ରାଶନ ପାଇଁ ଆଧାର ବାଧ୍ୟତାମୂଳକ: ସବୁ ପିଡିଏସ୍‌ରୁ ନେଇପାରିବେ ଖାଦ୍ୟ ସାମଗ୍ରୀ

ଭୁବନେଶ୍ୱର,୨୦।୮(ବ୍ୟୁରୋ): ରଜାତୀୟ ଖାଦ୍ୟ ନିରାପତ୍ତା ଯୋଜନା ଏବଂ ରାଜ୍ୟ ଖାଦ୍ୟ ନିରାପତ୍ତା ସ୍କିମ୍‌ ହିତାଧିକାରୀମାନେ ଏଣିକି ରାଜ୍ୟର ଯେକୌଣସି ସାଧାରଣ ଖାଉଟି ବଣ୍ଟନ କେନ୍ଦ୍ର(ପିଡିଏସ୍‌)ରୁ ଚାଉଳ, ଗହମ ଓ କିରୋସିନ ନେଇପାରିବେ। ସେମାନଙ୍କୁ ଆଉ କେବଳ ଜଣେ ଡିଲର ଉପରେ ନିର୍ଭର କରିବାକୁ ପଡ଼ିବ ନାହିଁ କିମ୍ବା ରାଶନ ପାଇଁ ବାରମ୍ବାର ଦୌଡ଼ିବାକୁ ପଡ଼ିବ ନାହିଁ। ରାଶନ କାର୍ଡ ଦେଖାଇ ଯେକୌଣସି ଖାଉଟି କେନ୍ଦ୍ରରୁ ଖାଦ୍ୟ ସାମଗ୍ରୀ ନେଇପାରିବେ। ଆସନ୍ତା ସେପ୍ଟେମ୍ବର ପହିଲାରୁ ପାଇଲଟ ପ୍ରକଳ୍ପ ଭାବେ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)ରୁ ଏହି ସୁବିଧା ଆରମ୍ଭ ହେବ। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ସଚିବ ଏନେଇ ଖୋର୍ଦ୍ଧା ଜିଲାପାଳଙ୍କୁ ଚିଠି ମାଧ୍ୟମରେ ଜଣାଇଦେଇଛନ୍ତି। ତେବେ ଏହି ସୁବିଧା ପାଇବା ପାଇଁ ରାଶନ କାର୍ଡ ହିତାଧିକାରୀଙ୍କୁ ଆଧାର କାର୍ଡ ଏବଂ ଫୋନ୍‌ ନମ୍ବର ଲିଙ୍କ୍‌ କରିବାକୁ ପଡ଼ିବ।
ଭୁବନେଶ୍ୱର ମହାନଗର ନିଗମରେ ଥିବା ୬୭ଟି ଓ୍ବାର୍ଡରେ ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେବ। ଏହି ଅଞ୍ଚଳରେ ଥିବା ୧୨୭ଟି ସାଧାରଣ ଖାଉଟି ବଣ୍ଟନ କେନ୍ଦ୍ରକୁ ଆଇଆର୍‌ଆଇଏସ୍‌ ସ୍କାନର ମେଶିନ ମଧ୍ୟ ଯୋଗାଇ ଦିଆଯିବ। ଆଧାର କାର୍ଡର ଟିପଚିହ୍ନ ମ୍ୟାଚ୍‌ ନ କଲେ ଉକ୍ତ ମେଶିନ ଜରିଆରେ ଖାଉଟିଙ୍କୁ ଚିହ୍ନଟ କରାଯାଇପାରିବ। ଯେଉଁ ଖାଉଟିଙ୍କର ଆଧାର ସଂଯୋଗ ସମ୍ଭବ ହେବ ନାହିଁ ଅର୍ଥାତ୍‌ ରୋଗଗ୍ରସ୍ତ, ମାନସିକ ବିକାରଗ୍ରସ୍ତ, ବୃଦ୍ଧାବୃଦ୍ଧଙ୍କୁ ମାର୍କେଟିଂ ଇଣ୍ଟେଲିଜେନ୍ସ (ଏମ୍‌ଆଇ)ଙ୍କ ସାର୍ଟିଫିକେଟ ଆଧାରରେ ଖାଦ୍ୟ ସାମଗ୍ରୀ ଯୋଗାଇ ଦିଆଯିବ। ଏମ୍‌ଆଇ ଦେଇଥିବା ସାର୍ଟିଫିକେଟ ଠିକ୍‌ ଅଛି କି ନାହିଁ ତାହା ବର୍ଷକୁ ୪ ଥର ବିଭାଗୀୟ ସ୍କ୍ବାଡ ଦ୍ୱାରା ସ୍ବତନ୍ତ୍ର ଭାବେ ଯାଞ୍ଚ କରାଯିବ। ଜାଲିଆତି ହୋଇଥିବା ଧରାପଡ଼ିଲେ ସମ୍ପୃକ୍ତ ଏମ୍‌ଆଇଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ପ୍ରଥମ ପର୍ଯ୍ୟାୟରେ ସହରାଞ୍ଚଳରେ ଏହି ବ୍ୟବସ୍ଥା କାର୍ଯ୍ୟକାରୀ ହେବ। ଏହାପରେ ଏହି ବ୍ୟବସ୍ଥା ସମଗ୍ର ରାଜ୍ୟରେ କାର୍ଯ୍ୟକାରୀ କରାଯିବ। ଆଇଆର୍‌ଆଇଏସ୍‌ ସ୍କାନର ବାବଦରେ କଣ୍ଟ୍ରୋଲ ଡିଲରଙ୍କୁ ୭୦୦୦ ଟଙ୍କା ରାଜ୍ୟ ସରକାର ଯୋଗାଇ ଦେବେ।
ସେପ୍ଟେମ୍ବର ପହିଲାରୁ ରାଶନ କାର୍ଡଧାରୀ ବିନା ଆଧାର ପଞ୍ଜୀକରଣରେ ଖାଦ୍ୟ ସାମଗ୍ରୀ ନେଇପାରିବେ ନାହିଁ। ଏ ପର୍ଯ୍ୟନ୍ତ ରାଜ୍ୟରେ ୯୬ ପ୍ରତିଶତ ପରିବାର ଆଧାର ପଞ୍ଜୀକରଣ କରିଛନ୍ତି। ଅବଶିଷ୍ଟ ଖୁବ୍‌ଶୀଘ୍ର ହେବ ବୋଲି ବିଭାଗର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

କେନ୍ଦୁଝରରେ ଖରିଫ ଧାନ ସଂଗ୍ରହରେ ଐତିହାସିକ ସଫଳତା : ଚାଷୀ ସଂଖ୍ୟା , ଉତ୍ପାଦନରେ ନୂଆ ମାଇଲଷ୍ଟୋନ

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚଳିତ ବର୍ଷ ଖରିଫ ଧାନ ସଂଗ୍ରହରେ ଐତିହାସିକ ରେକର୍ଡ ସୃଷ୍ଟି ହୋଇଛି। ଭାଜପା ରାଜ୍ୟ ସ୍ବତନ୍ତ୍ର ନିମନ୍ତ୍ରିତ କାର୍ଯ୍ୟକାରିଣୀ ସଦସ୍ୟ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri