Posted inଭଦ୍ରକ

ରାଶନକାର୍ଡ ପରେ ଅନ୍ତ୍ୟୋଦୟ ଯାଞ୍ଚ

ଭଦ୍ରକ ଅଫିସ, ୧୨।୯- ଭଦ୍ରକ ଜିଲା ଧାମନଗର ବ୍ଲକ ଭଗବାନପୁର ପଞ୍ଚାୟତ ପିଛା ଛାଡୁନି ବିବାଦ। କିଛିଦିନ ତଳେ ଟୁଇଟ୍‌ର ମାତ୍ର ଦେଢ଼ଘଣ୍ଟା ମଧ୍ୟରେ ଜଣେ ହିତାଧିକାରୀଙ୍କୁ ୯ ମାସର ଚାଉଳ ମିଳିବା ଘଟଣା ଲୋକଙ୍କ ମନରୁ ଲିଭିନି। ଏବେ ପୁଣି ଥରେ ଏହି ପଞ୍ଚାୟତରେ ଅନ୍ତ୍ୟୋଦୟ ଯୋଜନାରେ ପ୍ରିୟାପ୍ରୀତି ତୋଷଣ କରାଯାଇ ଅଯୋଗ୍ୟ ହିତାଧିକାରୀଙ୍କୁ ସାମିଲ କରାଯାଇଥିବା ଅଭିଯୋଗ ହୋଇଛି। ମଙ୍ଗଳବାର ଧାମନଗର ବ୍ଲକରେ ଜିଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣିରେ ଏ ସମ୍ପର୍କରେ ଅଭିଯୋଗ ହୋଇଥିଲା। ବୁଧବାର ଜିଲା ଯୋଗାଣ ବିଭାଗର ଏକ ସ୍ବତନ୍ତ୍ର ଟିମ୍‌ ବୁଧବାର ଭଗବାନପୁର ପଞ୍ଚାୟତ ପଳିକିରି ଓ ଗୁଆପୋଖରୀରେ ପହଞ୍ଚି ତଦନ୍ତ କରି ଫେରିଛନ୍ତି। ଜିଲାପାଳ ଜ୍ଞାନରଞ୍ଜନ ଦାସଙ୍କ ନିର୍ଦ୍ଦେଶ କ୍ରମେ ଜିଲା ଅତିରିକ୍ତ ଯୋଗାଣ ଅଧିକାରୀ କେଦାର ନାୟକ ଓ ଧାମନଗର ବ୍ଲକ ଯୋଗାଣ ଅଧିକାରୀ ମନୋରଞ୍ଜନ ମହାପାତ୍ର ଏହି ଦୁଇ ଗଁାରେ ପହଞ୍ଚି ନିର୍ଦ୍ଦିଷ୍ଟ ଅଭିଯୋଗର ତଦନ୍ତ କରିଥିଲେ। ଜିଲା ଯୋଗାଣ ଅଧିକାରୀ ମିର୍‌ ରାଜା ଅଲ୍ଲୀଙ୍କ ନିକଟରେ ବୁଧବାର ସନ୍ଧ୍ୟାରେ ଉକ୍ତ ତଦନ୍ତ ରିପୋର୍ଟ ପ୍ରଦାନ କରାଯାଇଥିବା ଜଣାଯାଇଛି।
ଅଭିଯୋଗ ଅନୁଯାୟୀ, ଏହି ପଞ୍ଚାୟତର ବହୁ ଅଯୋଗ୍ୟ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଯୋଜନାରେ ସାମିଲ କରାଯାଇ ଯୋଗ୍ୟମାନଙ୍କୁ ବାଦ୍‌ ଦିଆଯାଇଛି। ଏପରିକି ବହୁ ଚାକିରିଆ, ଦୁଇ ମହଲା ଘର, ଟ୍ରାକ୍ଟର ଓ ବୋଲେରୋ ଥିବା ବ୍ୟକ୍ତିଙ୍କୁ ଏଥିରେ ଉଦ୍ଦେଶ୍ୟମୂଳକ ଭାବେ ସାମିଲ କରାଯାଇଛି। ଗୁରୁବାର ଏହି ଘଟଣାର ତଦନ୍ତ ପାଇଁ ଅନ୍ୟ ଏକ ଟିମ୍‌ ଉକ୍ତ ପଞ୍ଚାୟତ ପରିଦର୍ଶନରେ ଯାଉଥିବା ସୂଚନା ମିଳିଛି। ପଞ୍ଚାୟତର ସମୁଦାୟ ହିତାଧିକାରୀ ଯାଞ୍ଚ ପରେ ଅଧିକାଂଶ ଅଯୋଗ୍ୟ ହିତାଧିକାରୀ ସ୍ପଷ୍ଟ ହେବେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନରେ ଚାଲିଥିଲା ଗଞ୍ଜେଇ ବିକ୍ରି, ପୋଲିସ ଅତର୍କିତ ଚଢ଼ାଉ କରି…

ତିହିଡ଼ି,୧୨ା୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବଜାରରେ ଥିବା ଏକ ବେଆଇନ ଗଞ୍ଜେଇ ଦୋକାନ ଉପରେ ତିହିଡ଼ି ପୋଲିସ ଅତର୍କିତ ଚଢ଼ାଉ କରି ଜଣେ ଗଞ୍ଜେଇ ବିକ୍ରେତା…

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…

୫୩ନଂ ରାଜ୍ୟ ରାଜପଥରେ ଗୋଟିଏ ପରେ ଗୋଟିଏ ହାଇଓ୍ବାକୁ ମାଡ଼ି ବସିଲା ପୋଲିସ 

ବନ୍ତ,୧୨।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ପୋଲିସ ପକ୍ଷରୁ ବେଆଇନ ବାଲି ଚାଲାଣ କରୁଥିବା ୯ଟି ହାଇଓ୍ବା ଜବତ ହୋଇଛି। ଭଦ୍ରକ-ଆନନ୍ଦପୁର ୫୩ନଂ ରାଜ୍ୟ ରାଜପଥରେ…

ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO, ଆହୁରି ବର୍ଷେ ଥିଲା ଚାକିରି

ଚାନ୍ଦବାଲି,୧୧ା୪(ଅଶୋକ ପଣ୍ଡା): ଚାନ୍ଦବାଲିରେ କର୍ତ୍ତବ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ ଘଟିଛି। ଶନିବାର ପୂର୍ବାହ୍ନ ୧୧ ଟାରେ ସେ ଛାତିରେ ଯନ୍ତ୍ରଣା…

ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ: ଯୋଗଦେଲେ ବାଚସ୍ପତି

ବନ୍ତ,୧୦।୪(କିଶୋର କୁମାର ସେଠୀ):ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାର ୫୦ ବର୍ଷ ପୂର୍ତ୍ତି ଅବସରରେ‘ସୁବର୍ଣ୍ଣ ଜୟନ୍ତୀ’ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି।…

ମନ୍ଦିରରୁ ଚୋରି କରୁଥିଲେ ଚୋର, ହଠାତ୍‌ ଶୁଭିଲା ଠାକୁରାଣୀଙ୍କ ପାଉଁଜି ଶବ୍ଦ, ଭୟରେ ଥରିଥରି ଏମିତି କହିଲେ…

ଭଦ୍ରକ,୧୦ା୪(ସନାତନ ରାଉତ):  ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ଭଦ୍ରକାଳୀ ମନ୍ଦିରର ହୁଣ୍ଡିରେ ଥିବା ଟଙ୍କା ରବିବାର ରାତିରେ ଚୋରି ହୋଇଥିଲା। ଏହି ଚୋରିରେ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଭଦ୍ରକ…

ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର

ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri