ରାଶନକାର୍ଡରେ ହିତାଧିକାରୀଙ୍କୁ ୯ଶହ ଟଙ୍କା ଦେବା ଘଟଣା: ଗାଁ କୋଠ ଟଙ୍କାରୁ ୫୦ ହଜାର ଉଠାଇ ବାଦ୍‌ ପଡିଥିବା ୫୨ ପରିବାରକୁ ପ୍ରଦାନ

ପାତ୍ରପୁର,୧୮ା୪(ଡି.ଏନ୍‌.ଏ.)- ପାତ୍ରପୁର ବ୍ଲକ ବରଙ୍ଗ ଗ୍ରାମରେ ରାଶନ କାର୍ଡ଼ଧାରୀଙ୍କୁ ଦାଇତ୍ୱରେ ଥିବା କିଛି କର୍ମଚାରୀ କାର୍ଡ଼ ପିଛା ୧୦୦୦ ଟଙ୍କା ବଦଳରେ ୯୦୦ ଟଙ୍କା ଦେଇଥିବା ଭିଡ଼ିଓ ଭାଇରାଲ ହୋଇଥିଲା। ଏନେଇ ଖବର ପ୍ରକାଶ ପରେ ବ୍ରହ୍ମପୁର ଉପଜିଲାପାଳ ପାତ୍ରପୁର ତହସିଲଦାର ଓ ବିଡ଼ିଓଙ୍କୁ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ତହସିଲଦାର ଡ଼. ଶ୍ରୀନିବାସ ବେହେରା ଓ ବିଡ଼ିଓ ପ୍ରକାଶ ଚନ୍ଦ୍ର ଦାସ ଶୁକ୍ରବାର ଓ ଶନିବାର ବରଙ୍ଗ ଗ୍ରାମରେ ପହଞ୍ଚତ୍ ତଦନ୍ତ କରି ଉପଜିଲାପାଳଙ୍କୁ ରିପୋର୍ଟ ପ୍ରଦାନ କରିଛନ୍ତି। ଗ୍ରାମରେ ମୋଟ ୪୦୦ ପରିବାରଙ୍କ ପାଖରେ ରାଶନକାର୍ଡ଼ ରହିଛି ା ସେହି ଅନୁପାତରେ ସହାୟତା ଦେବା ପାଇଁ ଅର୍ଥ ଆସିଥିଲା। ମାତ୍ର ଗ୍ରାମରେ ବୈଠକ ବସି ପ୍ରତି ରାଶନ କାର୍ଡ଼ରେ ୯୦୦ ଟଙ୍କା ଦେଇ ବଳକା ଅର୍ଥକୁ କାର୍ଡ ପାଇ ନ ଥିବା ୫୨ ପରିବାର ମଧ୍ୟରେ ବଣ୍ଟନ ପାଇଁ ନିଷ୍ପତି ହୋଇଥିଲା। ତେବେ ଭିଡ଼ିଓ ଭାଇରାଲ ପରେ ପୁଣି ଏକ ବୈଠକ ବସି ଗ୍ରାମ କୋଠ ଟଙ୍କାରୁ ୫୦ ହଜାର ବାହାର କରି ଶୁକ୍ରବାର ବଳକା ୫୨ ପରିବାର ମଧ୍ୟରେ ବଣ୍ଟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩୯ ବର୍ଷୀୟ କ୍ରିକେଟର୍‌ କଲେ ବଡ଼ କାରନାମା: ଭାଙ୍ଗିଲା ରୋହିତ ଶର୍ମାଙ୍କ ରେକର୍ଡ

ନୂଆଦିଲ୍ଲୀ,୨୦।୨: ଜିମ୍ବାୱେ ୨୦୨୬ ଟି୨୦ ବିଶ୍ୱକପରେ ଆଉ ଏକ ବଡ଼ ବିପର୍ଯ୍ୟୟ ଘଟାଇବାରେ ସଫଳ ହୋଇଛି। ଜିମ୍ବାୱେ ତା’ର ଶେଷ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ୬…

ପ୍ରମାଣ ଅଭାବରୁ ୨ ଗଞ୍ଜେଇ ଚାଲାଣକାରୀ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୨୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଏଡିଜେ ଶେଖ ମହମଦ କୁଏସ ଏକ ଗଞ୍ଜେଇ ଚାଲାଣ ମାମଲାର ବିଚାର କରି ପ୍ରମାଣ ଅଭାବରୁ ଦୁଇଜଣ ଅଭିଯୁକ୍ତଙ୍କୁ ଖଲାସ…

ଶଟର ପକାଇ ଜଗି ରହୁଛନ୍ତି ବାଉନ୍‌ସର, ଭିତରେ ବାର୍‌ ଡ୍ୟାନ୍ସରଙ୍କ ଉପରେ ଉଡୁଛି ଟଙ୍କା

ଭୁବନେଶ୍ୱର,୨୦ା୨(ତ୍ରିନାଥ ମହାନ୍ତି): ସବୁ ନିୟମ ଓ କଟକଣାକୁ ଫୁ’ କରିଦେଉଛନ୍ତି ବାର୍‌ ମାଲିକ। ପୋଲିସ ଓ ଅବକାରୀ ଚଢ଼ାଉକୁ ଖାତିର ନ କରି ଚଳାଉଛନ୍ତି ବେଆଇନ ବେପାର।…

ମଟନ-ଚିକେନ ଖାଇବା ଛାଡ଼ିଦେଲେ ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୦।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆକୁ ଟାଇଟଲ ଦେବା ପରେ ଜିମ୍ବାୱେ ଏବଂ ନାମ୍ବିଆରୁ ଫେରିଥିବା ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ରାଜସ୍ଥାନ…

ବାଘଛୁଆର ମୃତଦେହ ବ୍ୟବଚ୍ଛେଦ କଲେ ୪ଜଣିଆ ଟିମ୍‌

ଭଞ୍ଜନଗର,୨୦ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରୁ ବୁଧବାର ବନ ବିଭାଗ ଜବତ କରିଥିବା କଲରାପତରିଆ ବାଘ…

ସବୁଠି ନ୍ୟାୟକୁ ସମର୍ଥନ

ସାରା ବିଶ୍ୱରେ ଆର୍ଥିକ ଅଭିବୃଦ୍ଧି ସର୍ବଦା ସମାନ ସୁଯୋଗ କିମ୍ବା ସହଭାଗୀ ସମୃଦ୍ଧିରେ ପରିଣତ ହୋଇନାହିଁ। ଗଠନମୂଳକ ଅସମାନତା ଜାରି ରହିଛି, ଯାହା ଉତ୍ତମ କାର୍ଯ୍ୟ, ସାମାଜିକ…

ଅନ୍ୟନାମରେ ଆକାଉଣ୍ଟ ଖୋଲି ଠକେଇ: ୭ଦିନରେ ଧରାପଡ଼ିଲେଣି ୯ ଅଭିଯୁକ୍ତ

ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ଗତ ୧୩ ତାରିଖରୁ ପୋଲିସ ମହାନିର୍ଦ୍ଦେଶକଙ୍କ ନିର୍ଦ୍ଦେଶକ୍ରମେ ସାଇବର କବଚ ଅଭିଯାନ ଚାଲିଛି। ତେବେ ଏହି ଅଭିଯାନକୁ ବରଗଡ଼ ଜିଲା ପୋଲିସ୍‌ ଜୋରଦାର୍‌…

ବିଚ୍‌ ରାସ୍ତାରେ ପଡ଼ିଛି ନବଜାତ ଶିଶୁର ମୃତଦେହ, ଜନ୍ମ ପରେ…

ରାୟଗଡ଼ା,୨୦ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ାରେ ପୁଣି ଦେଖିବାକୁ ମିଳିଛି ଏକ ହୃଦୟ ବିଦାରକ ଦୃଶ୍ୟ। ସହରର ଗୋଦାବରୀଶ ନଗର ତଥା ରାୟଗଡ଼ା କଲେଜ ପଛ ପାର୍ଶ୍ୱ ବିଚ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri