Posted inRasifala

ରାଶିଫଳ – Dharitri.com

ମେଷ – ସବୁକଥାକୁ ଭଲରୂପେ ବିଚାର ପୂର୍ବକ କାମ କରି ଆଗକୁ ବଢିବା ଠିକ୍‌ ହେବ। ଆଜି ବନ୍ଧୁଗୃହକୁ ଯାତ୍ରା କରିବାକୁ ବାଧ୍ୟ ହେବେ। କାମ ହାସଲ ସକାଶେ ଅନ୍ୟମାନଙ୍କ ଉପରେ ନିର୍ଭରଶୀଳ ହୋଇପାରନ୍ତି। ବ୍ୟବସାୟ,ବାଣିଜ୍ୟ,ପରିବହନ, ନିର୍ମାଣ, ପ୍ରଶାସନ ଓ ଆଇନ କ୍ଷେତ୍ରରେ ସମସ୍ୟା ସମାଧାନ ହେବାର ସୂଚନାପ୍ରାପ୍ତ ହେବ।
ବୃଷ – ଉଦ୍ଦେଶ୍ୟମୂଳକ ଭାବରେ ନିକଟ ସମ୍ପର୍କୀୟ ମାନଙ୍କ ସହ ବେଶ୍‌ ବନ୍ଧୁତା ଜମାଇ କାମ ହାସଲ ପାଇଁ ଚେଷ୍ଟିତ ହେବେ। ଆଗକୁ ଆସୁଥିବା ଆନୁଷ୍ଠାନିକ କାମ ସକାଶେ ବିଶେଷ ଭାବେ ଧାଁ ଧଉଡ କରିବାକୁ ପଡିପାରେ। ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ବିବାଦୀୟ ମନ୍ତବ୍ୟରେ ମୁଣ୍ଡ ନ ପୂରାଇବା ଭଲ।
ମିଥୁନ – ଦୂରଯାତ୍ରା କରିବା ସକାଶେ ଅନୁପ୍ରେରିତ କରିବେ। କହିବାକୁ ଇଚ୍ଛା ଥିଲେ ମଧ୍ୟ ସଂକୋଚବଶତଃ ବନ୍ଧୁଙ୍କ ନିକଟରେ ମନକଥା ପ୍ରକାଶ କରିପାରିବେ ନାହିଁ। ନିମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବାର ଚିନ୍ତାପ୍ରକଟ କରିପାରନ୍ତି। ଆର୍ଥିକ ଅନଟନ ଲାଗି ରହିବା କାରଣରୁ ବିଚଳିତବୋଧ କରିବାର ସୂଚନା ମିଳେ।
କର୍କଟ – ଆଜି ଆଗାମୀ ସମୟର ଅନାଗତ ସମସ୍ୟା ବିଷୟ ଚିନ୍ତାକରି ମନରେ ସରସତା ଆଗଭଳି ରହିବ ନାହିଁ। ନିର୍ମାଣ କାର୍ଯ୍ୟ, ମାଲିମକଦ୍ଦମା, କ୍ରୟବାଣିଜ୍ୟ, ବ୍ୟବସାୟରେ ସ୍ଥିତି ଅନୁକୂଳ ହୋଇପାରେ। ସହକର୍ମୀ ମାନଙ୍କ ପ୍ରତ୍ୟେକ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ। ପରିବହନରେ କିଛି ସମସ୍ୟା ଦେଖାଦେବ କିନ୍ତୁ ସେଥିରୁ ସହଜରେ ମୁକୁଳି ଯିବେ।
ସିଂହ – ପ୍ରତ୍ୟେକ ପରିସ୍ଥିତିରେ ବିବାଦୀୟ ପରିସ୍ଥିତିର ଦୃଢ ମୁକାବିଲା କରି ସଫଳତା ପାଇବେ। ଆଗାମୀ ସମୟର ଆବଶ୍ୟକତା ପୂରଣ ସକାଶେ ଟଙ୍କା ପଇସା ଯୋଗାଡ କରିବା ସକାଶେ ବିଭିନ୍ନ ଫନ୍ଦି ଫିକର କରିପାରନ୍ତି। ଦୀର୍ଘ ଦିନରୁ ଖୋଜୁଥିବା ଜିନିଷର ସନ୍ଧାନ ଡେରିରେ ମିଳିବ। ପରିବହନ, ଏଜେନ୍ସି, ସାମ୍ବାଦିକତାରେ ପ୍ରଂଶସିତ ହେବେ।
କନ୍ୟା – ପ୍ରତିବନ୍ଧକ ମଧ୍ୟରେ ଗତିକରିବା କାରଣରୁ ମାନସିକ ସ୍ଥିତି ସେତେଟା ଭଲ ରହି ନପାରେ।ତରବର ନହୋଇ ଧୀରସ୍ଥିର ମନ ନେଇ କାମକଲେ ସମସ୍ୟାର ସରଳ ସମାଧାନ ହେବ। ନିଜର ଆତ୍ମୀୟମାନେ ହଠାତ୍‌ ଶତ୍ରୁତା କରିବେ। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଂଚିବ।ପର ପାଇଁ ନିଜେ ହଇରାଣରେ ପଡିପାରନ୍ତି।
ତୁଳା – ଆଜି ଦିନ ମଧ୍ୟରେ ବହୁତ ଚେଷ୍ଟା କରିମଧ୍ୟ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ। ବିଭିନ୍ନ ପ୍ରକାରର ଅସୁବିଧା ଭିତରେ ଗତି କରୁଥିବାରୁ ଧୀରେ ଧୀରେ ମାନସିକ ଅବସ୍ଥା ଖରାପ ଦିଗକୁ ଗତି କରିପାରେ। ସଭା ସମିତିରେ, ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଅଫିସ୍‌ କାମରେ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ।
ବିଛା – ଅନ୍ୟମାନଙ୍କ କଥାକୁ ସତ୍ୟ ମନେକରି ଭୁଲ୍‌ ବୁଝାମଣା ଯୋଗୁ ନିଜ ଲୋକମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ପାରିବାରିିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରପାରେ। ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି ପାଇପାରେ। କେତେକ ଅସ୍ବାଭାବିକ ପରିସ୍ଥିତି ଭିତରେ ଚଳିବାକୁ ବାଧ୍ୟ ହେବେ ଯଦ୍ୱାରାକି- ଜାଣିଶୁଣି ସବୁ କଥାରେ ନୀରବ ରହିବାକୁ ପଡିବ।
ଧନୁ – ଆଜି ସକାଳୁ ସକାଳୁ ଏଣୁ ତେଣୁ ଗୁଡାଏ ଚିନ୍ତାକରି ବିବ୍ରତ ହୋଇପାରନ୍ତି। କର୍ମକ୍ଷେତ୍ରରେ ଅପମାନଜନକ ସ୍ଥିତିରୁ ସହସା ରକ୍ଷା ପାଇବେ। ପ୍ରତିଯୋଗିତାରେ ସଫଳତା ଯୋଗୁଁ ମନ ଖୁସି ରହିବ। ଆକସ୍ମିକ ଭାବରେ ଯାତ୍ରା କରିବାକୁ ପଡିପାରେ। କଳା, ସାହିତ୍ୟ ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ।
ମକର – ଆଜି ହଠାତ୍‌ ଜଣେ ବନ୍ଧୁଙ୍କ ସାହାଯ୍ୟରେ ଆଜିର କାମଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ। ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ଥ ହୋଇ ପଡିବେ। ଅପରାହ୍ନେ ଟେନସନ କମିଯିବା ସଙ୍ଗକୁ ସୁଖଭ୍ରମଣ ଯୋଗ ରହିଛି। ଟିକିଏ କଥାରେ ରାଗିଯାଇ ଯାହା ପଡ଼ିଲା ତାହା କହି ପକାଇବେ, ଫଳରେ କିଛି ସମସ୍ୟା ଆସିପାରେ।
କୁମ୍ଭ – କର୍ମକ୍ଷେତ୍ରରେ ନିଜର ଲୋକ ମାନେ ଯେତେ ପ୍ରକାରର ସମସ୍ୟା ସୃଷ୍ଟି କଲେ ମଧ୍ୟ କୌଣସି ପ୍ରକାରର ଅସୁବିଧା ନ ହୋଇ ଯଥା ସମୟରେ ସବୁ କିଛି ଠିକ୍‌ ହୋଇଯିବ। ବ୍ୟବସାୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ। ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ। ବନ୍ଧୁଙ୍କୁ ମିଶନ୍ତୁ, ସେ ଅବଶ୍ୟ ଆପଣଙ୍କୁ କିଛିଟା ସାହାଯ୍ୟ ମିଳିବ।
ମୀନ – ଆଜି ଦିନଟିରେ ସତର୍କରେ ଚଳିଲେ ସୁଦ୍ଧା ବିବାଦ ଭିତରକୁ ଟାଣି ହୋଇଯିବେ। ଏକାଧିକ କାମରେ ହାତ ଦିଅନ୍ତୁ ନାହିଁ, ଯାହାକି ବ୍ୟସ୍ତତାର କାରଣ ହୋଇପାରେ। ସ୍ତ୍ରୀଙ୍କ ପ୍ରେରଣାରୁ ଉପକୃତ ହୋଇପାରନ୍ତି। ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ। ଅପରାହ୍ନେ ଆଶା କରୁଥିବା କାମ ହୋଇଯିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri