌ଏସ୍‌ପି) ଦେଇ ୧ ଲକ୍ଷ କୁଇଣ୍ଟାଲ କ୍ରୟ କରିବାକୁ ବୈଠକରେ ନିଷ୍ପତ୍ତି ହୋଇଛି। ଏହାଦ୍ୱାରା ଚାଷୀମାନେ ମାଣ୍ଡିଆ ଅଭାବୀ ବିକ୍ରିର ସମ୍ମୁଖୀନ ହେବେ ନାହିଁ। ସେମାନଙ୍କୁ ଉତ୍ପାଦିତ ମୂଲ୍ୟ ମିଳିପାରିବ। ୨୦୧୮ ଖରିଫ ଋତୁରେ ୨୪,୪୯୯ ମାଣ୍ଡିଆ ଚାଷୀ ସେମାନଙ୍କର ନାମ ପଞ୍ଜୀକରଣ କରିଥିଲେ। ସେମାନଙ୍କ ମଧ୍ୟରୁ ୬୬୨୨ ଚାଷୀ ସେମାନଙ୍କର ବଳକା ମାଣ୍ଡିଆକୁ ଟିଡିସିସିକୁ ବିକ୍ରି କରିଥିଲେ। ଟିଡିସିସି ୮ ଜିଲାରୁ ୬୮ ସମବାୟ ସମିତି ଜରିଆରେ ୧୭ ହଜାର ୯୮୬ କୁଇଣ୍ଟାଲ ମାଣ୍ଡିଆ ସଂଗ୍ରହ କରିଥିଲା। ବୈଠକରେ କୃଷି ଉତ୍ପାଦନ କମିଶନର ଗଗନ କୁମାର ଧଳ, ଉନ୍ନୟନ କମିଶନର ଅସିତ୍‌ କୁମାର ତ୍ରିପାଠୀ, ସମବାୟ ସଚିବ କ୍ରିଷନ କୁମାର, ମିଲେଟ ମିଶନ, ଟିଡିସିସି, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଅଧିକାରୀମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଝଡ଼ବର୍ଷା ସମ୍ଭାବନା: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ

ଭୁବନେଶ୍ୱର, ୧୭ା୬(ବନ୍ଦନା ସେଠୀ):ଓଡ଼ିଶାରେ ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଛି। ମଙ୍ଗଳବାର ଆଉ କିଛି ଅଞ୍ଚଳକୁ ପ୍ରବେଶ କରିଛି। ମୌସୁମୀ ବାୟୁର ଉତ୍ତର ସୀମା ଏବେ…

୧୬୭୮ ତ୍ରୁଟିକୁ ମାନିଲେ ମନ୍ତ୍ରୀ, ଅଷ୍ଟମ ବହିରେ ସର୍ବାଧିକ ୭୦୫ ଭୁଲ୍‌ ଚିହ୍ନଟ

ଭୁବନେଶ୍ୱର,୧୭।୬(ସୁଚିସ୍ମିତା ସାହୁ): ରାଜ୍ୟରେ ଜାତୀୟ ଶିକ୍ଷାନୀତି (ଏନ୍‌ଇପି)-୨୦୨୦ ଲାଗୁ ହେବା ପରେ ସେହି ଅନୁସାରେ ନୂତନ ପାଠ୍ୟପୁସ୍ତକ ପ୍ରସ୍ତୁତ କରାଯାଇଛି। ହେଲେ ଏଥିରେ ଦେଖାଯାଇଥିବା ୧୬୭୮ ତ୍ରୁଟିକୁ…

ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,

କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ…

ବଢିପାରେ ସ୍କୁଲ ଛୁଟି ଅବଧି! ରାଜ୍ୟ ସରକାର ନେବେ ବଡ଼ ନିଷ୍ପତ୍ତି…

ଭୁବନେଶ୍ୱର,୧୬।୬: ମୌସୁମୀରେ ପ୍ରତିବନ୍ଧକ ସାଜୁଛି କି ଏଲ ନି ନୋ?  କେବଳ ରାଜ୍ୟ ନୁହେଁ ସାରା ଦେଶରେ ଏଭଳି ସ୍ଥିତି ।ଏବେ ବି ଦିନରେ ଖରା ଗରମ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri